ପାରଳାଖେମୁଣ୍ଡି ଗଣମୃତ୍ୟୁକୁ ୪ବର୍ଷ ପୂରିଲା: ଧରା ପଡ଼ିନାହାନ୍ତି ଦୋଷୀ

ପାରଳାଖେମୁଣ୍ଡି,୨୭ା୮(ସ୍ବ.ପ୍ର.):ବହୁଚର୍ଚ୍ଚିତ ପାରଳା ଗଣମୃତ୍ୟୁ ଘଟଣାକୁ ଗତ ୨୧ରେ ୪ବର୍ଷ ପୂରିଛି। ଏହି ଘଟଣାରେ ପାରଳା ରାଜପ୍ରାସାଦର ତତ୍କାଳୀନ ପରିଚାଳିକା ଅନଙ୍ଗମଞ୍ଜରୀ ପାତ୍ର, ଭଉଣୀ ବିଜୟଲକ୍ଷ୍ମୀ ପାତ୍ର, ଦୁଇଭାଇ ସଞ୍ଜୟ ପାତ୍ର ଓ ସନ୍ତୋଷ ପାତ୍ର ପ୍ରାଣ ହରାଇଥିଲେ। ସେତେବେଳେ ଏହା ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇ ଦେଇଥିଲା। ମୃତକଙ୍କ ପରିବାର ପକ୍ଷରୁ ୧୨ ଜଣଙ୍କ ନାମରେ ପାରଳାଖେମୁଣ୍ଡି ଥାନାରେ ଅଭିଯୋଗ ହୋଇଥିଲା। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଘଟଣାର ତଦନ୍ତ କ୍ରାଇମବ୍ରାଞ୍ଚ ଆରମ୍ଭ କରିଥିଲା। ଏପର୍ଯ୍ୟନ୍ତ ତଦନ୍ତ ଚାଲିଥିଲେ ମଧ୍ୟ ରହସ୍ୟ ଉନ୍ମୋଚନ ହୋଇପାରିନାହିଁ କି ଦୋଷୀ ଧରା ପଡିନାହାନ୍ତି। ସୂଚନାଯୋଗ୍ୟ ଯେ ସମ୍ପତ୍ତି ହଡପ ଉଦ୍ଦେଶ୍ୟରେ ପାରଳା ମହାରାଜା ଗୋପୀନାଥ ଗଜପତି ନାରାୟଣ ଦେବଙ୍କୁ ନଜରବନ୍ଦୀ କରି ରଖାଯାଇଥିବା ଜନସାଧାରଣ ଅଭିଯୋଗ ଆଣି କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଏନେଇ ୨୦୧୬ ଅଗଷ୍ଟ ୧୪ରେ ରାଜପ୍ରାସାଦ ଆଗରେ ଆନ୍ଦୋଳନ କରିଥିଲେ। ପରେ ସେହିବର୍ଷ ଅଗଷ୍ଟ ୨୧ରେ ଅନଙ୍ଗମଞ୍ଜରୀଙ୍କ ଜଙ୍ଗମସାହିସ୍ଥିତ ବାସଭବନର ବନ୍ଦ କୋଠରିରୁ ଅନଙ୍ଗମଞ୍ଜରୀ, ବିଜୟଲକ୍ଷ୍ମୀ, ସଞ୍ଜୟଙ୍କ ମୃତଦେବ ମିଳିଥିଲା। ଗୁରୁତର ଅବସ୍ଥାରେ ଉଦ୍ଧାର ହୋଇଥିବା ସନ୍ତୋଷଙ୍କ ପରେ ବ୍ରହ୍ମପୁର ଡାକ୍ତରଖାନାରେ ମୃତ୍ୟୁ ଘଟିଥିଲା। ଏନେଇ ୨୨ରେ ମୃତକଙ୍କ ପରିବାର ପକ୍ଷରୁ ସ୍ଥାନୀୟ ଥାନାରେ ୧୨ଜଣଙ୍କ ନାମରେ ଏତଲା ଦିଆଯାଇଥିଲା। ୨୦୧୬ ଅଗଷ୍ଟ ୨୩ରୁ ଅଦ୍ୟାବଧି ବିଭିନ୍ନ ପର୍ଯ୍ୟାୟରେ ଅନୁସନ୍ଧାନ ଚାଲୁ ରହିଛି। ଏନେଇ ଅନଙ୍ଗଙ୍କ ବଡଭାଇ ଅମୂଲ୍ୟ ପାତ୍ର କହିଛନ୍ତି ଯେ, ଘଟଣା ଘଟି ଦୀର୍ଘ ୪ବର୍ଷ ବିତିଗଲାଣି। ନ୍ୟାୟ ପାଇବା ପାଇଁ ବହୁବାର ଡିଜିଙ୍କ ଅଫିସଠାରୁ ଆରମ୍ଭ କରି ବିଭିନ୍ନ ପଦାଧିକାରୀଙ୍କ ପାଖକୁ ଦୌଡୁଛି। କିନ୍ତୁ ଫଳ ଶୂନ୍ୟ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri