Posted inଜାତୀୟ

ଗିରଫ ହେବେନି ପରମବୀର

ନୂଆଦିଲ୍ଲୀ, ୨୩।୧୧: ସୁପ୍ରିମକୋର୍ଟ ସୋମବାର ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କୁ ଗିରଫଦାରିରୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି। ବାରମ୍ବାର ଓ୍ବାରେଣ୍ଟ ଜାରି ସତ୍ତ୍ୱେ ସେ ତଦନ୍ତ ପାଇଁ ହାଜର ନ ହେବାରୁ ମୁମ୍ବାଇର ଏକ ମାଜିଷ୍ଟ୍ରେଟ୍‌ କୋର୍ଟ ତାଙ୍କୁ ପଳାତକ ଘୋଷଣା କରିଥିଲେ। ସେ ଫେରାର ହୋଇନାହାନ୍ତି, ଭାରତରେ ରହିଛନ୍ତି ବୋଲି ସୋମବାର ସର୍ବୋଚ୍ଚ ଅଦାଲତଙ୍କୁ ଜଣାଇଥିଲେ। ତେବେ ତାଙ୍କ ଜୀବନ ପ୍ରତି ବିପଦ ଥିବାରୁ ସେ ଲୁଚି ରହିଥିବା କହିଥିଲେ। ସେ ୪୮ ଘଣ୍ଟା ମଧ୍ୟରେ ସିବିଆଇରେ ହାଜର ହେବାକୁ ପ୍ରସ୍ତୁତ ଥିବା ଓକିଲ ମାଧ୍ୟମରେ ଜଣାଇବା ପରେ ତାଙ୍କ ସୁରକ୍ଷା ଆବେଦନକୁ ଅଦାଲତ ମଞ୍ଜୁର କରିଛନ୍ତି। ଏଥିସହିତ ତଦନ୍ତରେ ସହଯୋଗ କରିବା ଲାଗି ଅଦାଲତ ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପରମବୀରଙ୍କ ଆବେଦନର ଶୁଣାଣି କରିବା ଲାଗି ଜଷ୍ଟିସ୍‌ ଏସ୍‌.କେ. କୌଲଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ରାଜି ହେବା ସହ ମହାରାଷ୍ଟ୍ର ସରକାର ଏବଂ ସିବିଆଇକୁ ନୋଟିସ ଜାରି କରିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୬କୁ ଧାର୍ଯ୍ୟ କରାଯାଇଛି।
ସୂଚନାଯୋଗ୍ୟ, ପରମବୀରଙ୍କ ସୁରକ୍ଷା ଆବେଦନକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରିଦେଇଥିଲେ। ତୁମେ କେଉଁଠି ଅଛ ନ ଜାଣିବା ପର୍ଯ୍ୟନ୍ତ ଶୁଣାଣି ହୋଇପାରିବ ନାହିଁ କି ସୁରକ୍ଷା ଦିଆଯାଇପାରିବ ନାହିଁ ବୋଲି ସର୍ବୋଚ୍ଚ ଅଦାଲତ ସ୍ପଷ୍ଟ କରିଦେବା ସହ ରହିଥିବା ସ୍ଥାନର ଠିକଣା ଜଣାଇବାକୁ ପରମବୀରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖ ଏବଂ ପରମବୀରଙ୍କ ମଧ୍ୟରେ ଶତ୍ରୁତା ଲାଗିରହିଥିବାରୁ ଏହାକୁ ନେଇ ଅଦାଲତ ଚିନ୍ତାବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ସିଂହ ରାଶିକୁ ଯିବେ ବୃହସ୍ପତି: ଆଉ ୪ ଦିନ ପରେ ଏହି ରାଶିଙ୍କ ଭାଗ୍ୟ ନେବ ନୂଆ ମୋଡ଼, ଲାଗିବ ଲଟେରୀ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬, ଶନିବାର ଦ୍ୱିପ୍ରହର ୧୨ଟା ୫୦ ମିନିଟରେ କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ଗୁରୁଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?