ପୁରୁଷୋତ୍ତମପୁରରେ ଉଡ଼ିଲା ତ୍ରିରଙ୍ଗା, ଅପରେଶନ ସିନ୍ଦୂରରେ ଯବାନଙ୍କ ବିରତ୍ୱକୁ ନେଇ ପରାକ୍ରମ ଶୋଭାଯାତ୍ରା

ପୁରୁଷୋତ୍ତମପୁର,୧୫।୫ (ସିମାଞ୍ଚଳ ମିଶ୍ର): ଜମ୍ମୁ କଶ୍ମୀରର ପହଲଗାମ୍‌ରେ ପାକିସ୍ଥାନୀ ଆତଙ୍କବାଦୀଙ୍କ ଆକ୍ରମଣର ଉଚିତ ଜବାବ ଦେଇ ‘ଅପରେଶନ ସିନ୍ଦୂର’ ଜରିଆରେ ପରାକ୍ରମ ଦେଖାଇଥିଲେ ଭାରତୀୟ ବୀର ଯବାନ। ସେମାନଙ୍କ ସାହସିକତାକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଶାସନ ପକ୍ଷରୁ ବିଡିଓ ଶରତ କୁମାର ପାତ୍ରଙ୍କ ସଂଯୋଜନାରେ ଗୁରବାର ପରାକ୍ରମ ଶୋଭାଯାତ୍ରା ଅନୁଷ୍ଟିତ ହୋଇଯାଇଛି। ଏଥିରେ ପୁରୁଷୋତ୍ତମପୁର ଏସ୍‌ଡିପିଓ ଡ.ଦୀପକକୁମାର ମିଶ୍ର, ତହସିଲଦାର ବିନୋଦକୁମାର ବେହେରା, ଆଇଆଇସି ରାଜେଶକୁମାର ନାୟକ, ଏନ୍‌ଏସି ନିର୍ବାହୀ ଅଧିକାରୀ ଗୋବିନ୍ଦ ଡନସେନା, ଏବିଡିଓ ନିରାକାର ଜେନା ଓ ଏନ୍‌ଏସି ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା ଯୋଗଦେଇଥିଲେ। ଦେଶବାସୀଙ୍କୁ ସୁରକ୍ଷା ଦେବା ସହ ପାକିସ୍ତାନର ଆତଙ୍କବାଦୀ ଆଡ୍ଡାକୁ ଧ୍ବଂସକରି ବୀରତ୍ୱ ଏବଂ ସାହାସିକତାର ପରାକ୍ରମ ଦେଖାଇଥିବା ଯବାନଙ୍କ ଲାଗି ଆମେ ଗର୍ବିତ ଥିବା କହି ସମସ୍ତେ ସଲାମ କରିଥିଲେ। ଏହାସହ ଭାରତ ମାତାର ଜୟଗାନ କରିଥିଲେ। ଏଥିରେ ସମସ୍ତ ସରକାରୀ କର୍ମଚାରୀ, ଜନ ପ୍ରତିନିଧି, କଲେଜ ଛାତ୍ର, ଜନସାଧାରଣ ଯୋଗଦେଇ ବିରାଟ ମୋଟରସାଇକେଲ ଶୋଭାଯାତ୍ରାରେ ତ୍ରିରଙ୍ଗା ଉଡାଇ ଭାରତମାତାର ସ୍ଲୋଗାନ ଦେଇ ଆଛୁଲି ଛକଠାରୁ ବାହାରି ପୁରୁଷୋତ୍ତମପୁର ସହର ପରିକ୍ରମା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri