ଡାଳିମ୍ବପୁର-କେରାଣ୍ଡି ଅସ୍ଥାୟୀ ରାସ୍ତା ଧୋଇଗଲା

ପାରଳାଖେମୁଣ୍ଡି,୧୮ା୭ (ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠସ୍ଥ ତଥା ଗୋଷାଣି ବ୍ଲକ କେରାଣ୍ଡି ପଞ୍ଚାୟତ ଅନ୍ତର୍ଗତ ଡାଳିମ୍ବପୁର-କେରାଣ୍ଡି ରାସ୍ତାରେ ଥିବା ଏକ ବଡ଼ ନାଳ ଉପରେ ପୋଲ ନିର୍ମାଣ ଆରମ୍ଭ ହୋଇଥିଲା। କାମ ଆରମ୍ଭରୁ ଏହି ଡାଇଭର୍ସନ ରାସ୍ତାରେ ବ୍ୟାପକ ଅନିୟମିତା ଏବଂ ନିମ୍ନମାନର ହାଇଥିବାର ଅଭିଯୋଗ ହୋଇଥିଲା। ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ବ୍ରିଜ ନିର୍ମାଣ ପାଇଁ ଟେଣ୍ଡର ହୋଇଥିଲେ ହେଁ ତାହା ଠିକ ବର୍ଷା ଦିନ ପୂର୍ବରୁ ଖନନ କରାଯାଇ ଗ୍ରାମବାସୀଙ୍କ ଯାତାୟତ ଲାଗି ଏକ ଡାଇଭର୍ସନ ରାସ୍ତା ନିର୍ମାଣ କରାଯାଇଥିଲା। ଏହି ରାସ୍ତା ଏବେ ଲଗାଣ ବର୍ଷାରେ ଧୋଇଯାଇଛି। ଫଳରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଖରାଦିନେ ଏହି କାମ ହେବାର ଥିଲା। ବର୍ତ୍ତମାନ ବର୍ଷା ଦିନରେ କାମ ଆରମ୍ଭ କରାଯାଇଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି।
ପ୍ରକାଶ ଯେ, ଉକ୍ତ ନାଳର ବ୍ରିଜ ଉପରେ ଡାଳିମ୍ବପୁର, ଅମରା ଏବଂ ରାଟିଣିି ଗ୍ରାମାଞ୍ଚଳର ପ୍ରାୟ ୩ ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣ ନିର୍ଭର କରିଥାନ୍ତି। ଏହି ବ୍ରିଜ ନିର୍ମାଣ ଲାଗି ଗତ ଫେବୃୟାରୀରେ କାମ ଲାଗି ଚୁକ୍ତିନାମା ହୋଇଥିଲା। ବର୍ଷା ଦିନ ପୂର୍ବରୁ ତଥା ଜୁନ ମାସରେ ଖନନ କରାଯାଇଥିଲା। ଏହି ଅସ୍ଥାୟୀ ରାସ୍ତା ଭାସିଯାଇଥିବାରୁ ତିନି ଖଣ୍ଡ ଗ୍ରାମବାସୀ ଆନ୍ଧ୍ର ଦେଇ ଯାତାୟତ କରିବାକୁ ଅମଙ୍ଗ ହେଉଛନ୍ତି। ଆନ୍ଧ୍ର ଦେଇ ପାରଳା ସହରକୁ ଆସିବାକୁ ହେଲେ ୧୦ରୁ ୧୨ କିମି ରାସ୍ତା ଦୂରତା ଦେଇ ଯାତାୟତ କରିବାକୁ ପଡିବ। ଏହାସହ ସେଠାକାର ପୋଲିସ ବିଭିନ୍ନ ସମୟରେ ଯାନବାହାନ ଯାଞ୍ଚ ନାମରେ ହଇରାଣ ହରକତ କରୁଥିବା ଲୋକେ ଅଭିଯୋଗ କରିଛନ୍ତି । ଏହି ଅସ୍ଥାୟୀ ରାସ୍ତା ଧୋଇଯିବାରୁ ପାରଳା ସହର ସହ ବିଚ୍ଛିନ୍ନ ହୋଇପଡିଥିବା କହିଛନ୍ତି ସ୍ଥାନୀୟ ବାସିନ୍ଦା ସୁରେନ୍ଦ୍ର ପ୍ରଧାନ, ସୁଦର୍ଶନ ପାତ୍ର, ମାନଗୁଳୁ ଜେନା ପ୍ରମୁଖ। ତେଣୁ ଜିଲା ପ୍ରଶାସନ ଦୃଷ୍ଟି ଦେଇ ତୁରନ୍ତ ଗମନାଗମନ ବ୍ୟବସ୍ଥା କରୁ ବୋଲି ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?