ପରମେଶ୍ୱର ପୂର୍ବତଟ ରେଳପଥର ମହାପ୍ରବନ୍ଧକ

ଭୁବନେଶ୍ୱର,୨୯।୫(ଅନୁରାଧା ମହାରଣା): ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଭାବେ ଆଇଆର୍‌ଏମ୍‌ଏସ୍‌ ପରମେଶ୍ୱର ଫୁଙ୍କୱାଲ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଆଇଆଇଟି କାନପୁରର ଛାତ୍ର ଥିଲେ ଏବଂ ଭାରତୀୟ ରେଳବାଇ ଇଞ୍ଜିନିୟର୍ସ ସେବା ୧୯୮୮ ବ୍ୟାଚ୍‌ ଅଧିକାରୀ । ସେ ଡିଆର୍‌ଏମ୍‌ଏସ୍‌, ଅହମ୍ମଦାବାଦ ଏଡିଆର୍‌ଏମ୍‌, ଆର୍‌ଆର୍‌ବି ଅଧ୍ୟକ୍ଷ ଏବଂ ଆର୍‌ଡିଏସ୍‌ଓ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଇଛନ୍ତି । ପୂର୍ବତଟ ରେଳପଥରେ ନିଯୁକ୍ତି ପାଇବା ପୂର୍ବରୁ ସେ ପଶ୍ଚିମ ରେଳପଥ ମୁମ୍ବାଇରେ ପ୍ରିନ୍ସିପାଲ ଚିଫ୍‌ ଇଞ୍ଜିନିୟର ଭାବେ କାର୍ଯ୍ୟକରୁଥିଲେ।
ଆର୍‌ଡିଏସ୍‌ଓରେ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ବେଗ ବୃଦ୍ଧି କରିବା ପାଇଁ ଟ୍ରାକ୍‌ ଏବଂ ବ୍ରିଜ୍‌ କ୍ଷେତ୍ରରେ ଅଭିନବ ଜ୍ଞାନକୌଶଳ ପ୍ରଚଳନ କରିବାରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ରେଲୱେ ଇଞ୍ଜିନିୟରିଂ ବ୍ୟତୀତ ମାନବ ସମ୍ବଳ କାର୍ଯ୍ୟ, ଗବେଷଣା ଏବଂ ଡିଜାଇନ ଏବଂ ସାଧାରଣ ପ୍ରଶାସନରେ ତାଙ୍କର ବିପୁଳ ଅଭିଜ୍ଞତା ରହିଛି । ଟ୍ରାକ୍‌, ବ୍ରିଜ୍‌ ଏବଂ ପରିବେଶ ଇଞ୍ଜିନିୟରିଂ ଉପରେ ସେ ଅନେକ ଗବେଷଣା ପତ୍ର ଅନ୍ତର୍ଜାତୀୟ ପତ୍ରିକାରେ ପ୍ରକାଶ କରିଛନ୍ତି। ଚାଇନାର ବେଜିଂ, କାନାଡାର କାଲଗରୀ ଏବଂ ନୂଆଦିଲ୍ଲୀରେ ଅନୁଷ୍ଠିତ ଇଣ୍ଟରନ୍ୟାଶନାଲ ହେଭି ହଲ୍‌ ଆସୋସିଏସନ (ଆଇଏଚ୍‌ଏଚ୍‌ଏ) ସମ୍ମିଳନୀରେ ସେ ରିସର୍ଚ୍ଚ ପେପର ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

BSNLର ୩୩୬ ଦିନିଆ ପ୍ଲାନ୍‌, ଫେଲ୍‌ ମାରିବେ ଜିଓ, ଏୟାରଟେଲ୍‌

ନୂଆଦିଲ୍ଲୀ,୨୬।୦୭: ଖୁବ୍‌ଶୀଘ୍ର ଦେଶରେ ୪ଜି ସେବା ଲଞ୍ଚ୍‌ କରିବାକୁ ଯାଉଛି ଭାରତ ସଞ୍ଚାର ନିଗମ ବା ବିଏସ୍‌ଏନ୍‌ଏଲ୍‌ । ପ୍ରାଇଭେଟ୍‌ ଟେଲିକମ୍‌ କମ୍ପାନୀମାନଙ୍କୁ ଟକ୍କର ଦେବା...

ବଜେଟ ପରେ ନିର୍ମଳା ସୀତାରମଣଙ୍କ ବଡ଼ ପ୍ରତିକ୍ରିୟା: ‘ମୁଁ ମଧ୍ୟବିତ୍ତ ପରିବାରକୁ ରିହାତି ଦେବାକୁ ଚାହେଁ, କିନ୍ତୁ…’

ନୂଆଦିଲ୍ଲୀ,୨୬ା୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲଗାତାର ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନା କରି ରେକର୍ଡ କରିଥିବା ବେଳେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏକ...

ଆଜିଠୁୁ ଜିଓର ଫ୍ରିଡମ ଅଫର: ଜାଣନ୍ତୁ କ’ଣ ରହିଛି ସୁବିଧା

ନୂଆଦିଲ୍ଲୀ,୨୬।୭: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ ସେବା ପ୍ରଦାନକାରୀ ‘ଜିଓ’ର ବହୁ ପ୍ରତୀକ୍ଷିତ ସ୍କିମ୍‌ ‘ ଫ୍ରିଡମ ଅଫର’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ପୁଣି କମିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ…

ନୂଆଦିଲ୍ଲୀ,୨୫।୭: ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୬୪,୯୪୦ ଟଙ୍କା ହୋଇଥିବା ବେଳେ ୨୪...

ସିଜିୟୁ ଅନ୍ତର୍ଜାତୀୟ ଛାତ୍ରୀଛାତ୍ରଙ୍କ ସ୍ନାତକୋତ୍ତର ଦିବସ

ଭୁବନେଶ୍ୱର, ୨୫।୭: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି (ସିଜିୟୁ)  ଅନ୍ତର୍ଜାତୀୟ ଛାତ୍ରୀଛାତ୍ରମାନଙ୍କର ସ୍ନାତକୋତ୍ତର ଦିବସ ନିକଟରେ ପାଳିତ...

ସୀମା ଶୁଳ୍କ ହ୍ରାସ ନିଷ୍ପତ୍ତିକୁ ଲାଲ୍‌ଚାନ୍ଦ୍‌ର ପ୍ରଶଂସା

ଭୁବନେଶ୍ୱର, ୨୫।୭: ଚଳିତ ଆର୍ଥିକ ବର୍ଷର କେନ୍ଦ୍ରୀୟ ବଜେଟରେ କେନ୍ଦ୍ର ସରକାର ସୁନା ଆମଦାନୀ ଶୁକ୍ଳ ହ୍ରାସ କରିଛନ୍ତି। ଏପରିକି ସୀମା ଶୁଳ୍କ ୧୫% ରୁ...

ବଜାରରେ ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ସିଇ ୦୪

ନୂଆଦିଲ୍ଲୀ,୨୫।୭: ଦେଶର ପ୍ରମୁଖ ପ୍ରିମିୟମ ବ୍ରାଣ୍ଡ୍‌ ତଥା ବିଏମ୍‌ଡବ୍ଲ୍ୟୁ ମୋଟୋରାଡ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ସିଇ...

ଜିଏସ୍‌ଟି ସ୍ଲାବ୍‌ର ହୋଇପାରେ ସରଳୀକରଣ

ଭୁବନେଶ୍ୱର, ୨୫।୭(ଅନୁରାଧା ମହାରଣା): ଗୁଡ୍‌ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ(ଜିଏସ୍‌ଟି) ସ୍ଲାବ୍‌ରେ ସରକାର ବଡ଼ ପରିବର୍ତ୍ତନ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ଦିନରେ ଜିଏସ୍‌ଟି ଟ୍ୟାକ୍ସ ସ୍ଲାବ୍‌...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri