ବ୍ରହ୍ମପୁର ଚାଲାଣ କରୁଥିଲେ ଗଞ୍ଜେଇ, ବାଟରେ ଧରି ପକାଇଲା ପୋଲିସ, ତା’ପରେ…

ପାରଳାଖେମୁଣ୍ଡି,୧୦।୮ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ୧୧ କିଲୋ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସୋମବାର ସକାଳ ପ୍ରାୟ ୬ଟାରେ ଏସଆଇ ପ୍ରଫୁଲ୍ଲ ଜଗରଙ୍ଗାଙ୍କ ନେତୃତ୍ୱରେ ପୋଲିସ ଟିମ ସହରରେ ପାଟ୍ରୋଲିଂ କରୁଥିବା ସମୟରେ ବାଟଗୌଡ଼ ସାହି ଛକ ନିକଟରେ ଜରି ବସ୍ତା ଧରି ଠିଆ ହୋଇଥିବା ସଦାଶିବ ପାଣିଗ୍ରାହୀ (୪୫)ଙ୍କୁ ସନ୍ଦେହରେ ଯାଞ୍ଚ କରିଥିଲେ। କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ଓ ସ୍ବାଧୀନ ସାକ୍ଷୀଙ୍କ ଉପସ୍ଥିତିରେ ବ୍ୟାଗ ଯାଞ୍ଚ କରାଯିବାରୁ ସେଥିରୁ ୧୧ କିଲୋ ଗଞ୍ଜେଇ ମିଳିଥିଲା। ଏଥିସହ ଗୋଟିଏ ମୋବାଇଲ ଫୋନ ମଧ୍ୟ ଜବତ ହୋଇଛି। ଜବତ ଗଞ୍ଜେଇ ସ୍ଥାନୀୟ ଅଞ୍ଚଳରୁ ସଂଗ୍ରହ କରି ବ୍ରହ୍ମପୁର ଚାଲାଣ କରାଯାଉଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ଏନେଇ ପାରଳାଖେମୁଣ୍ଡି ଥାନାରେ ମାମଲା ନଂ. ୩୩୧/୨୦୨୬, ଏନ୍ଡିପିଏସ ଆଇନର ଧାରା ୨୦(ବି)(ii)(ବି)/୨୯ରେ ମାମଲା ରୁଜୁ ହୋଇଛି। ଗଞ୍ଜେଇ ଚୋରାଚାଲାଣରେ ସମ୍ପୃକ୍ତ ଅନ୍ୟମାନଙ୍କୁ ଧରିବା ପାଇଁ ପୋଲିସ ତଦନ୍ତ ଜାରି ରଖିଛି। ଅଭିଯୁକ୍ତ ସଦାଶିବଙ୍କୁ ଅଦାଲତକୁ ପଠାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

ଜିଲାପାଳଙ୍କ ବଡ଼ ଆହ୍ବାନ: ପାଳନ ହେବ ‘ଘରେ ଘରେ ତ୍ରିରଙ୍ଗ’ କାର୍ଯ୍ୟକ୍ରମ

ଛତ୍ରପୁର,୧୦।୮୯(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ପବିତ୍ର ସ୍ବାଧୀନତା ଦିବସ ଏବଂ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ’ର ୧୫୦ତମ ବର୍ଷପୂର୍ତ୍ତି ଅବସରରେ ଦେଶରେ ‘ଘରେ ଘରେ ତ୍ରିରଙ୍ଗା-୨୦୨୬’ କାର୍ଯ୍ୟକ୍ରମ ପାଳନ…

ସେବା-ସହଯୋଗର ବାର୍ତ୍ତା ବାଣ୍ଟିଲା ଲକ୍ଷ୍ମୀ ନାରାୟଣ ୟୁଥ କ୍ଲବ: ଚକ୍ରତୀର୍ଥ ପୀଠରେ…

ହାଟଡିହୀ/ଛେନାପଦୀ,୧୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଚୋରଗଡ଼ିଆ ନାରାୟଣ ୟୁଥ କ୍ଲବ ପକ୍ଷରୁ ନିକଟସ୍ଥ ଚକ୍ରତୀର୍ଥ ପୀଠରେ…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ହତ୍ୟା ଉଦ୍ୟମ ଘଟଣାରେ ଫେରାର ଥିଲେ ଅଭିଯୁକ୍ତ, ୧ ବର୍ଷ ପରେ ଘରକୁ ଫେରିଥିବାବେଳେ ହଠାତ୍‌ ପହଞ୍ଚିଲା ପୋଲିସ, ତା’ପରେ…

ଦିଗପହଣ୍ଡି,୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ପିଣ୍ଟୁ ଜେନା(୨୯)ଙ୍କୁ ସୋମବାର କେ.ନୂଆଗାଁ ପୋଲିସ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି…

ସାଇବର ଅପରାଧରୁ ଦୂରେଇ ରହିବାକୁ ଚାହୁଁଥିଲେ ଆପଣାନ୍ତୁ ଏହି ଉପାୟ: ନନ୍ଦିପଦା ପୋଲିସ ତରଫରୁ…

ହାଟଡିହୀ/ଛେନାପଦୀ,୧୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ତରଫରୁ ଓରାଳି ହାଇସ୍କୁଲ ପରିସରରେ ସୋମବାର ଅପରାହ୍ନରେ ଛାତ୍ରୀଛାତ୍ରଙ୍କୁ ନେଇ ସାଇବର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri