Posted inଖେଳ

ପାରାମାଉଣ୍ଟ ସ୍ପୋର୍ଟିଂ ଚାମ୍ପିୟନ

ଭୁବନେଶ୍ୱର, ୩।୬ (କ୍ରୀଡ଼ା ପ୍ରତିନିଧି): ମୁକ୍ତେଶ୍ୱର କ୍ରିକେଟ କ୍ଲବ ଆନୁକୂଲ୍ୟରେ ୨ୟ ପ୍ରଶାନ୍ତ ମହାପାତ୍ର ସ୍ମାରକୀ ଜୁନିୟର (୧୬ ବର୍ଷରୁ କମ୍‌) କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ଶେଷ ହୋଇଛି। ଏହାର ଫାଇନାଲରେ ପ୍ରଗତି ସ୍ପୋର୍ଟିଂକୁ ୨୮ ରନରେ ହରାଇ ପାରାମାଉଣ୍ଟ ସ୍ପୋର୍ଟିଂ ଚାମ୍ପିୟନ ହୋଇଛି। ଟସ୍‌ ଜିତି ବ୍ୟାଟିଂ କରିଥିବା ପାରାମାଉଣ୍ଟ ନିର୍ଦ୍ଧାରିତ ୩୫ ଓଭରରେ ୬ ଉଇକେଟ ହରାଇ ୧୩୪ ରନ କରିଥିଲା। ୧୩୫ ରନ ବିଜୟ ଲକ୍ଷ୍ୟନେଇ ବ୍ୟାଟିଂ କରିଥିବା ପ୍ରଗତି ୩୫ ଓଭରରେ ୧୦୬ ରନକରି ଅଲ୍‌ଆଉଟ ହୋଇ ଯାଇଥିଲା। ବିଜୟୀ ଦଳର ଦୁର୍ଗା ପ୍ରସାଦ ମଲିକ ପ୍ଲେୟର ଅଫ୍‌ ଦି ମ୍ୟାଚ ପୁରସ୍କାର ପାଇଥିଲେ। ପ୍ରଗତିର ଅସିମ ବରଦଙ୍କୁ ପ୍ଲେୟର ଅଫ୍‌ ଦି ଟୁର୍ନାମେଣ୍ଟ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହା ବ୍ୟତୀତ ବିବିସିଏର ବିଶ୍ୱଜିତ ପ୍ରଧାନ ଶ୍ରେଷ୍ଠ ବ୍ୟାଟର, ପାରାମାଉଣ୍ଟର ସେକ୍‌ ନକିବ ସର୍ବର ଶ୍ରେଷ୍ଠ ବୋଲର, ବିବିସିଏର ଅସ୍‌ନିଲ ରାଉତରାୟ ଶ୍ରେଷ୍ଠ ଉଇକେଟ କିପର ଏବଂ ମୁକ୍ତେଶ୍ୱରର ଅଭିଳାଷ କାନୁନଗୋ ଇମର୍ଜିଂ ପ୍ଲେୟର ପୁରସ୍କାର ପାଇଥିଲେ। ଏହି ଅବସରରେ ଓସିଏ ପ୍ୟାନେଲ ଅମ୍ପାୟର ନିର୍ମଳ ମିଶ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଫାଇନାଲ ଆରମ୍ଭ ପୂର୍ବରୁ ମେୟର ସୁଲୋଚନା ଦାଶ ଓ କର୍ପୋରେଟର କେ. ଶାନ୍ତି ଅତିଥିଭାବେ ଯୋଗ ଦେଇଥିଲେ। ଉଦ୍‌ଯାପନୀ ଉତ୍ସବରେ କ୍ରିକେଟର ବସନ୍ତ ମହାନ୍ତି, ସଞ୍ଜୟ ଶତପଥୀ, ଗୋବିନ୍ଦ ପୋଦ୍ଦାର, ଗୁଜରଜିତ ସିଂ ଚୌହାନ, ପ୍ରଦୋଷ ମହାନ୍ତି, ପ୍ରକାଶ ଦାଶ, ଅସିତ ମଲିକ, ଅଜିତ ବିଶ୍ୱାଳ, ଗୌର ପ୍ରସାଦ ନନ୍ଦ, ଶରଣଜିତ ସିଂ ପ୍ରମୁଖ ଅତିଥିଭାବେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri