ପାଟଣା ନିର୍ବାଚନ ମଣ୍ଡଳୀର ଯୁବ କଂଗ୍ରେସ ସଭାପତି ହେଲେ ପରମେଶ୍ୱର ନାଏକ

ପାଟଣା:୩/୯(ବୀର କିଶୋର ଦାଶ ) ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ହାତ ମୁଠାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶାର ବିଭିନ୍ନ ନିର୍ବାଚନ ମଣ୍ଡଳୀ ଯୁବ କଂଗ୍ରେସ ସଭାପତି ନିଯୁକ୍ତି ହୋଇଛନ୍ତି। ଏହି କ୍ରମରେ ବୁଧବାର ଅଖିଳ ଭାରତୀୟ ଯୁବ କଂଗ୍ରେସ ସଭାପତି ଉଦୟଭାନୁ ଚିବଙ୍କ ଅନୁମୋଦନକ୍ରମେ ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀ ଯୁବ କଂଗ୍ରେସ ସଭାପତି ଭାବେ ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତ ଗାଲ ଫୁଲା ଗ୍ରାମର ଯୁବନେତା ପରମେଶ୍ୱେର ନାଏକଙ୍କୁ ନିଯୁକ୍ତି କରାଯାଇଛି। ଏନେଇ ରାଷ୍ଟ୍ରୀୟ ଯୁବ କଂଗ୍ରେସ ସମ୍ପାଦକ ତଥା ଓଡ଼ିଶା ପ୍ରଭାରୀ ମହେଶ ଦେଶମୁଖ ଏବଂ ଓଡିଶା ପ୍ରଦେଶ ଯୁବ କଂଗ୍ରେସ ସଭାପତି ରଞ୍ଜିତ ପାତ୍ର ଘୋଷଣା କରିଛନ୍ତି । ପରମେଶ୍ୱେରଙ୍କୁ ନିର୍ବାଚନ ମଣ୍ଡଳୀର ଗୁରୁ ଦାୟିତ୍ୱ ମିଳୁଥିବାରୁ ଏଥିପାଇଁ ସେ ପିସିସି ସଭାପତି ଭକ୍ତ ଚରଣ ଦାସ, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, କେନ୍ଦୁଝର ଏମ୍‌ପି ପ୍ରାର୍ଥୀ ଇଂ ବିନୋଦ ବିହାରୀ ନାଏକ, ପୂର୍ବତନ ପିସିସି ସମ୍ପାଦକ ସଂଗ୍ରାମ ଦାସ,ଅଖିଳ ଭାରତୀୟ ଯୁବ କଂଗ୍ରେସ ସଭାପତି ଉଦୟଭାନୁ ଚିବ, ରାଜ୍ୟ ଯୁବ କଂଗ୍ରେସ ସଭାପତି ରଞ୍ଜିତ ପାତ୍ର, ଜିଲ୍ଲା ଯୁବ କଂଗ୍ରେସ ସଭାପତି ସୁନେଶ ଧିର, ପୂର୍ବତନ ପାଟଣା ବ୍ଲକ ଅଧ୍ୟକ୍ଷ ଇଂ ବିଦ୍ୟାଧର ଦାଶ, ବରିଷ୍ଠ କଂଗ୍ରେସ ନେତା କୈଳାଶ ଚନ୍ଦ୍ର ବାରିକ, ବୀରଭଦ୍ର ମହାନ୍ତ, ମୁକୁନ୍ଦ ମହାନ୍ତ, ପ୍ରମୁଖଙ୍କୁ ଧନ୍ୟବାଦ ଜଣାଇବା ସହ ଦଳରେ ଯୁବବର୍ଗଙ୍କୁ ଅଧିକରୁ ଅଧିକ ସାମିଲ କରି ଦଳକୁୁ ମଜବୁତ କରିବା ସହ ଯୁବକ ମାନଙ୍କ ହକ୍‌ ପାଇଁ ଲଢେଇ ଜାରି ରଖିବେ ବୋଲି ପ୍ରତିକ୍ରୀୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟାକୁ ନେଇ ନବରଙ୍ଗପୁରରେ ସତର୍କତା, ୨ ଦିନ ପାଇଁ ଛୁଟି ବାତିଲ

ନବରଙ୍ଗପୁର,୨୨।୯(ସଦାଶିବ ପ୍ରହରାଜ ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଆସନ୍ତା ୨୩ ଓ ୨୪ ତାରିଖ…

ତାପସଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଦଳୀୟ ସଂଗଠନକୁ ମଜଭୁତ କରିବା ଲକ୍ଷ୍ୟ

ରାଇକିଆ,୨୨।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପାର ଯୁବ ସଂଗଠକ ତାପସ ଦଳବେହେରା ଭାରତୀୟ ଜନତା ପାର୍ଟିରେ ନିଜର ଦୃଢ଼ କାର୍ଯ୍ୟଦକ୍ଷତା ଯୋଗୁ ଜିଲା ଆଇଟି…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ପିଇଓଙ୍କ ବାସଭବନରେ ଭିଜିଲାନ୍ସର ତନାଘନା

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲା ଗାଇସିଲେଟ ବ୍ଲକ କାଟାବାହାଲ ଗ୍ରାମ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କ ବାସଭବନରେ ଭିଜିଲାନ୍ସ…

୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପଛରୁ ପିଟିଲା DJ ଗାଡ଼ି

ଜମନକିରା,୨୨।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ୫୩ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତା କଡ଼ରେ ଠିଆ ହୋଇଥିବା…

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?