ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି। ଫଳରେ ଦେଶର ପ୍ରମୁଖ ଏବଂ ରଣନୀତିକ ଦୃଷ୍ଟିକୋଣରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବନ୍ଦରଗୁଡ଼ିକ ମଧ୍ୟରେ ପାରାଦୀପ ବନ୍ଦର ସାମିଲ ହୋଇଛି। ଅନ୍ୟ ବନ୍ଦର ଗୁଡିକ ହେଲା ଗୁଜୁରାଟର କାଣ୍ଡଲା ଓ ମୁନ୍ଦ୍ରା, ମହାରାଷ୍ଟ୍ରର ଜବହାରଲାଲ ନେହେରୁ ବନ୍ଦର (ଜେଏନ୍‌ପିଟି)। ଭାରତ ସରକାରଙ୍କ ବନ୍ଦର ଆଇନ ୨୦୨୫ ଏସ୍‌ ଓ ୫୩୦୩(ଇ)ଧାରା ୭୩,ଉପଧାରା (୧)ଅନୁସାରେ ମେଗା ପୋର୍ଟ ମାନ୍ୟତା ଦିଆଯିବା ନେଇ ଉଲ୍ଲେଖ ଅଛି। ନିର୍ଦ୍ଧାରିତ ମାନଦଣ୍ଡର ମୂଲ୍ୟାଙ୍କନ ପରେ ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରଣାଳୟ ଉକ୍ତ ୪ ବନ୍ଦରକୁ ରାଜପତ୍ରରେ ସ୍ଥାନିତ କରିଛନ୍ତି। ଏଥିରେ ବନ୍ଦର ଜାହାଜ ଓ ଜଳପଥ ମନ୍ତ୍ରଣାଳୟ ଯୁଗ୍ମ ସଚିବ ପ୍ରବୀନ ପି.ନାୟର ଦସ୍ତଖତ କରିଛନ୍ତି। ପାରାଦୀପ ବନ୍ଦର ମେଗା ବନ୍ଦର ତାଲିକାଭୁକ୍ତ ହେବା ପରେ ରାଜ୍ୟର ସାମୁଦ୍ରିକ ଅଭିଳାଷକୁ ଅଧିକ ପ୍ରୋତ୍ସାହନ ମିଳିବ ବୋଲି ଆଶା କରାଯାଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ବଡ଼ ଘୋଷଣା: ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ରଖିଲେ ଏହି ନାଁ, ସାରା ବିଶ୍ୱ ଆଶ୍ଚର୍ଯ୍ୟ!

ଓ୍‌ବାଶିଂଟନ୍‌,୨୬।୯: ଇରାନ ଆମେରିକା ସମ୍ମୁଖରେ ଷ୍ଟ୍ରେଟ ଅଫ ହର୍ମୁଜକୁ ପୁଣିଥରେ ଖୋଲିବା ପାଇଁ ପ୍ରସ୍ତାବ ରଖିଛି। ଏହି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?