ବହୁ ଚର୍ଚ୍ଚିତ ପାର୍ସଲ ବୋମା ବିସ୍ଫୋରଣ: ପୁଞ୍ଜିଲାଲଙ୍କ ବୟାନ ରେକର୍ଡ ଶେଷ

ପାଟଣାଗଡ଼,୬ା୩(ସଚ୍ଚିଦାନନ୍ଦ ମହାକୁର): ବହୁ ଚର୍ଚ୍ଚିତ ବଲାଙ୍ଗୀର ଜିଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ପାଟଣାଗଡ଼ ଏସ୍‌ଡିଜେଏମ୍‌ କୋର୍ଟରେ ଗୁରୁବାର ବୟାନ ରେକର୍ଡ ଶେଷ ହୋଇଛି।

ତଦନ୍ତକାରୀ ସଂସ୍ଥାର ଦସ୍ତାବିଜ ଏବଂ ସାକ୍ଷୀଙ୍କ ତଥ୍ୟ ଆଧାରରେ ଏହି ବୟାନ ରେକର୍ଡ କରାଯାଇଥିଲା। ଅଭିଯୁକ୍ତ ପୁଞ୍ଜିଲାଲଙ୍କୁ ଏଡିଜେ ୨୪୫ ପ୍ରଶ୍ନ ପଚାରିଥିବା ସୂଚନା ମିଳିଛି। ପୁଞ୍ଜିଲାଲ ଅଧିକାଂଶ ପ୍ରଶ୍ନର ଉତ୍ତରରେ ‘ନା’ କହିଥିବା ଜଣାପଡିଛି। ଏପରିକି ଆସନ୍ତା ୧୩ ତାରିଖରେ ପ୍ରତିପକ୍ଷଙ୍କ ବୟାନ ରେକର୍ଡ କରିବାକୁ ପୁଞ୍ଜିଲାଲ କୋର୍ଟରେ ଅପିଲ କରିଥିବା ଏକ ବଡ଼ ସୂଚନା ମିଳିଛି।

ଏହି ଘଟଣାରେ ପୂର୍ବରୁ ୬୩ ଜଣଙ୍କ ବୟାନ ରେକର୍ଡ ହୋଇସାରିଥିବା ବେଳେ ଆଜି ଅଭିଯୁକ୍ତ ପୁଞ୍ଜିଲାଲଙ୍କ କୋର୍ଟରେ ଶେଷ ବୟାନ ରେକର୍ଡ ଶେଷ ହୋଇଛି। ମାମଲାର ସମସ୍ତ ବୟାନ ରେକର୍ଡ ପରେ ବିଚାପତି ଏହି ମାମଲାର ରାୟ ପ୍ରକାଶ କରିବେ। ଏହି ମାମଲାର ଖୁବ୍‌ ଶୀର୍ଘ ପ୍ରକାଶ ପାଇବ ବୋଲି ସୂଚନା ମିଳିଛି।

ଗୁରୁବାର ପୁଞ୍ଜିଲାଲଙ୍କୁ ବଲାଙ୍ଗୀର କାରାଗାରରୁ ପାଟଣାଗଡ଼ କୋର୍ଟକୁ ଅଣାଯାଇଥିଲା। ପରେ ବିଚାରପତିଙ୍କ ଆଗରେ ପୁଞ୍ଜିଲାଲଙ୍କୁ ହାଜର କରାଯାଇଥିଲା। ପରେ ସମସ୍ତ ପ୍ରଶ୍ନର ଉତ୍ତର ରଖିଥିଲେ ପୁଞ୍ଜିଲାଲ।

ସୂଚନାଯୋଗ୍ୟ, ୨୦୧୮ ଫେବୃଆରୀ ୨୩ରେ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା ସମଗ୍ର ଦେଶକୁ ଚହଲାଇ ଦେଇଥିଲା। ପାଟଣାଗଡ଼ ଜବାହରଲାଲ କଲେଜର ତତ୍କାଳୀନ ଅଧ୍ୟାପକ ରବୀନ୍ଦ୍ର ସାହୁ ଏବଂ ଭଇଁଷା କଲେଜର ତତ୍କାଳୀନ ଅଧ୍ୟକ୍ଷା ସଂଯୁକ୍ତା ସାହୁଙ୍କ ଏକମାତ୍ର ପୁତ୍ର ସୌମ୍ୟଶେଖର ସାହୁଙ୍କ ବିବାହ ଉପହାର ଭାବେ ଆସିଥିବା ଏକ ପାର୍ସଲକୁ ଖୋଲିବାବେଳେ ଭୟଙ୍କର ବିସ୍ଫୋରଣ ହୋଇଥିଲା। ଏଥିରେ ନବବିବାହିତ ସୌମ୍ୟଶେଖର ଓ ତାଙ୍କ ଜେଜେମା’ ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା। ସୌମ୍ୟଶେଖରଙ୍କ ନବବିବାହିତା ସ୍ତ୍ରୀ ଗୁରୁତର ହୋଇଥିଲେ। ଏହି ମାମଲାରେ କ୍ରାଇମବ୍ରାଞ୍ଚ ଭଇଁଷା କଲେଜର ଇଂରାଜୀ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ମୁଖ୍ୟ ଏବଂ ଏକମାତ୍ର ଅଭିଯୁକ୍ତ ଭାବେ ଗିରଫ କରିଥିଲା। ଅଭିଯୁକ୍ତ ପୁଞ୍ଜିଲାଲ ବଲାଙ୍ଗୀର ଜିଲା କାରାଗାରରେ ବିଚାରାଧୀନ କଏଦୀ ଭାବେ ଏବେ ରହି ଆସୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କଡ଼ା ନିୟମ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା…

ରୁଷିଆ ତେଲ କ୍ରୟ ଉପରେ ହଟିଲା ଟାରିଫ, ଭାରତ -ଆମେରିକା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାରି

ନୂଆଦିଲ୍ଲୀ,୭।୨: ଆମେରିକା ଏବଂ ଭାରତ ଏକ ମଧ୍ୟବର୍ତ୍ତୀ ବାଣିଜ୍ୟ ଚୁକ୍ତିନାମା ପାଇଁ ଶୁକ୍ରବାର ଢାଞ୍ଚା ପ୍ରକାଶ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ଏକ ବ୍ୟାପକ…

ଟ୍ରେଡ୍‌ ନୁହେଁ, ଟ୍ରାପ୍‌ ଡିଲ୍‌: କଂଗ୍ରେସ

ନୂଆଦିଲ୍ଲୀ,୭ା୨: ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା, ପୂର୍ବତନ ସେନାମୁଖ୍ୟ ଏମ୍‌.ଏମ୍‌. ନରଓ୍ବଣେଙ୍କ ଅପ୍ରକାଶିତ ପୁସ୍ତକର ବିବାଦୀୟ ପ୍ରସଙ୍ଗ ଏବଂ ବିରୋଧୀ ଦଳର ୮ ଏମ୍‌ପିଙ୍କ ନିଲମ୍ବନକୁ ବିରୋଧ…

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଢାଞ୍ଚା ପ୍ରକାଶିତ, କୃଷକ, ମତ୍ସ୍ୟଜୀବୀଙ୍କ ପାଇଁ…

ନୂଆଦିଲ୍ଲୀ,୭।୨: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏବେ ଜିନିଷଗୁଡ଼ିକ ସ୍ପଷ୍ଟ ହୋଇଯାଇଛି। ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ…

ନାବାଳିକାଙ୍କୁ କୁରକୁରି, ଚକଲେଟ ଦେଖାଇ ଏକ ନିଛାଟିଆ ସ୍ଥାନକୁ ଡାକିନେଲେ ବୃଦ୍ଧ, ତା’ପରେ…

ଖୁଣ୍ଟୁଣୀ,୭l୨(ସଚ୍ଚିଦାନନ୍ଦ ପଣ୍ଡା): ଜଣେ ନାବାଳିକା ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଉଦ୍ୟମ କରିବା ଅଭିଯୋଗରେ ଖୁଣ୍ଟୁଣୀ ଥାନା ପୋଲିସ ଶୁକ୍ରବାର ରାଧାଦାମୋଦରପୁର (କଣ୍ଟାବନ୍ଧ) ଗ୍ରାମର ଗଗନ ବିହାରୀ…

ଆରମ୍ଭ ହେଲା ପ୍ରେମ ସପ୍ତାହ…ଆଜି ରୋଜ୍‌ ଡେ’

ଭୁବନେଶ୍ୱର,୭/୨ (ସୌମ୍ୟରଞ୍ଜନ ରାଉତ):ଫେବୃଆରୀ ୧୪, ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଓ ପ୍ରେମୀଯୁଗଳଙ୍କ ପାଇଁ ଖାସ୍‌ ଦିନଟିଏ। ଅନ୍ୟମାନଙ୍କ ପାଇଁ ହୁଏତ ଏହି ଦିନଟି ସାଧାରଣ, ହେଲେ ପ୍ରେମୀମାନଙ୍କ…

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri