‘ପାରାଦୀପ ଦେଶର ୧ ନମ୍ବର ବନ୍ଦର ହେବ’

ପାରାଦୀପ,୨୭।୧୧(ସ୍ବ.ପ୍ର.): ବନ୍ଦର ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରୀ ଶାନ୍ତନୁ ଠାକୁର ଶୁକ୍ରବାର ପାରାଦୀପ ଗସ୍ତରେ ଆସି ଖୁବ୍‌ଶୀଘ୍ର ଏହି ବନ୍ଦର ଦେଶର ୧ ନମ୍ବର ବନ୍ଦର ହେବାକୁ ଯାଉଛି ବୋଲି କହିଛନ୍ତି। ସେ ପୂର୍ବାହ୍ନରେ ସ୍ଥାନୀୟ ଜବାହର ଅତିଥି ଭବନରେ ପହଞ୍ଚତ୍ ଥିଲେ। ସେଠାରେ ବନ୍ଦର ଅଧ୍ୟକ୍ଷ ପି.ଏଲ. ହାରାନ୍ଧ ତାଙ୍କୁ ସ୍ବାଗତ କରିଥିଲେ। ଏହି ଅବସରରେ ସିଆଇଏସ୍‌ଏଫ୍‌ ପକ୍ଷରୁ ତାଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା। ପରେ ସେ ବନ୍ଦର ନିଷିଦ୍ଧାଞ୍ଚଳକୁ ଯାଇ ପଣ୍ୟ କାରବାର ସ୍ଥିତି ଅନୁଧ୍ୟାନ କରିଥିଲେ। ସାରେ ମଧୁବନସ୍ଥିତ ଅଫିସର୍ସ କ୍ଲବ ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବନ୍ଦରର କାର୍ଯ୍ୟପନ୍ଥା ଉପରେ କହିଥିଲେ। ସେ କହିଥିଲେ, ପାରାଦୀପ ଏବେ ଦେଶର ଦ୍ବିତୀୟ ବୃହତ୍‌ବନ୍ଦର ଭାବେ ସ୍ଥାନ ପାଇଛି। ପ୍ରଧାନମନ୍ତ୍ରୀଙ୍କ ଗତିଶକ୍ତି ଯୋଜନା ଆଧାରରେ ଏଠାରେ ୧୦ ହଜାର କୋଟି ଟଙ୍କାର ନୂତନ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ନ୍ୟାଶନାଲ ମେରିଟାଇମ ପାଇପଲାଇନ ଜରିଆରେ ଅନେକ ଉନ୍ନତିମୂଳକ କାର୍ଯ୍ୟ କରାଯାଉଛି। ଏଥିରେ ଏନ୍‌ଆରଏଲ(ନୁମାଲି ଗଡ ରିଫାଇନେରି), ତ୍ରିବେଣୀ ଆର୍ଥ ଆଣ୍ଡ ମୁଭର୍ସ, ଏସାର ଷ୍ଟିଲ, ବହୁମୁଖୀ କଣ୍ଟେନର କାର୍ଗୋ ପାଇଁ ଏଲପିଜି ଟର୍ମିନାଲ, ମଲ୍ଟି ମୋଡାଲ କରିଡର ଆଦି ରହିଛି। ଏହି କାର୍ଯ୍ୟ ଦୁଇବର୍ଷ ମଧ୍ୟରେ ଶେଷ ହେବ। ସ୍ମାର୍ଟ ଇଣ୍ଡଷ୍ଟ୍ରିଆଲ ପୋର୍ଟ ପାଇଁ ଏସବୁ କରାଯାଇଛି। ଏହାବାଦ ପୋର୍ଟରେ ବୃହତ୍‌ ଜାହାଜରୁ ମଧ୍ୟ ପଣ୍ୟକାରବାର କରିବା ପାଇଁ ବ୍ୟବସ୍ଥା କରାଯାଇଛି। ଏସବୁ କାର୍ଯ୍ୟକାରୀ ହେଲେ ବର୍ତ୍ତମାନ ଠାରୁ ଅଧିକ ୭୦ ମିଲିୟନ ଟନ ପଣ୍ୟ କାରବାର ହୋଇପାରିବ ବୋଲି ମନ୍ତ୍ରୀ ଠାକୁର ସୂଚନା ଦେଇଥିଲେ। ଅନ୍ୟ ସମସ୍ତ ପ୍ରସଙ୍ଗରେ ଅଧ୍ୟକ୍ଷ ହାରାନ୍ଧ ଖବରଦାତା ସମ୍ମିଳନୀରେ ମତ ରଖିଥିଲେ। ସେମାନଙ୍କ ସହ ବନ୍ଦର ଉପାଧ୍ୟକ୍ଷ ଏ.କେ. ବୋଷ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri