ମସ୍କଙ୍କ ବିରୋଧରେ ମକଦ୍ଦମା କଲେ ପରାଗ

ସାନ୍‌ଫ୍ରାନ୍ସିସ୍କୋ, ୧୨।୪: ମାଇକ୍ରୋ ବ୍ଲଗିଂ ଜାଏଣ୍ଟ ଟୁଇଟରରୁ ବାହାର ହୋଇଥିବା ପୂର୍ବତନ ସିଇଓ ପରାଗ ଅଗ୍ରଓ୍ବାଲଙ୍କ ସମେତ ଆଉ ୨ ପୂର୍ବତନ ଏକ୍‌ଜିକ୍ୟୁଟିଭ୍‌ ଏଲନ ମସ୍କଙ୍କ ବିରୋଧରେ ଏକ କୋର୍ଟରେ ମକଦ୍ଦମା ଦାଏର କରିଛନ୍ତି। କମ୍ପାନୀ ପୂର୍ବ ଚୁକ୍ତି ଅନୁସାରେ ଉକ୍ତ କର୍ମଚାରୀଙ୍କୁ କ୍ଷତିପୂରଣ ବାବଦକୁ ଟଙ୍କା ଦେଇ ନ ଥିବା ଅଭିଯୋଗ କରି ମକଦ୍ଦମା ଦାଏର ହୋଇଛି। ଟୁଇଟରର ୩ ପୂର୍ବତନ କର୍ମଚାରୀ ବର୍ତ୍ତମାନ ସମୟରେ କମ୍ପାନୀଠାରୁ ୧ ମିଲିୟନ୍‌ ଡଲାର ନେବାକୁ ଦାବିଦାର। ଆଇନ ଅନୁସାରେ କମ୍ପାନୀ ଏହି ଟଙ୍କା କର୍ମଚାରୀଙ୍କୁ ଦେବାକୁ ବାଧ୍ୟ ବୋଲି ମକଦ୍ଦମାରେ ଉଲ୍ଲେଖ କରାଯାଇଛି। ଗତବର୍ଷ ଅକ୍ଟୋବରରେ ମସ୍କ ୪୪ ବିଲିୟନ୍‌ ଡଲାରରେ ଟୁଇଟର କିଣିଥିଲେ। ପରେ ମସ୍କ ପରାଗ ଅଗ୍ରଓ୍ବାଲଙ୍କ ସମେତ କମ୍ପାନୀର ପୂର୍ବତନ ଚିଫ୍‌ ଲିଗାଲ୍‌ ଅଫିସର ବିଜୟା ଗାଡେ ଏବଂ ମୁଖ୍ୟ ଫାଇନାନ୍ସ ଅଫିସର ନେଡ୍‌ ସେଗାଲଙ୍କୁ ଚାକିରିରୁ ବାହାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri