ଡାଳିମ୍ବପୁର-କେରାଣ୍ଡି ଅସ୍ଥାୟୀ ରାସ୍ତା ଧୋଇଗଲା

ପାରଳାଖେମୁଣ୍ଡି,୧୮ା୭ (ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠସ୍ଥ ତଥା ଗୋଷାଣି ବ୍ଲକ କେରାଣ୍ଡି ପଞ୍ଚାୟତ ଅନ୍ତର୍ଗତ ଡାଳିମ୍ବପୁର-କେରାଣ୍ଡି ରାସ୍ତାରେ ଥିବା ଏକ ବଡ଼ ନାଳ ଉପରେ ପୋଲ ନିର୍ମାଣ ଆରମ୍ଭ ହୋଇଥିଲା। କାମ ଆରମ୍ଭରୁ ଏହି ଡାଇଭର୍ସନ ରାସ୍ତାରେ ବ୍ୟାପକ ଅନିୟମିତା ଏବଂ ନିମ୍ନମାନର ହାଇଥିବାର ଅଭିଯୋଗ ହୋଇଥିଲା। ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ବ୍ରିଜ ନିର୍ମାଣ ପାଇଁ ଟେଣ୍ଡର ହୋଇଥିଲେ ହେଁ ତାହା ଠିକ ବର୍ଷା ଦିନ ପୂର୍ବରୁ ଖନନ କରାଯାଇ ଗ୍ରାମବାସୀଙ୍କ ଯାତାୟତ ଲାଗି ଏକ ଡାଇଭର୍ସନ ରାସ୍ତା ନିର୍ମାଣ କରାଯାଇଥିଲା। ଏହି ରାସ୍ତା ଏବେ ଲଗାଣ ବର୍ଷାରେ ଧୋଇଯାଇଛି। ଫଳରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଖରାଦିନେ ଏହି କାମ ହେବାର ଥିଲା। ବର୍ତ୍ତମାନ ବର୍ଷା ଦିନରେ କାମ ଆରମ୍ଭ କରାଯାଇଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି।
ପ୍ରକାଶ ଯେ, ଉକ୍ତ ନାଳର ବ୍ରିଜ ଉପରେ ଡାଳିମ୍ବପୁର, ଅମରା ଏବଂ ରାଟିଣିି ଗ୍ରାମାଞ୍ଚଳର ପ୍ରାୟ ୩ ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣ ନିର୍ଭର କରିଥାନ୍ତି। ଏହି ବ୍ରିଜ ନିର୍ମାଣ ଲାଗି ଗତ ଫେବୃୟାରୀରେ କାମ ଲାଗି ଚୁକ୍ତିନାମା ହୋଇଥିଲା। ବର୍ଷା ଦିନ ପୂର୍ବରୁ ତଥା ଜୁନ ମାସରେ ଖନନ କରାଯାଇଥିଲା। ଏହି ଅସ୍ଥାୟୀ ରାସ୍ତା ଭାସିଯାଇଥିବାରୁ ତିନି ଖଣ୍ଡ ଗ୍ରାମବାସୀ ଆନ୍ଧ୍ର ଦେଇ ଯାତାୟତ କରିବାକୁ ଅମଙ୍ଗ ହେଉଛନ୍ତି। ଆନ୍ଧ୍ର ଦେଇ ପାରଳା ସହରକୁ ଆସିବାକୁ ହେଲେ ୧୦ରୁ ୧୨ କିମି ରାସ୍ତା ଦୂରତା ଦେଇ ଯାତାୟତ କରିବାକୁ ପଡିବ। ଏହାସହ ସେଠାକାର ପୋଲିସ ବିଭିନ୍ନ ସମୟରେ ଯାନବାହାନ ଯାଞ୍ଚ ନାମରେ ହଇରାଣ ହରକତ କରୁଥିବା ଲୋକେ ଅଭିଯୋଗ କରିଛନ୍ତି । ଏହି ଅସ୍ଥାୟୀ ରାସ୍ତା ଧୋଇଯିବାରୁ ପାରଳା ସହର ସହ ବିଚ୍ଛିନ୍ନ ହୋଇପଡିଥିବା କହିଛନ୍ତି ସ୍ଥାନୀୟ ବାସିନ୍ଦା ସୁରେନ୍ଦ୍ର ପ୍ରଧାନ, ସୁଦର୍ଶନ ପାତ୍ର, ମାନଗୁଳୁ ଜେନା ପ୍ରମୁଖ। ତେଣୁ ଜିଲା ପ୍ରଶାସନ ଦୃଷ୍ଟି ଦେଇ ତୁରନ୍ତ ଗମନାଗମନ ବ୍ୟବସ୍ଥା କରୁ ବୋଲି ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri