Posted inଫୁରସତ

ସ୍କୁଲ‌ ହ୍ବାଟ୍ସଆପ୍‌ ଗ୍ରୁପ୍‌ରେ ଅଶ୍ଳୀଳ ଭିଡିଓ ପଠାଇଲେ ଅଭିଭାବକ

ଦିଲ୍ଲୀର ଜଣେ ଶିଶୁଙ୍କ ଅନ୍‌ଲାଇନ୍‌ କ୍ଲାସର ହ୍ବାଟ୍ସଆପ୍‌ ଗ୍ରୁପ୍‌ରେ ଅଶ୍ଳୀଳ ଭିଡିଓ ପଠାଇବା ପରେ ଆଲୋଡ଼ନ ସୃଷ୍ଟି ହୋଇଛି। ଏହି ଭିଡିଓ ଶିଶୁଟିର ଅଭିଭାବକ ଭୁଲରେ ପଠାଇ ଦେଇଛନ୍ତି। ପୂର୍ବରୁ କେତେକ ସ୍କୁଲରେ ମଧ୍ୟ ଏପରି ହୋଇଥିଲା। ବର୍ତ୍ତମାନ ଉତ୍ତର ଦିଲ୍ଲୀ ମ୍ୟୁନିସିପାଲିଟି କର୍ପୋରେଶନର ଏକ ସ୍କୁଲର ହ୍ବାଟ୍ସଆପ୍‌ ଗ୍ରୁପ୍‌କୁ ଅଭିଭାବକ ଏପରି ଅଶ୍ଳୀଳ ଭିଡିଓ ପଠାଇଛନ୍ତି। ତେବେ ଏନେଇ ଅଭିଭାବକମାନଙ୍କୁ ସତର୍କ କରାଇ ଦିଆଯାଇଛି। ଯଦି ଆଉ କେବେ ଏପରି ଭୁଲ କରନ୍ତି ତେବେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦିଆଯାଇଛି।

ଏକ ରିପୋର୍ଟ ଅନୁଯାୟୀ, ଜାହାଙ୍ଗୀରପୁରୀର ଏକ ବିଦ୍ୟାଳୟର ପ୍ରିନ୍ସପାଲ ନିଜ ନାମ ଗୋପନ ରଖି କହିଛନ୍ତି, ଗତ ମାସରେ ହ୍ବାଟ୍ସଆପ୍‌ ଗ୍ରୁପ୍‌ରେ ଆମେ ଏକ ଆପତ୍ତିଜନକ ଭିଡିଓ କ୍ଲିପ୍‌ ପାଇଥିଲୁ। ଏହି କ୍ଲିପ୍‌ ଛାତ୍ରଙ୍କ ପଞ୍ଜୀକୃତ ନମ୍ବରରୁ ଆସିଥିଲା। ଆମେ ଛାତ୍ରଙ୍କ ମାତାପିତାଙ୍କୁ ଡାକି ଏପରି ଭିଡିଓ ଆଉ କେବେ ପଠାଇବେ ନାହିଁ ବୋଲି ଚେତାବନୀ ଦେଇଥିଲୁ।

ସେ କହିଛନ୍ତି, ଆମର ଶିକ୍ଷକମାନେ ନିୟମିତ ଭାବରେ ଗ୍ରୁପ୍‌କୁ ମେସେଜ୍‌ ପଠାନ୍ତି। ଯାହା ଅନ୍‌ଲାଇନ କ୍ଲାସ ସହିତ ଜଡ଼ିତ କୌଣସି ପ୍ରଶ୍ନ ବ୍ୟତୀତ ମାତାପିତାଙ୍କୁ ଗ୍ରୁପ୍‌ରେ ଭାଗ ନ ନେବାକୁ ଅନୁରୋଧ କରାଯାଇଥାଏ। ବର୍ତ୍ତମାନ ଶିକ୍ଷା ବିଭାଗ ଦ୍ୱାରା ଜାରି କରାଯାଇଥିବା ଏହି ଆଦେଶକୁ ଆମେ ଶେୟାର କରିଛୁ।

ସ୍କୁଲରୁ ଅଶ୍ଳୀଳ ମେସେଜ୍‌ ପୋଷ୍ଟ କରିବା ଏବଂ ଛାତ୍ରୀଛାତ୍ରଙ୍କ ଅଧ୍ୟୟନ ପାଇଁ ଉଦ୍ଦିଷ୍ଟ ଗ୍ରୁପ୍‌ରେ ଅଶ୍ଳୀଳ ଭିଡିଓ-ଫଟୋ ପ୍ରସାରଣ ଅଭିଯୋଗ ପରେ ଉତ୍ତର ଦିଲ୍ଲୀ ମ୍ୟୁନିସିପାଲିଟି କର୍ପୋରେଶନ ଯଦି ଏପରି କାର୍ଯ୍ୟକଳାପ ଦେଖେ ତେବେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲ ଚେତାବନୀ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri