ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି କରିଥିବା ଅଭିଯୋଗ ହୋଇଛି। ଘର ମାଲିକା ଏସ୍‌. ସନ୍ତୋଷିନି ନିଜ ପରିବାର ସହ ସମ୍ପର୍କୀୟଙ୍କ ଅସୁସ୍ଥତା କାରଣରୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲକୁ ଯାଇଥିବା ବେଳେ ଏହି ଅଘଟଣ ଘଟିଛି।

ଶନିବାର ସକାଳେ ପଡ଼ୋଶୀମାନେ ଘରର ତାଲା ଭଙ୍ଗାଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ପରେ ସନ୍ଧ୍ୟାରେ ସନ୍ତୋଷିନି ଘରକୁ ଫେରି ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ଅନୁଯାୟୀ, ଘରୁ ନଗଦ ୫ ଲକ୍ଷ ୫୦ ହଜାର ଟଙ୍କା, ପ୍ରାୟ ୭ ଭରି ସୁନା ଅଳଙ୍କାର, ୧୫ଟି ରୂପା ପାଉଁଜି ସମେତ ଅନ୍ୟାନ୍ୟ ରୂପା ସାମଗ୍ରୀ ଚୋରି ହୋଇଛି।

ଏହି ଘଟଣା ନେଇ ଆଦର୍ଶ ଥାନା ପୋଲିସ କେସ୍‌ ନଂ. ୩୨୭/୨୦୨୬ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ପୋଲିସ ଘଟଣାସ୍ଥଳ ପରିଦର୍ଶନ କରି ଯାଞ୍ଚ କରିବା ସହ ଚୋରମାନଙ୍କୁ ଧରିବା ପାଇଁ ଖୋଳତାଡ଼ ଆରମ୍ଭ କରିଛି। ତେବେ ତଦନ୍ତ ପରେ ହିଁ ପ୍ରକୃତ କ୍ଷୟକ୍ଷତି ଓ ସମ୍ପତ୍ତିର ପରିମାଣ ସ୍ପଷ୍ଟ ହେବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଲ୍ୟ ବିବାହ ରୋକିବା ନେଇ ଗୁରୁତ୍ୱାରୋପ, ବିଭିନ୍ନ ବିଭାଗ ମଧ୍ୟରେ ଉତ୍ତମ ସମନ୍ବୟ ରଖି…

ଛତ୍ରପୁର,୧୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବାଲ୍ୟ ବିବାହ ନିଷେଧ ଆଇନ, ୨୦୦୬ର ସଠିକ କାର୍ଯ୍ୟକାରିତା ସହ ବାଲ୍ୟ ବିବାହ ରୋକିବା ଦିଗରେ ନିଯୁକ୍ତ ଅଧିକାରୀଙ୍କ ଦକ୍ଷତା ବୃଦ୍ଧି ଲକ୍ଷ୍ୟରେ…

ଗାଧୋଇବାକୁ ଯାଇଥିଲେ, ମିଳିଲା ମୃତଦେହ

ନୂଆପଡ଼ା,୧୦ା୯(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଅଧୀନ ମିଛାପାଲି ପଞ୍ଚାୟତ ଗରେଲ ବାହାଲିପଡ଼ାରେ ଏକ ଅଘଟଣ ଘଟିଛି। ଚହଲା ପାଣିରେ ବୁଡ଼ି ଜଣେ ବ୍ୟକ୍ତି ପ୍ରାଣ…

ସୁଧୁରୁନି ରାସ୍ତାର ଅବସ୍ଥା, ଏନ୍‌ଏସିକୁ ଦାବିପତ୍ର ପ୍ରଦାନ କରି…

ପଦ୍ମପୁର,୧୦ା୯(ପ୍ରଦୀପ୍ତ ଦାଶ): ପଦ୍ମପୁର ଏନ୍‌ଏସି ଅନ୍ତର୍ଗତ ଥାନା ସମ୍ମୁଖରୁ ଡା. ବି.ଆର୍‌. ଆମ୍ବେଦକର ଛକ ପର୍ଯ୍ୟନ୍ତ ରାସ୍ତାର ଦୁରବସ୍ଥା ଦୂର କରି ତୁରନ୍ତ ରାସ୍ତା ନିର୍ମାଣ ଓ…

କେବିକେ ବିକାଶ ଯୋଜନାରୁ ବଞ୍ଚିତ ହେବେ ୪ ପଞ୍ଚାୟତ, ଆନୁଆଲ ଆକ୍ସନ ପ୍ଲାନ୍‌କୁ ନେଇ ଅସନ୍ତୋଷ

କର୍ଲାମୁଣ୍ଡା,୧୦ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କେବିକେ ବିକାଶ ଯୋଜନାର ଆନୁଆଲ ଆକ୍ସନ ପ୍ଲାନ୍‌କୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ବ୍ଲକର ୧୨ଟି ପଞ୍ଚାୟତ…

ସରକାରଙ୍କ ଋଣ ଯୋଜନା ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ନେଇ ପରାମର୍ଶ

ଛତ୍ରପୁର,୧୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ଜିଲା ବ୍ୟାଙ୍କ ପରାମର୍ଶଦାତା…

ଗାଁକୁ ନିଶାମୁକ୍ତ କରିବା ପାଇଁ ଥାନାର ଦ୍ୱାରସ୍ଥ ହେଲେ ମହିଳା, ପ୍ରତିଶ୍ରୁତି ଦେଇ ଥାନାଧିକାରିଣୀ କହିଲେ…

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ଦେଉଳପଡ଼ା ପଞ୍ଚାୟତ ବାଙ୍କୀଛନ୍ଦା ଗ୍ରାମରେ ଦୀର୍ଘବର୍ଷ ଧରି ବେଆଇନ ମଦ ବ୍ୟବସାୟୀମାନେ ଦେଶୀ ବିଦେଶୀ…

ତ୍ରୁଟିପୂର୍ଣ୍ଣ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ

ଖୋର୍ଦ୍ଧା,୧୦ା୯(ପ୍ରଭାତ ପାଣିଗ୍ରାହୀ): ଏମ୍‌ଏସ୍‌ଏମ୍‌ଇ ବିଭାଗର କମିଶନର-କମ୍‌-ସଚିବ ତଥା ଇଲେକ୍ଟୋରାଲ ରୋଲ ପର୍ଯ୍ୟବେକ୍ଷକ ରଶ୍ମିତା ପଣ୍ଡା, ଖୋର୍ଦ୍ଧା ଜିଲାକୁ ଦ୍ୱିତୀୟ ଥର ଗସ୍ତରେ ଆସି ଏସ୍‌ଆଇଆର ସମ୍ପର୍କିତ କାର୍ଯ୍ୟର…

ବାଇକ୍‌ରେ ମଦ ଲଦି ଏ ଦୋକାନରୁ ସେ ଦୋକାନକୁ ଚାଲାଣ

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଛି । ଯୁବକମାନେ ବାଇକ୍‌ରେ ଲଦି ମଦକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri