Posted inଖେଳ

ସେମିରେ ପାରାମାଉଣ୍ଟ ସ୍ପୋର୍ଟିଂ

ଭୁବନେଶ୍ୱର,୨୧ା୪ (ସ୍ପୋଟର୍‌ସ ବ୍ୟୁରୋ): ଟାଉନ୍‌ କ୍ଲବ ପଡ଼ିଆରେ ଚାଲିଥିବା ୧୫ ବର୍ଷରୁ କମ୍‌ ଜୁନିୟର କ୍ରିକେଟ ଟୁର୍ନାମେଣ୍ଟରେ ଗୁରୁବାର ଅନୁଷ୍ଠିତ ଦୁଇଟି ମ୍ୟାଚରେ ପାରାମାଉଣ୍ଟ ସ୍ପୋର୍ଟିଂ ଓ ଓସ୍କାର ସ୍ପୋର୍ଟିଂ ବିଜୟୀ ହୋଇଛନ୍ତି। ପ୍ରଥମ ମ୍ୟାଚରେ ଜାଗୃତି କ୍ରିକେଟ କ୍ଲବକୁ ପରାସ୍ତ କରି ପାରାମାଉଣ୍ଟ ସେମିରେ ପ୍ରବେଶ କରିଛି। ଜାଗୃତି କ୍ରିକେଟ କ୍ଲବ ପ୍ରଥମେ ବ୍ୟାଟିଂ କରି ୧୨.୨ ଓଭରରେ ୨୬ ରନରେ ଅଲଆଉଟ ହୋଇଥିଲା। ପାରାମାଉଣ୍ଟ ପକ୍ଷରୁ ସ୍ବସ୍ତିକ ଚୌଧୁରୀ ୪, ଏସ୍‌ କେ ନକିବ୍‌ ଓ ତନୁସ୍‌ ଦେ ୨ଟି ଲେଖାଏ ଉଇକେଟ ନେଇଥିଲେ। ଜବାବରେ ପାରାମାଉଣ୍ଟ ସ୍ବାଗତ ମିଶ୍ରଙ୍କ ୨୬ ରନ୍‌ ବଳରେ ବିନା କ୍ଷତିରେ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା। ସ୍ବସ୍ତିକ ଚୌଧୁରୀଙ୍କୁ ଟାଉନ୍‌ କ୍ଲବ ସଦସ୍ୟ ଶଶୀ ଶେଖର ଗରାବଡୁ ପ୍ଲେୟର ଅଫ୍‌ ଦ ମ୍ୟାଚ୍‌ ପୁରସ୍କାର ପ୍ରଦାନ କରିଥିଲେ।
ଦ୍ୱିତୀୟ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ମୁକ୍ତେଶ୍ୱର ୨୧ ଓଭରରେ ୮୨ ରନ୍‌ରେ ଅଲଆଉଟ ହୋଇଥିଲା। ଓସ୍କାର ପକ୍ଷରୁ ଅଭିନବ ରୋନକ ପାଣି ୩, ପ୍ରୟାନ୍‌ ସାମଲ ଓ ଆର୍ଯ୍ୟବୀର ଲେଙ୍କା ଦୁଇଟି ଲେଖାଏ ଉଇକେଟ ନେଇଥିଲେ। ଜବାବରେ ପ୍ରୟାନ୍‌ ସାମଲଙ୍କ ୪୨ ରନ୍‌ ବଳରେ ଓସ୍କାର କ୍ଲବ ୪ ଉଇକେଟ ହରାଇ ମ୍ୟାଚ୍‌ ଜିତି ନେଇଥିଲା। ସମାଜସେବୀ ଗଣେଶ ପାଲ ପ୍ରୟାନଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ ପୁରସ୍କାର ପ୍ରଦାନ କରିଥିଲେ। ଏହା ସହିତ ଟୁର୍ନାମେଣ୍ଟର ସେମିଫାଇନାଲ ଲାଇନ୍‌ ଅପ୍‌ ଚୂଡାନ୍ତ ହୋଇଛି। ପ୍ରଥମ ସେମିଫାଇନାଲ ଶେଖର ସ୍ପୋର୍ଟିଂ-ଟାଉନ୍‌ କ୍ଲବ୍‌ ‘ଏ’ ଓ ଦ୍ୱିତୀୟ ସେମିଫାଇନାଲ ପାରାମାଉଣ୍ଟ-ରାମେଶ୍ୱର ସ୍ପୋର୍ଟିଂ ମଧ୍ୟରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?