Posted inଖେଳ

ଫାଇନାଲରେ ପାରାମାଉଣ୍ଟ

ଭୁବନେଶ୍ୱର, ୩୧।୫ (କ୍ରୀଡ଼ା ପ୍ରତିନିଧି): ମୁକ୍ତେଶ୍ୱର କ୍ରିକେଟ କ୍ଲବ ଆନୁକୂଲ୍ୟରେ ଏଠାରେ ଚାଲିଥିବା ୨ୟ ପ୍ରଶାନ୍ତ ମହାପାତ୍ର ସ୍ମାରକୀ ଜୁନିୟର(୧୬ ବର୍ଷରୁ କମ୍‌) କ୍ରିକେଟ ଟୁର୍ନାମେଣ୍ଟରେ ପ୍ରଥମ ଦଳଭାବେ ପାରାମାଉଣ୍ଟ ସ୍ପୋର୍ଟିଂ ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ପାରାମାଉଣ୍ଟ ୧୫୮ ରନରେ ରାଇଜିଂ ଷ୍ଟୁଡେଣ୍ଟ୍ସକୁ ପରାସ୍ତ କରିଛି। ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ପାରାମାଉଣ୍ଟ ନିର୍ଦ୍ଧାରିତ ୪୦ ଓଭରରେ ୪ ଉଇକେଟ ହରାଇ ୨୧୩ ରନ କରିଥିଲା। ଦଳ ପକ୍ଷରୁ ସିଦ୍ଧାର୍ଥ ବେହେରା ୫୬ ରନକରି ଅପରାଜିତ ରହିଥିବାବେଳେ ସ୍ବାଗତ ମିଶ୍ର ୪୭ ଓ କୁମାର ଆର୍ଯ୍ୟନ ୪୧ ରନ ସ୍କୋର କରିଥିଲେ। ୨୧୪ ରନ ବିଜୟ ଲକ୍ଷ୍ୟରେ ରାଇଜିଂ ଷ୍ଟୁଡେଣ୍ଟ୍ସ ୧୬.୫ ଓଭରରେ ମାତ୍ର ୫୫ ରନ୍‌କରି ଅଲ୍‌ଆଉଟ ହୋଇ ଯାଇଥିଲା। ମହମ୍ମଦ ଇସ୍ତାଖର ସର୍ବାଧିକ ୧୭ ରନ କରିଥିଲେ। ପାରାମାଉଣ୍ଟ ବୋଲର ସେକ୍‌ ନକ୍ୱିବ ସର୍ବର ରାଇଜିଂ ଷ୍ଟୁଡେଣ୍ଟ ଦଳର ବ୍ୟାଟିଂ ବିପର୍ଯ୍ୟୟ ଘଟାଇଥିଲେ। ସେ ମାତ୍ର ୮ ରନ ଦେଇ ୭ ଉଇକେଟ ହାସଲ କରିଥିଲେ। ସତଭିକ୍‌ ସୁବୁଦ୍ଧି ୨ଟି ଉଇକେଟ ନେଇଥିଲେ। ଚମତ୍କାର ବୋଲିଂ ପାଇଁ ସେକ୍‌ ନକ୍ୱିବ ସର୍ବର ପ୍ଲେୟର ଅଫ୍‌ ଦି ମ୍ୟାଚ ପୁରସ୍କାର ପାଇଥିଲେ। ରଣଜୀ ଟ୍ରଫି ଖେଳାଳି ତଥା ରାଜସ୍ଥାନ ରୟାଲ୍ସର ନେଟ୍‌ ବୋଲର ପ୍ରୀତ୍‌ ସିଂ ଚୌହାନ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri