ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହୋଇଥିଲେ ପାରଳାଖେମୁଣ୍ଡି ବନ ସଂରକ୍ଷକ: ଚିକିତ୍ସାଧୀନ ଅବସ୍ଥାରେ ବୁଜିଲେ ଆଖି

ପାରଳାଖେମୁଣ୍ଡି,୧୩।୭(ଡି.ଏନ୍‌.ଏ.): ସୋମବାର ନିଜ ସରକାରୀ ବାସଭବନରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହୋଇଥିବା ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ର ଆଖି ବୁଜିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପାରଳାଖେମୁଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରୁ ବ୍ରହ୍ମପୁର ପରେ ଅଧିକ ଚିକିତ୍ସା ପାଇଁ କଟକ ନିଆଯାଇଥିଲା। ମାତ୍ର ଶରୀରର ୯୦% ପୋଡିଯାଇଥିବା ଯୋଗୁ କଟକର ଏକ ଘରୋଇ ହସ୍ପିଟାଲରେ ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଛି। ସେ କିଭଳି ନିଆଁ ସଂସ୍ପର୍ଶରେ ଆସିଲେ ତାର କାରଣ ଅସ୍ପଷ୍ଟ ରହିଥିବା ବେଳେ ସ୍ତ୍ରୀ ଗଣମାଧ୍ୟମ ସମ୍ମୁଖରେ ମୁହଁ ଖୋଲିନାହାନ୍ତି। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।

ପ୍ରକାଶ ଯେ, ସୌମ୍ୟରଞ୍ଜନ ସୋମବାର ସ୍ତ୍ରୀଙ୍କ ସହ ନିଜ ସରକାରୀ ବାସଭବନରେ ଥିଲେ। ରାତି ପ୍ରାୟ ୯ଟାରେ ତାଙ୍କ ସ୍ତ୍ରୀଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ପହଞ୍ଚିଥିଲେ। ସେଠାରେ ସୌମ୍ୟରଞ୍ଜନ ନିଆଁରେ ପୋଡି ହୋଇଯାଇଥିବା ଲୋକେ ଦେଖିବାକୁ ପାଇଥିଲେ। ତାଙ୍କୁ ସେଠାରୁ ଉଦ୍ଧାର କରାଯାଇ ପ୍ରଥମେ ପାରଳାଖେମୁଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ କଟକ ନିଆଯାଇଥିଲା। ସେଠାର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି। ତେବେ ସୌମ୍ୟରଞ୍ଜନ ପ୍ରାୟ ୬ ମାସ ପୂର୍ବେ ବିବାହ କରିଥିବା ବେଳେ ଏଭଳି ଘଟଣା କାହିଁକି ଓ କିପରି ଘଟିଲା ସେନେଇ ପୋଲିସ ଖୋଳତାଡ଼ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri