Posted inଜାତୀୟ

ସ୍ୱାସ୍ଥ୍ୟ ସେବା ଉପରେ ଯୁଦ୍ଧର ଚେଙ୍କ: ବଢ଼ିପାରେ ପାରାସିଟାମଲ ଏବଂ ଆଣ୍ଟିବାୟୋଟିକ୍ସ ଦାମ୍‌!

ନୂଆଦିଲ୍‌ଲୀ,୨୨।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ଓ ଖାଡ଼ି ଅଞ୍ଚଳରେ ଦେଖାଦେଇଥିବା ଅସ୍ଥିରତା ଯୋଗୁଁ ଭାରତର ପ୍ରାୟ ୫୦ ଅରବ ଡଲାର (୫୦ ବିଲିୟନ ଡଲାର)ର ଔଷଧ ଶିଳ୍ପ (Pharmaceutical Industry) ଉପରେ ଏକ ବଡ଼ ସଙ୍କଟ ମାଡ଼ି ଆସିଛି। ଏହାର ସିଧାସଳଖ ପ୍ରଭାବ ସାଧାରଣ ଜନତାଙ୍କ ସୱାସ୍ଥ୍ୟ ଏବଂ ପକେଟ ଉପରେ ପଡ଼ିବାକୁ ଯାଉଛି।

ଯୁଦ୍ଧ ଯୋଗୁଁ ‘ହର୍ମୁଜ ପ୍ରଣାଳୀ’ (Strait of Hormuz) ଏବଂ ସମୁଦ୍ର ପଥରେ ଜାହାଜ ଚଳାଚଳ ଗୁରୁତର ଭାବେ ବାଧାପ୍ରାପ୍ତ ହୋଇଛି। ଏହି କାରଣରୁ ଔଷଧ ପ୍ରସ୍ତୁତି ପାଇଁ ଆବଶ୍ୟକ ହେଉଥିବା କଞ୍ଚାମାଲ ବା ଏପିଆଇ (API – Active Pharmaceutical Ingredient) ଭାରତରେ ପହଞ୍ଚିବାରେ ସମସ୍ୟା ଦେଖାଦେଇଛି। ଏହା ସହିତ ସାମଗ୍ରୀ ପରିବହନ ଖର୍ଚ୍ଚ (Freight cost) ବୃଦ୍ଧି ପାଇଛି ଏବଂ ସପ୍ଲାଇ ଚେନ (ଯୋଗାଣ ଶୃଙ୍ଖଳା) ମଧ୍ୟ ଭାଙ୍ଗିଯାଇଛି।

କଞ୍ଚାମାଲର ଅଭାବ ଯୋଗୁଁ ଆଗାମୀ ଦିନରେ ଦୈନନ୍ଦିନ ଜୀବନରେ ବ୍ୟବହୃତ ହେଉଥିବା ସାଧାରଣ ଔଷଧ ଯେପରିକି:
ପାରାସିଟାମୋଲ (Paracetamol)
ଆଣ୍ଟିବାୟୋଟିକ୍ସ (Antibiotics)
ବ୍ଲଡ ପ୍ରେସର (ରକ୍ତଚାପ)
ଡାଇବେଟିସ (ମଧୁମେହ) ର ଔଷଧ

ଏହିସବୁ ଔଷଧର ମୂଲ୍ୟ ବୃଦ୍ଧି ହେବାର ଆଶଙ୍କା ରହିଛି ଏବଂ ବଜାରରେ ଏହାର ଅଭାବ ମଧ୍ୟ ଦେଖାଦେଇପାରେ। ଏହାଛଡ଼ା କ୍ୟାନ୍ସର ଔଷଧ ଓ ଇଞ୍ଜେକ୍ସନ ଭଳି ଜୀବନରକ୍ଷକ ସାମଗ୍ରୀ ଯେଉଁଗୁଡ଼ିକୁ ର୍ନିଦ୍ଦିଷ୍ଟ ତାପମାତ୍ରାରେ ରଖିବାକୁ ପଡ଼ିଥାଏ, ସେଗୁଡ଼ିକର ପରିବହନ ପଥ ବଦଳିବା ଯୋଗୁଁ ସମୟ ଏବଂ ଖର୍ଚ୍ଚ ଉଭୟ ବଢ଼ିଯିବ, ଯାହାଫଳରେ ଏହି ଔଷଧଗୁଡ଼ିକର ଉତ୍ପାଦନ ଖର୍ଚ୍ଚ ବହୁ ପରିମାଣରେ ବୃଦ୍ଧି ପାଇବ।

ଭାରତୀୟ ଔଷଧ ରପ୍ତାନି ପ୍ରୋତ୍ସାହନ ପରିଷଦ (Pharmexcil) ଏବଂ ଅନ୍ୟାନ୍ୟ ଶିଳ୍ପ ସଂଗଠନଗୁଡ଼ିକ ଚେତାବନୀ ଦେଇଛନ୍ତି ଯେ ଯଦି ପଶ୍ଚିମ ଏସିଆରେ ଏହି ଉତ୍ତେଜନା ଦୀର୍ଘ ସମୟ ଧରି ଜାରି ରହେ, ତେବେ ଏହାର ଭୟଙ୍କର ପରିଣାମ ଭୋଗିବାକୁ ପଡ଼ିବ। ଭାରତ ପ୍ରାୟ ୨୦୦ଟି ଦେଶକୁ ଜେନେରିକ ଔଷଧ ରପ୍ତାନି କରିଥାଏ ଏବଂ ବିଶ୍ୱର ମୋଟ ଜେନେରିକ ଔଷଧ ଯୋଗାଣରେ ଭାରତର ଅଂଶ ପ୍ରାୟ ୨୦ ପ୍ରତିଶତ। ତେଣୁ ଏହି ସଙ୍କଟ ଦ୍ୱାରା କେବଳ ଭାରତ ନୁହେଁ, ବରଂ ଆଫ୍ରିକା, ଏସିଆ ଏବଂ ଲାଟିନ ଆମେରିକାର ଅନେକ ଗରିବ ଦେଶ ମଧ୍ୟ ପ୍ରଭାବିତ ହେବେ, ଯେଉଁମାନେ ଶସ୍ତା ଔଷଧ ପାଇଁ ସମ୍ପୂର୍ଣ୍ଣ ରୂପେ ଭାରତ ଉପରେ ର୍ନିଭର କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?