Posted inଜାତୀୟ

ବିରୋଧୀ ଏମ୍‌ପିଙ୍କୁ ସକାଳ ଜଳଖିଆ ପାଇଁ ନିମନ୍ତ୍ରଣ କଲେ ରାହୁଲ

ନୂଆଦିଲ୍ଲୀ,୨।୮: ସଂସଦରେ ବର୍ତ୍ତମାନ ମୌସୁମୀ ଅଧିବେଶନ ଚାଲିଛି। ଅଧିବେଶନ ଆରମ୍ଭ ହେବା ଦିନରୁ ଗୃହରେ ଲଗାତର ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିଛି। ବିଶେଷ କରି କେବେ ପେଗାସସ୍‌ ଗୁପ୍ତଚର ବିବାଦ ତ କେବେ କୃଷକଙ୍କ ପ୍ରସଙ୍ଗକୁ ନେଇ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ତେବେ ଲଗାତର ସଂସଦରେ ଉତ୍ତେଜନା ଯୋଗୁ ଗୃହ ଠିକ୍‌ରେ ଚାଲିପାରୁନି। ଇତିମଧ୍ୟରେ ଖବର ଆସୁଛି କି ଯେ, ବିରୋଧୀ ଏମ୍‌ପିମାନେ ସଂସଦ ବାହାରେ ସମାନ୍ତରାଳ ସଂସଦ ଅଧିବେଶନ ଚଳାଇବାକୁ ଚିନ୍ତା କରୁଛନ୍ତି। ବିରୋଧୀଙ୍କ ସହ ଜଡ଼ିତ ଏକ ସୂତ୍ରରୁ ଏନେଇ ସୂଚନା ମିଳିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ସହ ଏକ ବୈଠକ କରାଯାଇ ଏହି ପ୍ରସ୍ତାବ ଉପରେ ଆଲୋଚନା କରାଯିବ ବୋଲି ଜଣାପଡ଼ିଛି। ଅନ୍ୟପଟେ ରାହୁଲ ଗାନ୍ଧୀ ବିରୋଧୀ ଦଳର ନେତାଙ୍କୁ ମଙ୍ଗଳବାର ସକାଳ ୯ଟା ୩୦ରେ ଦିଲ୍ଲୀ ସ୍ଥିତ କନ୍‌ଷ୍ଟିଟ୍ୟୁସନ୍‌ କ୍ଲବରେ ଜଳଖିଆ ପାଇଁ ନିମନ୍ତ୍ରଣ କରିଛନ୍ତି। ଉଭୟ ଗୃହର ବିରୋଧୀ ଦଳର ନେତାମାନଙ୍କୁ ଏଠାକୁ ଡକାଯାଇଛି। ସମସ୍ତ ବିରୋଧୀ ନେତାଙ୍କୁ ଏକତ୍ରିତ କରି ସଂସଦର ପରବର୍ତ୍ତୀ ରଣନୀତି ପ୍ରସ୍ତୁତ କରିବା ପାଇଁ ରାହୁଲ ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି ବୋଲି ଚର୍ଚ୍ଚା ହେଉଛି। ଏଥିପାଇଁ ରାହୁଲ ସମସ୍ତ ଦଳର ନେତାଙ୍କୁ ସକାଳ ଜଳଖିଆ ପାଇଁ ଡାକିଛନ୍ତି। ତେବେ ତୃଣମୂଳ କଂଗ୍ରେସକୁ ମଧ୍ୟ ନିମନ୍ତ୍ରଣ ପଠାଯାଇଛି। ଟିଏମ୍‌ସି ମଧ୍ୟ ଏହି ଆଲୋଚନାରେ ସାମିଲ ହେବ। ଏହା ପୂର୍ବରୁ ରାହୁଲ ମଧ୍ୟ ବିରୋଧୀ ଦଳର ବୈଠକରେ ୨ଥର ସାମିଲ ହୋଇସାରିଛନ୍ତି। ହେଲେ ଏବେ କନ୍‌ଷ୍ଟିଟ୍ୟୁସନ୍‌ କ୍ଲବରେ ରାହୁଲ ବିରୋଧୀ ଦଳର ନେତାଙ୍କ ସହ ଜଳଖିଆରେ ଆଲୋଚନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri