ଦୁର୍ଘଟଣାରେ ପପୁ ମୃତ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ: ଷଡ଼ଯନ୍ତ୍ର କରି…

ବଲାଙ୍ଗୀର,୧୧।୫ ( ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ସୋନପୁର ରାସ୍ତା ବନବାହାଲ ଛକ ନିକଟରେ ଏକ ମଟରସାଇକେଲ ଦୁର୍ଘଟଣାରେ ଜଣେ ମୃତ ହୋଇଥିବା ଜଣାପଡିଛି । ଦୁର୍ଘଟଣାକୁ ନେଇ ମୃତ ପରିବାର ଲୋକେ ଏହା ଏକ ହତ୍ୟାକାଣ୍ଡ ହୋଇଥିବାବେଳେଏହାକୁ ଦୁର୍ଘଟଣାର ରୂପ ଦିଆଯାଉଥିବା ପୋଲିସ ଆଗରେ ଅଭିଯୋଗ କରି କହିଛନ୍ତି। ବଲାଙ୍ଗୀର ଜିଲା ପୁଇଁତଲା ଥାନାରେ ସୋନପୁର ଜିଲା ତରଭା ଥାନା ଅନ୍ତର୍ଗତ ଝାରତରଭା ଗାଁର ମାଲୁ ବାରିକ ନିଜ ପୁଅ ପପୁ ବାରିକକୁ ହତ୍ୟା କରାଯାଇଥିବା ନେଇ ଥାନାରେ ଅଭିଯୋଗ କରିଥିଲେ । ପୁଇଁନ୍ତଲା ଥାନା ହତ୍ୟାକାଣ୍ଡ ଅଭିଯୋଗକୁ ପୋଲିସ ନ ଶୁଣିବାରୁ ମୃତ ପରିବାର ଲୋକେ ବଲାଙ୍ଗୀର ସଦର ଏସଡିପିଓ ସରୋଜ ଉପାଧ୍ୟାୟଙ୍କ ଅଫିସକୁ ଆସି ପପୁଙ୍କୁ ଷଡ଼ଯନ୍ତ୍ର କରି ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି । ତରଭାର ଆଶିଷ ସାହୁଙ୍କ ଇଲେକଟ୍ରୋନିକ୍ସ ଦୋକାନରେରେ କାମ କରୁଥିଲେ ପପୁ । ଗତକାଲି ସକାଳୁ ଦୋକାନକୁ କାମ କରିବା ପାଇଁ ଆସିଥିବାବେଳେ ଆଉ ସେ ଘରକୁ ଫେରିନଥିଲେ । ରାତିରେ ଦୋକାନ ମାଲିକ ପରିବାର ଲୋକଙ୍କୁ ଫୋନ କରି ପପୁଙ୍କର ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଖବର ଦେଇଥିଲେ । ତା’ପରେ ଆଉ ମାଲିକର ଦେଖାଦର୍ଶନ ନାହିଁ । ପରିବାର ଲୋକେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ଆସି ଦେଖିବା ବେଳକୁ ପୋଷ୍ଟମର୍ଟମ ୱାର୍ଡରେ ପପୁଙ୍କ ମୃତଦେହ ରଖାଯାଇଛି । ପପୁ ବାଇକ ଚଲାଇ ଜାଣେ ନାହିଁ । କିନ୍ତୁ ମାଲିକ କହୁଛନ୍ତି ବାଇକରେ ବଲାଙ୍ଗୀର-ସୋନପୁର ଟୋଲଗେଟ୍‌ ନିକଟରେ ଦୁର୍ଘଟଣା ଘଟି ପପୁଙ୍କ ଜୀବନ ଚାଲିଯାଇଛି । କିନ୍ତୁ ଦୁର୍ଘଟଣା ସମୟରେ ମୃତ ପପୁ ସାଙ୍ଗରେ ଥିବା ଅନ୍ୟ ଜଣେ ଯୁବକଙ୍କ ମୋଟରସାଇକେଲ ଦୁର୍ଘଟଣାରେ କୌଣସି ଆଘାତ ହୋଇନାହିିଁ। ପପୁଙ୍କ ମୋବାଇଲ ସୁରକ୍ଷିତ ରହିଛି। କିନ୍ତୁ ବାଇକଟି ଭାଙ୍ଗି ଯାଇଛି । ତେଣୁ ହତ୍ୟା ପରେ ଦୁର୍ଘଟଣାର ରୂପ ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିକହିଛନ୍ତି । ଏ ନେଇ ବଲାଙ୍ଗୀର ସଦର ଏସଡିପିଓଙ୍କ ଠାରେ ପରିବାର ଲୋକେ ଅଭିଯୋଗ କରିବା ପରେ ପୁଇଁତଲା ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥରିଲା ଆଫଗାନିସ୍ତାନ: ଭାରତ, ପାକିସ୍ତାନରେ ଝଟ୍‌କା

କାବୁଲ/ନୂଆଦିଲ୍ଲୀ,୨୭ା୬: ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଶନିବାର ରାତିରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୬.୨ ଥିବା ନ୍ୟାଶନାଲ ସେଣ୍ଟର ଫର୍‌…

ଧାନକିଣାରେ ମନ୍ଥର, ଜୁନ ଶେଷ, ଉଠିନି ମେ’ ମାସର ଧାନ

ଭବାନୀପାଟଣା,୨୭ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ମେ ୨୦ରୁ ରବି ଧାନ ମଣ୍ଡି ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ଉକ୍ତ ମାସର ଧାନ ଉଠିପାରିନାହିଁ। ଫଳରେ ଗତ ମାସେ…

ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରି ଯୁବ କଂଗ୍ରେସ…

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଅସନ୍ତୋଷ, ଆନ୍ଦୋଳନ ଥମିବାର ନାଁ ନେଉ ନାହିଁ। ଏହି କ୍ରମରେ ଶନିବାର ବରଗଡ଼ ଜିଲା ଯୁବ କଂଗ୍ରେସ ପକ୍ଷରୁ…

ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ, ପାଚେରି ତଳେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ

ପୁରୁଷୋତ୍ତମପୁର,୨୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବ୍ଲକ ତଥା ହିଞ୍ଜିଳୀଥାନା ଅନ୍ତର୍ଗତ ଅନ୍ତରିଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ପାଶର୍‌ବଦେଇ ଯାଇଥିବା ଋଷିକୂଲ୍ୟା…

ଓଡ଼ିଆ ଅସ୍ମିତାର ସୁରକ୍ଷା ପାଇଁ ସହଯୋଗ କାମନା

ଭଞ୍ଜନଗର,୨୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଷା, ସାହିତ୍ୟ, କଳା ଓ ସଂସ୍କୃତି ବିକାଶ ପରିଷଦ ଭଞ୍ଜନଗର ଶାଖାର ୪ର୍ଥ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି…

ଏକତରଫା ପ୍ରେମ ପାଇଁ ଯୁବତୀଙ୍କୁ ଜାଳିଥିଲେ, ଏବେ…

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରେ ଘଟିଥିବା ଅଭାବନୀୟ ଘଟଣାର ଚିତ୍ର ସାମ୍ନାକୁ ଆସିଛି। ଏକତରଫା ପ୍ରେମରୁ ଯୁବକ ଜଣକ ଯୁବତୀଙ୍କ…

ଏସ୍‌ସିବି ମେଡିକାଲରୁ ବୃଦ୍ଧ ରୋଗୀ ନିଖୋଜ, ମଙ୍ଗଳାବାଗ ଥାନାରେ ଏତଲା

କଟକ, ୨୭/୬: କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରୁ ଜଣେ ବୃଦ୍ଧ ରୋଗୀ ନିଖୋଜ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ପରିବାର ଲୋକେ…

ଯାତ୍ରୀଙ୍କୁ ସୁନା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା ଫେରାଇଲେ ଡ୍ରାଇଭର, ପ୍ରଶଂସା କରି ଲୋକେ କହିଲେ…

ପୁରୀ,୨୭ା୬(ଅଜିତ କୁମାର ମହାନ୍ତି): କାର୍‌ରେ ଯାତ୍ରୀ ଛାଡ଼ିଯାଇଥିବା ପ୍ରାୟ ୧୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ନଗଦ ୧ ଲକ୍ଷ ୩୦ ହଜାର ଟଙ୍କା ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri