ପ୍ରଶ୍ନବାଚୀରେ ପାରାଦୀପରୁ କେନ୍ଦୁଝର ମେମୁ ଟ୍ରେନ

କେନ୍ଦ୍ରାପଡ଼ା, ୭ା୯(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲା ମଧ୍ୟଦେଇ ୨୦୨୦ ଜୁଲାଇ୨୪ ଠାରୁ ମାଲବାହୀ ଟ୍ରେନ ଚଳାଚଳ ଆରମ୍ଭ ହୋଇଛି। ଏବେ ଦୈନିକ ୩୦ରୁ ଅଧିକ ମାଲବାହୀ ଟ୍ରେନ ଗଡୁଥିଲେ ମଧ୍ୟ ଏହି ହରିଦାସପୁର-ପାରାଦୀପ ରେଳପଥରେ ଯାତ୍ରୀବାହୀ ଟ୍ରେନ ଅଦ୍ୟାବଧି ଚଳାଚଳ ହୋଇନାହିଁ। ତେବେ ଇତିମଧ୍ୟରେ ରେଲୱେ ଟିକେଟ ହ୍ୟାକିଂ ଅଭିଯୋଗରେ ୫ ବ୍ୟକ୍ତି ଗିରଫ ହେଲେଣି। ସେହିପରି ୧୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କର ରେଳପଥ ଦୁର୍ଘଟଣାରେ ମୃତ୍ୟୁ ହେଲାଣି। ଅପରପକ୍ଷରେ ରେଳପଥରେ ଯାତ୍ରୀବାହୀ ଟ୍ରେନ ଚଳାଚଳକୁ ନେଇ ପଟ୍ଟାମୁଣ୍ଡାଇ ବ୍ଲକ ଦେଉଳି ଗ୍ରାମର ଗୌତମ କୁମାର ବେହେରା ପୂର୍ବତଟ ରେଳ କର୍ତ୍ତୃପକ୍ଷଙ୍କୁ ଉତ୍କଳମଣି ଯୁବକ ସଂଘ ପକ୍ଷରୁ ଚିଠି ଲେଖିଥିଲେ। ଏ ସମ୍ପର୍କରେ ଡେପୁଟି ଚିଫ ଅପରେସନ୍ସ ମ୍ୟାନେଜର ଡି. ଆର. ପାଉଲଙ୍କଠାରୁ ମିଳିଥିବା ଚିଠି (୯୫/ ୨୨)ରେ ଉଲ୍ଲେଖ ଥିଲା ଯେ, ପାରାଦୀପଠାରୁ କେନ୍ଦୁଝର ପର୍ଯ୍ୟନ୍ତ ଏକ ମେମୁ ଟ୍ରେନ ଚଳାଚଳ କରିବ। ତେବେ ଏଥିପାଇଁ ଭିତ୍ତିଭୂମିର ଅଭାବ ଓ ନିରାପତ୍ତା ଆୟୁକ୍ତଙ୍କ ତଦାରଖ ଆବଶ୍ୟକ ଥିବା ଏଥିରେ ସୂଚନା ଦିଆଯାଇଥିଲା।
ଏ ସମ୍ପର୍କରେ ଗୌତମ କୁମାର ବେହେରା କହିଛନ୍ତି, ହରିଦାସପୁର-ପାରାଦୀପ ନୂଆ ବ୍ରଡଗେଜ ଲାଇନରେ ଭାୟା କେନ୍ଦ୍ରପଡ଼ା ଜିଲା ମଧ୍ୟ ଦେଇ ୨୦୨୦ ଜୁଲାଇ ୨୪ରେ ପ୍ରଥମ ପଣ୍ୟବାହୀ ରେଳ ଗଡ଼ିଥିଲା। ଏହାକୁ ଇତିମଧ୍ୟରେ ୩ ବର୍ଷ ବିତିଛି। ଅଦ୍ୟାବଧି ଯାତ୍ରୀବାହୀ ରେଳ ଗଡ଼ିନାହିଁ। ୧୯୯୬- ୯୭ ଆର୍ଥିକ ବର୍ଷରେ ଏହି ରେଳ ଲାଇନ ପାଇଁ ପ୍ରସ୍ତାବ ଆଗତ ହୋଇଥିଲା। ଦୀର୍ଘଦିନ ଧରି ଏହି ପ୍ରକଳ୍ପ ପଡ଼ି ରହିବା ପରେ ରେଳପଥ ସମ୍ପୂର୍ଣ୍ଣ ନିର୍ମାଣ ହୋଇଛି। ଯାତ୍ରୀବାହୀ ଟ୍ରେନ ଚଳାଚଳ ପାଇଁ ବାରମ୍ବାର ଦାବି ହେଉଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏଥିପାଇଁ ରେଳ କର୍ତ୍ତୃପକ୍ଷକୁୁ ଏ ସମ୍ପର୍କରେ ଯୁବକ ସଂଘ ପକ୍ଷରୁ ଦାବି ପତ୍ର ଦିଆଯାଇଥିଲା। ଖୁବ୍‌ଶୀଘ୍ର ଭିତ୍ତିଭୂମି ତଦାରଖ ପରେ ମେମୁ ଟ୍ରେନ ଚଳାଚଳ କରିବ ନେଇ ଜିଲାବାସୀ ଆଶାବାଦୀ ଅଛନ୍ତି। ଏ ନେଇ କଂଗ୍ରେସ ନେତା ସୌମେନ୍ଦ୍ର ପୃଷ୍ଟି କହିଛନ୍ତି, ୨୦୨୧ରେ ଜିଲା କଂଗ୍ରେସ ପକ୍ଷରୁ ରେଳମନ୍ତ୍ରୀ, ରାଜ୍ୟପାଳଙ୍କୁ ଏ ସମ୍ପର୍କରେ ଦାବିପତ୍ର ଦିଆଯାଇଥିଲା। ଏଥିସହ ନଭେମ୍ବର ୯ରେ ରେଳରୋକୋ ହୋଇଥିଲା। ୨୦୨୦ରେ କରୋନା ସଂକ୍ରମଣ ଆରମ୍ଭ ପରେ ଏହି ଜିଲାକୁ ପ୍ରାୟ ୩ ଲକ୍ଷ ପ୍ରବାସୀ ଫେରିଥିଲେ। ସେମାନଙ୍କ ଯାତ୍ରାପଥର କଷ୍ଟ ସମ୍ପର୍କରେ ଗଣମାଧ୍ୟମରେ ବହୁଳ ଭାବେ ପ୍ରସାରିତ ହୋଇଥିଲା। ଜିଲାରୁ ଏତେ ସଂଖ୍ୟକ କର୍ମଜୀବୀ ବାହାରକୁ ଯାଉଥିବା ବେଳେ ଜିଲାରୁ ରେଳ ଚଢ଼ିବା ଅଦ୍ୟାବଧି ସମ୍ଭବ ହୋଇନାହିଁ। ଏହି ଜିଲାର କର୍ମଜୀବୀ ରେଳରେ ଚଢ଼ି ବାହାରକୁ ଯିବାକୁ ହେଲେ ନିକଟସ୍ଥ ପାରାଦୀପ, କଟକ ଅଥବା ହରିଦାସପୁର ରେଳ ଷ୍ଟେଶନକୁ ଯିବାକୁ ପଡୁଛି। ତୁରନ୍ତ କେନ୍ଦ୍ରାପଡ଼ା ଜିଲାରେ ଯାତ୍ରୀବାହୀ ରେଳ ଚଳାଚଳ ପାଇଁ ଦାବି କରାଯାଉଛି। ସାମାଜିକ କର୍ମୀ ନିହାର ରଞ୍ଜନ ପ୍ରଧାନ କହିଛନ୍ତି, ଯାତ୍ରୀବାହୀ ରେଳ ଚଳାଚଳ ପାଇଁ କେନ୍ଦ୍ରାପଡ଼ାବାସୀ ଅପେକ୍ଷା କରିଛନ୍ତି। ଓଡ଼ିଶାରୁ ଏମ୍‌ପି ହୋଇ ଯାଇଥିବା ଅଶ୍ୱନୀ ବୈଷ୍ଣବ କେନ୍ଦ୍ର ରେଳମନ୍ତ୍ରୀ ପଦବୀ ମିଳିବା ପରେ ଏହି ଦାବିକୁ ତୀବ୍ର କରାଯାଇଛି। ଯାତ୍ରୀବାହୀ ରେଳ ଚଳାଚଳ ଫଳରେ କେନ୍ଦ୍ରାପଡ଼ାବାସୀ ଯାତାୟାତ ସମସ୍ୟାର ସମାଧାନ ହେବା ସହ ଶିଳ୍ପ ପ୍ରତିଷ୍ଠା କ୍ଷେତ୍ରରେ ସୁଯୋଗ ମିଳିପାରିବ। ଏ ସମ୍ପର୍କରେ ପୂର୍ବତନ ରେଳପଥର ପ୍ରଶାସନିକ ଅଧକାରୀ ନିରାକାର ଦାସ କହିଛନ୍ତି, ଯାତ୍ରୀବାହୀ ଟ୍ରେନ ଚଳାଚଳ ପାଇଁ ସମସ୍ତ ପ୍ରସ୍ତୁତି ସରିନାହିଁ। ଷ୍ଟେଶନ ଓ ସିଗନାଲ ସିଷ୍ଟମକୁ ଭଲ ଭାବେ ପରୀକ୍ଷା ପରେ ଟ୍ରେନ ଚଳାଚଳ ସମ୍ଭବ ହୋଇପାରିବ ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରଗିରି ଯାଉଥିବା ବେଳେ ଟ୍ରକକୁ ପଛପଟୁ ଧକ୍କା ଦେଲା ଆକ୍ଟିଭା

ମୋହନା, ୨୭ା୩(ମନ୍ମଥ ମିଶ୍ର): ରାସ୍ତା ପାର୍ଶ୍ୱରେ ଠିଆ ହୋଇଥିବା ଏକ ଟ୍ରକରେ ଦ୍ରୁତ ଗତିରେ ଆସୁଥିବା ଏକ ଆକ୍ଟିଭା (ଓଆର ୦୭ଏନ-୪୯୬୫) ପଛପଟୁ ଧକ୍କା ଦେଇଥିଲା। ଫଳରେ…

ଇରାନ ସଂଘର୍ଷ ଭିତରେ ଭାରତ ପାଇଁ ଆଶ୍ବସ୍ତି, ଆସିଲା LPG ବୋଝେଇ ଟ୍ୟାଙ୍କର

ନୂଆଦିଲ୍ଲୀ,୨୭ା୩: ଭାଡିନାର ବନ୍ଦରରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଖବର ମିଳିଛି । ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଆଶ୍ୱସ୍ତିର ସଙ୍କେତ ଦେଖାଦେଇଛି । ଏଲପିଜି ବୋଝେଇ…

ଘରୋଇ ହିଂସାରୁ ମହିଳାଙ୍କୁ କିପରି ସୁରକ୍ଷା ଦେବ ଆଇନ

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି (ଟିଏଲଏସସି )ପକ୍ଷରୁ ଗୁରୁବାର ସ୍ଥାନୀୟ ମିଶନ ଶକ୍ତି ଭବନ ପରିସରରେ ଏକ ଆଇନ…

ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri