ବାତ୍ୟା ମୁକାବିଲା ପାଇଁ ପାରାଦୀପ ବନ୍ଦରର ପ୍ରସ୍ତୁତି: ବର୍ଥ ଛାଡ଼ି ସମୁଦ୍ରରେ ରହିବେ ଜାହାଜ

ପାରାଦୀପ,୨୩।୧୦(ଶରତ ରାଉତ):ବାତ୍ୟା ‘ଦାନା’କୁ ନେଇ ପାରାଦୀପ ବନ୍ଦର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବିଶେଷକରି ବନ୍ଦର ପୋତାଶ୍ରୟ ମଧ୍ୟରେ ଥିବା ସମସ୍ତ ପଣ୍ୟବାହୀ ଜାହାଜ ବୁଧବାର ମଧ୍ୟାହ୍ନଠାରୁ ବର୍ଥ ଛାଡ଼ି ସମୁଦ୍ର ଭିତରକୁ ଯିବେ ଏବଂ ବାତ୍ୟା ପ୍ରଭାବ କମିବା ପରେ ପୁଣି ବର୍ଥକୁ ଆସିବେ ବୋଲି ନିଷ୍ପତ୍ତି ହୋଇଛି। ଏହା ଆଇଏମଓ (ଇଣ୍ଟରନ୍ୟାଶନାଲ ମେରିଟାଇମ ଅର୍ଗାନାଇଜେସନ) ନିୟମ। କାରଣ ବାତ୍ୟା ସମୟରେ ଜାହାଜ ବର୍ଥ ପାଖରେ ରହିଲେ ପବନ ପ୍ରଭାବରେ କ୍ଷତିଗ୍ରସ୍ତ ହେବାର ଭୟ ରହିଛି। ସମୁଦ୍ର ମଧ୍ୟରେ ଜାହାଜ ବାତ୍ୟା ଅଞ୍ଚଳଠାରୁ ଦୂରେଇ ଯାଇପାରିବ ବୋଲି ବନ୍ଦର ଅଧ୍ୟକ୍ଷ ପି.ଏଲ୍‌. ହାରାନ୍ଧ ସୂଚନା ଦେଇଛନ୍ତି। ଏହାବ୍ୟତୀତ ବନ୍ଦର ମଧ୍ୟରେ ଥିବା ବଡ଼ ବଡ଼ କ୍ରେନ, ହାଇମାଷ୍ଟ ଲାଇଟ୍‌କୁ ଡାଉନ କରାଯିବ। ମେରାଇନ୍‌, ଟ୍ରାଫିକ, ଇଞ୍ଜିନିୟରିଂ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ମୁକାବିଲା ପାଇଁ ବ୍ୟବସ୍ଥା କରାଯାଇଛି। ପୋର୍ଟ ଟାଉନଶିପ୍‌ ମଧ୍ୟରେ ଥିବା ନିଜସ୍ବ ୫ଟି ବାତ୍ୟା ଆଶ୍ରୟସ୍ଥଳୀକୁ ରହିବା ଉପଯୋଗୀ ଭଳି କରାଯାଇଛି। ସେଠାରେ ଖାଦ୍ୟ ପାନୀୟ ଜଳ, ଜେନେରେଟର, ମହମବତି, ଟର୍ଚ୍ଚ ଆଦି ରଖାଯାଇଛି। ରାସ୍ତା ମୁକ୍ତ କରିବା ପାଇଁ ସିଆଇଏସ୍‌ଏଫ୍‌ ପକ୍ଷରୁ ସ୍ବତନ୍ତ୍ର ଟିମ୍‌ କରାଯାଇଛି। ବାତ୍ୟା ‘ଦାନା’ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବିପର୍ଯ୍ୟସ୍ତ ପ୍ରଶମନ ଟିମ୍‌ ସହ ମିଶି ପାରାଦୀପ ବନ୍ଦର ପକ୍ଷରୁ ସବୁପ୍ରକାର ପ୍ରସ୍ତୁତି କରାଯାଇଛି ବୋଲି ଅଧ୍ୟକ୍ଷ ହାରାନ୍ଧ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri