୨୮ରେ ଅଭିଭାବକ-ଶିକ୍ଷକ ବୈଠକ

ଭୁବନେଶ୍ୱର, ୨୨।୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୮ତାରିଖରେ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ସ୍କୁଲରେ ଅଭିଭାବକ-ଶିକ୍ଷକ ବୈଠକ ଅନୁଷ୍ଠିତ ହେବ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ସଚିବ ଅଶ୍ୱଥୀ ଏସ୍‌. ଶନିବାର ସମସ୍ତ ଜିଲା ଶିକ୍ଷାଧିକାରୀ ଏବଂ ଉଚ୍ଚ ମାଧ୍ୟମିକ ସ୍କୁଲ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଇଛନ୍ତି। ତେବେ ଏହି ବୈଠକକୁ କିପରି ସୁରୁଖୁରୁରେ ଆୟୋଜନ କରାଯିବ ସେ ନେଇ ମଧ୍ୟ ଚିଠିରେ ଉଲ୍ଲେଖ କରାଯାଇଛି। ଅଭିଭାବକ-ଶିକ୍ଷକ ବୈଠକ(ପିଟିଏମ୍‌) ପୂର୍ବରୁ ଏହାର ସୁପରିଚାଳନା ପାଇଁ ଶିକ୍ଷାନୁଷ୍ଠାନ କର୍ମଚାରୀ ଓ ଗଭର୍ନିଂ ବଡି ପ୍ରସ୍ତୁତି ବୈଠକ କରିବେ। ପିଟିଏମ୍‌ ୨ଘଣ୍ଟା ଧରି ଫିଜିକାଲ ମୋଡ୍‌ରେ ହେବ। କିନ୍ତୁ ଯେତେ ସମ୍ଭବ ହେବ ସେଠାରେ ଅଭିଭାବକଙ୍କୁ ଭର୍ଚୁଆଲରେ ଅଂଶଗ୍ରହଣ କରିବା ପାଇଁ ଏକ ଲିଙ୍କ୍‌ ପଠାଇପାରିବେ। ସମସ୍ତ ଉଚ୍ଚ ମାଧ୍ୟମିକ ସ୍କୁଲ ଏହି ବୈଠକ ପାଇଁ ଏକ ବ୍ୟାନର କରିବେ। ପିଟିଏମ୍‌ର ଉପସ୍ଥାନ ଓ ପ୍ରୋସିଡିଙ୍ଗ ଆଦି ରେଜିଷ୍ଟରରେ ରହିବ। ଆର୍‌ଡିଇ, ଡିଇଓ, ଏଡିଇଓ, ଡିପିଓ ଏବଂ ବିଇଓ ପିଟିଏମ୍‌କୁ ମନିଟରିଂ କରିବେ। ବିଇଓମାନେ ଅଧ୍ୟକ୍ଷଙ୍କଠାରୁ ଅପରାହ୍ନ ୩ଟାସୁଦ୍ଧା ଉଚ୍ଚ ମାଧ୍ୟମିକ ସ୍କୁଲ ସ୍ତରର ରିପୋର୍ଟ ଡିଇଓଙ୍କୁ ପ୍ରଦାନ କରିବେ ଏବଂ ଡିଇଓମାନେ ରାଜ୍ୟକୁ ୪ଟା ସୁଦ୍ଧା ପଠାଇବେ। ଜିଲାସ୍ତରୀୟ ମନିଟରିଂ ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ, ଓପେସା ଓ ସିଏଚ୍‌ଏସ୍‌ଇକୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ଏ ସମସ୍ତ ନିର୍ଦ୍ଦେଶାବଳୀକୁ ପାଳନ କରି ଅଭିଭାବକ-ଶିକ୍ଷକ ବୈଠକକୁ ସୁରୁଖୁରରେ କରିବା ପାଇଁ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri