Posted inଜାତୀୟ

ପରଜୀବୀ, ବାଳକ ବୁଦ୍ଧି…୧୩୩ ମିନିଟ୍‌ରେ ରାହୁଲଙ୍କୁ ତୁହାକୁ ତୁହା ଆକ୍ରମଣ କଲେ ମୋଦି, ହେଲେ ଉଠାଇଲେନି ଏହି ପ୍ରସଙ୍ଗ

ନୂଆଦିଲ୍ଲୀ,୩।୭: ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଭାଷଣ ରଖିଥିଳେ। ଯେଉଁଥିରେ କଂଗ୍ରେସକୁ ସେ ତୀବ୍ର ସମାଲୋଚନା କରିବା ସହ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଥିଲେ। ନିଜ ୨ଘଣ୍ଟା ୧୭ମିନିଟ୍‌ ଭାଷରେ ମୋଦି, ରାହୁଲଙ୍କୁ ତୁହାକୁ ତୁହା ଟାର୍ଗେଟ କରୁଥିବାବେଳେ ନିଟ୍‌ ପେପର୍‌ ଲିକ୍‌ ଓ ମଣିପୁର ସମ୍ପର୍କରେ କିଛି ବି କହି ନ ଥିଲେ। ରାହୁଲଙ୍କ ଦ୍ୱାରା ଭଗବାନ ଶିବଙ୍କ ଫଟୋ ଦେଖାଇବା, ସମ୍ବିଧାନ ଉପରେ ଆକ୍ରମଣ ଓ ଭାଜପା ନେତାଙ୍କୁ ହିନ୍ଦୁ ନୁହେଁ କହିବା ଟିପ୍ପଣୀକୁ ନେଇ ମୋଦି ଗୋଟି ଗୋଟି କରି ଜବାବ ରଖିଥିଲେ।

ମୋଦି ସଂସଦରେ ୧୩୩ମିନିଟ ଯାଏଁ ନିଜ ବ୍ୟକ୍ତବ ରଖିଥିଲେ। ଯେତେବେଳେ କି ବିରୋଧୀଦଳର ନେତା ରାହୁଲ ଗାନ୍ଧୀ ଗୋଟିଏ ଦିନ ପୂର୍ବରୁ ୧୦୦ ମିନିଟ୍‌ ପାଇଁ ନିଜ ଭାଷଣ ରଖିଥିଲେ। ପିଏମ ମୋଦିଙ୍କ ଭାଷଣକୁ ବିଶ୍ଳେଷଣ କରାଯାଇଛି। ଯେଉଁଥିରେ ସେ ୬୧ଥର ବିକାଶ ଓ ବିକଶିତ ଶଦ୍ଦ ବ୍ୟବହାର କରିଛନ୍ତି। ସେହିପରି ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ନାମ ୧୫ ଥର ଏବଂ ଇନ୍ଦିରା ଗାନ୍ଧୀଙ୍କ ନାମ ୧୨ ଥର ନେଇଥିଲେ। କିନ୍ତୁ ଏବେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଥିବା ନିଟ୍‌ ମାମଲା ଉପରେ କିଛି ବି କହି ନ ଥିଲେ। ମୋଦି NEET ଶବ୍ଦକୁ କେବଳ ଥରେ ମାତ୍ର ବ୍ୟବହାର କରିଥିଲେ। ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଧନ୍ୟବାଦ ଅର୍ପଣ କରି ଭାଷଣ ଦେବାବେଳେ ପ୍ରଧାନମନ୍ତ୍ରୀ କଂଗ୍ରେସକୁ ପରଜୀବୀ ଏବଂ ରାହୁଲଙ୍କ ବାଳକ ବୁଦ୍ଧି ଭଳି ଶବ୍ଦ ବ୍ୟବହାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri