ପରବ ମହୋତ୍ସବ ଲାଗି ପ୍ରଶାସନର ବଡ଼ ପ୍ରସ୍ତୁତି

କୋରାପୁଟ,୨୪ା୧୦(ଅମିତାଭ ବେହେରା): କୋରାପୁଟ ସଦ୍‌ଭାବନା ସଭାଗୃହରେ ଜିଲାର ଆଦିବାସୀ ମହୋତ୍ସବ ପରବ ପାଳନ ନେଇ ପ୍ରସ୍ତୁତି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଜିଲାର ଲକ୍ଷ୍ମୀପୁର ବ୍ଲକ୍‌ର କୁଟୁଣୀପଦରରୁ ନଭେମ୍ବର ୧୨ରେ ପରବ ଆରମ୍ଭ ହେବ ବୋଲି ଏଥିରେ ନିଷ୍ପତ୍ତି ହୋଇଛି।

ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ କୋରାପୁଟ ବିଧାୟକ ରଘୁରାମ ମାଛ, ପଟ୍ଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡ଼ାମ, ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉଁନ୍ତା, ଆଇଏଏସ୍‌ ପ୍ରୋବେଶନାରି ସନ୍ତୋଷ କୁମାର ପାତ୍ର, ଜିଲା ପରିଷଦ ସଭାପତି ସସ୍ମିତା ମେଲେକା, ପୌର ପରିଷଦ ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ, ଏସ୍‌ପି ରୋହିତ ବର୍ମା, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର, ଉପଜିଲାପାଳ ପ୍ରେମଲାଲ ହିଆଲ, ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ସ୍ନେହପ୍ରଭା ମାଝୀ, ଜିଲା ମଙ୍ଗଳ ଅଧିକାରୀ ସୁନୀଲ ତାଣ୍ଡି, ତହସିଲଦାର ଶୟଦ ସବିର ସାହା, ଏମ୍‌ପିଙ୍କ ପ୍ରତିନିଧି ମନୋଜ ଆଚାର୍ଯ୍ୟ ଓ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ।

କୁଟୁଣୀପଦର ଶିବମନ୍ଦିରରୁ ପରବ ୨୦୨୫ ଶୁଭାରମ୍ଭ କରାଯିବ ବୋଲି ସୂଚନା ରହିଛି। ଜିଲାର ସମସ୍ତ ପଞ୍ଚାୟତରେ ନଭେମ୍ବର ୧୩ରୁ ୨୩ ଯାଏ ପାଳନ ହେବ। ବ୍ଲକ୍‌ ଓ ସହରାଞ୍ଚଳରେ ନଭେମ୍ବର ୨୪ରୁ ଡିସେମ୍ବର ୪ ଯାଏ ପାଳନ କରାଯିବ।

କୋରାପୁଟ ପୌର ପରିଷଦ ଅନ୍ତର୍ଗତ ପରବ ପଡ଼ିଆରେ ଡିସେମ୍ବର ୧୮ରୁ ୨୨ ଯାଏ ଜିଲାସ୍ତରୀୟ ପରବ ଉତ୍ସବ ପାଳନ ହେବ ବୋଲି ନିଷ୍ପତ୍ତି ନିଆଯାଇଛି। ଜିଲାସ୍ତରୀୟ ପରବରେ ପଲ୍ଲିଶ୍ରୀ ଓ ଖାଦ୍ୟ ମେଳାର ଆୟୋଜନ କରାଯାଇ ନୂତନ ଭାବେ ଫୁଲ ପ୍ରଦର୍ଶନୀ କରିବାକୁ ନିଷ୍ପତ୍ତି ହୋଇଛି। ଜିଲା ସଂସ୍କୃତି ଅଧିକାରୀ ସୂର୍ଯ୍ୟକାନ୍ତ ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri