ପାରଳାଖେମୁଣ୍ଡି ଗଣମୃତ୍ୟୁକୁ ୪ବର୍ଷ ପୂରିଲା: ଧରା ପଡ଼ିନାହାନ୍ତି ଦୋଷୀ

ପାରଳାଖେମୁଣ୍ଡି,୨୭ା୮(ସ୍ବ.ପ୍ର.):ବହୁଚର୍ଚ୍ଚିତ ପାରଳା ଗଣମୃତ୍ୟୁ ଘଟଣାକୁ ଗତ ୨୧ରେ ୪ବର୍ଷ ପୂରିଛି। ଏହି ଘଟଣାରେ ପାରଳା ରାଜପ୍ରାସାଦର ତତ୍କାଳୀନ ପରିଚାଳିକା ଅନଙ୍ଗମଞ୍ଜରୀ ପାତ୍ର, ଭଉଣୀ ବିଜୟଲକ୍ଷ୍ମୀ ପାତ୍ର, ଦୁଇଭାଇ ସଞ୍ଜୟ ପାତ୍ର ଓ ସନ୍ତୋଷ ପାତ୍ର ପ୍ରାଣ ହରାଇଥିଲେ। ସେତେବେଳେ ଏହା ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇ ଦେଇଥିଲା। ମୃତକଙ୍କ ପରିବାର ପକ୍ଷରୁ ୧୨ ଜଣଙ୍କ ନାମରେ ପାରଳାଖେମୁଣ୍ଡି ଥାନାରେ ଅଭିଯୋଗ ହୋଇଥିଲା। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଘଟଣାର ତଦନ୍ତ କ୍ରାଇମବ୍ରାଞ୍ଚ ଆରମ୍ଭ କରିଥିଲା। ଏପର୍ଯ୍ୟନ୍ତ ତଦନ୍ତ ଚାଲିଥିଲେ ମଧ୍ୟ ରହସ୍ୟ ଉନ୍ମୋଚନ ହୋଇପାରିନାହିଁ କି ଦୋଷୀ ଧରା ପଡିନାହାନ୍ତି। ସୂଚନାଯୋଗ୍ୟ ଯେ ସମ୍ପତ୍ତି ହଡପ ଉଦ୍ଦେଶ୍ୟରେ ପାରଳା ମହାରାଜା ଗୋପୀନାଥ ଗଜପତି ନାରାୟଣ ଦେବଙ୍କୁ ନଜରବନ୍ଦୀ କରି ରଖାଯାଇଥିବା ଜନସାଧାରଣ ଅଭିଯୋଗ ଆଣି କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଏନେଇ ୨୦୧୬ ଅଗଷ୍ଟ ୧୪ରେ ରାଜପ୍ରାସାଦ ଆଗରେ ଆନ୍ଦୋଳନ କରିଥିଲେ। ପରେ ସେହିବର୍ଷ ଅଗଷ୍ଟ ୨୧ରେ ଅନଙ୍ଗମଞ୍ଜରୀଙ୍କ ଜଙ୍ଗମସାହିସ୍ଥିତ ବାସଭବନର ବନ୍ଦ କୋଠରିରୁ ଅନଙ୍ଗମଞ୍ଜରୀ, ବିଜୟଲକ୍ଷ୍ମୀ, ସଞ୍ଜୟଙ୍କ ମୃତଦେବ ମିଳିଥିଲା। ଗୁରୁତର ଅବସ୍ଥାରେ ଉଦ୍ଧାର ହୋଇଥିବା ସନ୍ତୋଷଙ୍କ ପରେ ବ୍ରହ୍ମପୁର ଡାକ୍ତରଖାନାରେ ମୃତ୍ୟୁ ଘଟିଥିଲା। ଏନେଇ ୨୨ରେ ମୃତକଙ୍କ ପରିବାର ପକ୍ଷରୁ ସ୍ଥାନୀୟ ଥାନାରେ ୧୨ଜଣଙ୍କ ନାମରେ ଏତଲା ଦିଆଯାଇଥିଲା। ୨୦୧୬ ଅଗଷ୍ଟ ୨୩ରୁ ଅଦ୍ୟାବଧି ବିଭିନ୍ନ ପର୍ଯ୍ୟାୟରେ ଅନୁସନ୍ଧାନ ଚାଲୁ ରହିଛି। ଏନେଇ ଅନଙ୍ଗଙ୍କ ବଡଭାଇ ଅମୂଲ୍ୟ ପାତ୍ର କହିଛନ୍ତି ଯେ, ଘଟଣା ଘଟି ଦୀର୍ଘ ୪ବର୍ଷ ବିତିଗଲାଣି। ନ୍ୟାୟ ପାଇବା ପାଇଁ ବହୁବାର ଡିଜିଙ୍କ ଅଫିସଠାରୁ ଆରମ୍ଭ କରି ବିଭିନ୍ନ ପଦାଧିକାରୀଙ୍କ ପାଖକୁ ଦୌଡୁଛି। କିନ୍ତୁ ଫଳ ଶୂନ୍ୟ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ପାକିସ୍ତାନୀ ମତ୍ସ୍ୟଜୀବୀଙ୍କୁ ଗିରଫ କଲା ବିଏସ୍‌ଏଫ୍‌

ନୂଆଦିଲ୍ଲୀ,୨୫ା୧୦: ଗୁଜରାଟର କଚ୍ଛ ଜିଲାର ସମ୍ବେଦନଶୀଳ ସିର୍‌ କ୍ରିକ ଅଞ୍ଚଳରେ ବେଆଇନ ଭାବେ ଭାରତୀୟ ଜଳସୀମାରେ ପ୍ରବେଶ କରିଥିବା ଅଭିଯୋଗରେ ସୀମା ସୁରକ୍ଷା ବଳ(ବିଏସ୍‌ଏଫ୍‌) ୪ଜଣ ପାକିସ୍ତାନୀ…

ଉପାନ୍ତ ଗ୍ରାମରେ ପହଞ୍ଚିଲେ କଳାହାଣ୍ଡି ଜିଲାପାଳ, କନ୍ଦାଗୁଡା-କେନ୍ଦୁଗୁଡାର ହେବ ବିକାଶ

ଥୁଆମୂଳ ରାମପୁର, ୨୫।୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ଗ୍ରାମପଞ୍ଚାୟତ ଅଧୀନସ୍ଥ ପାହାଡ଼ ପର୍ବତ ଘେରା ଦୁର୍ଗମ ଅଞ୍ଚଳ କନ୍ଦାଗୁଡା,…

ନିର୍ବାଚନ ପୂର୍ବରୁ ଇରାନକୁ ନେଇ ନେତାନ୍ୟାହୁଙ୍କ ଚେତାବନୀ,’ପରମାଣୁ ବିପଦ…’

ନୂଆଦିଲ୍ଲୀ, ୨୫।୧୦: ଇରାନର ପରମାଣୁ ଅସ୍ତ୍ର ହାସଲ ଉଦ୍ୟମକୁ ଇସ୍ରାଏଲର ଅସ୍ତିତ୍ୱ ପ୍ରତି ବଡ଼ ବିପଦ ବୋଲି ଦର୍ଶାଇଛନ୍ତି ଲେଖକ ୟୁଭାଲ ବ୍ଲୁମବର୍ଗ । ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଦିଗପହଣ୍ଡିରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହୋତ୍ସବ, ଚଳଚଞ୍ଚଳ ଅଞ୍ଚଳ କଲୋନୀ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ନିଳାଦ୍ରୀ ବିହାର ପ୍ରଥମ ଲେନରେ ପ୍ରତିବର୍ଷ ଭଳି ଚଳିତବର୍ଷ ଧର୍ମୀୟ ଭାବନା, ଭକ୍ତି ଓ ଆଧ୍ୟାତ୍ମିକ…

ଦିଗପହଣ୍ଡିରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ, ୧୦ରୁ ଅଧିକ ଯୁବକ….

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମର କାଳୁ ଗୌଡ଼ ନାମକ ଜଣେ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।…

ବଂଶଧାରାରେ ବିଦାୟ ନେଲେ ମା’ ଦୁର୍ଗା, ଆରବର୍ଷକୁ ଅପେକ୍ଷା…

ଗୁଡାରି,୨୫।୧୦(ପ୍ରମୋଦ କୁମାର ପତି): ଗୁଡାରି ଟାଉନ ଦୁର୍ଗା ପୂଜା କମିଟି ପକ୍ଷରୁ ଆୟୋଜିତ ଦୁର୍ଗା ପୂଜାର ରବିବାର ରାତିରେ ଭଷାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଭସାଣି ଉତ୍ସବ…

ଖାର୍ଗେଙ୍କ ବିବାଦୀୟ ବୟାନକୁ ନେଇ ବର୍ଷିଲେ ଅମିତ ଶାହା, ସବୁ ମର୍ଯ୍ୟାଦା….

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଏକ ବିବାଦୀୟ ମନ୍ତବ୍ୟକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ଏହାକୁ…

ଗଜଲକ୍ଷ୍ମୀ ପୂଜା ପାଇଁ ଭଞ୍ଜନଗର ଉତ୍ସବ ମୁଖର

ଭଞ୍ଜନଗର,୨୫।୧୦(ବାବୁଲା ପ୍ରଧାନ): ଗଜଲକ୍ଷ୍ମୀ ପୂଜା ପାଇଁ ଗଞ୍ଜାମ ଜିଲା ଭଞ୍ଜନଗର ସହର ଉତ୍ସବ ମୁଖର ହୋଇଉଠିଛି। ରବିବାର ଭଞ୍ଜନଗର ସହରର ବିଭିନ୍ନ ସ୍ଥାନ ସମେତ ସହରତଳି ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?