ଗୋଟିଏ ସର୍ତ୍ତରେ କ୍ରିକେଟର୍‌ ହେବାକୁ ଅନୁମତି ଦେଇଥିଲେ ମାତାପିତା: IPLରେ କମାଲ୍‌ କଲେ ପୁଅ

ନୂଅଦିଲ୍ଲୀ,୯।୪: CSK ବିପକ୍ଷରେ ଶତକ ହାସଲ କରିବା ପରେ ପଞ୍ଜାବ କିଙ୍ଗସ ଖେଳାଳି ପ୍ରିୟାଂଶ ଆର୍ଯ୍ୟଙ୍କୁ ନେଇ ସବୁଠି ଚର୍ଚ୍ଚା। ସେ ଏହି ଶତକୀୟ ଇନିଂସ ଏମିତି ଏକ ସମୟରେ ଖେଳିଥିଲେ, ଯେତେବେଳେ ପଞ୍ଜାବ ୮୩ ରନରେ ୫ ଉଇକେଟ ହରାଇଥିଲା। ପ୍ରିୟାଂଶ ଆର୍ଯ୍ୟ ୪୨ ବଲ୍‌ରେ ୧୦୩ ରନ୍‌ର ଇନିଂସରେ ୯ଟି ଛକା ଏବଂ ୭ଟି ଚୌକା ମାରିଥିଲେ।

ପ୍ରିୟାଂଶ ଆର୍ଯ୍ୟ ମଧ୍ୟ IPL 2024 ପାଇଁ ନିଲାମରେ ନିଜ ନାମ ଦେଇଥିଲେ, କିନ୍ତୁ ତାଙ୍କୁ କୌଣସି ଦଳ କିଣି ନ ଥିଲା। ଗତ ବର୍ଷ ଦିଲ୍ଲୀ ପ୍ରିମିୟର ଲିଗରେ ଗୋଟିଏ ଓଭରରେ ୬ଟି ଛକା ମାରି ପ୍ରିୟାଂଶ ଚର୍ଚ୍ଚାକୁ ଆସିଥିଲେ, ତାଙ୍କୁ ଚଳିତବର୍ଷ ପାଇଁ ପଞ୍ଜାବ କିଙ୍ଗ୍ସ ୩.୮୦ କୋଟି ଟଙ୍କାରେ କିଣିଥିଲା। ଖାର୍ଗେଙ୍କ କଟାକ୍ଷ
ପ୍ରିୟାଂଶ ଆର୍ଯ୍ୟ ୭ ବର୍ଷ ବୟସରେ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ସେ ସଞ୍ଜୟ ଭରଦ୍ୱାଜଙ୍କ ପ୍ରଶିକ୍ଷଣରେ କ୍ରିକେଟ ଖେଳ ଶିଖିଥିଲେ। ସେ ୨୦୨୩-୨୪ ସୟଦ ମୁସ୍ତାକ ଅଲୀ ଟ୍ରଫିରେ ୨୨୨ ରନ କରିଥିଲେ, ସେ ଦିଲ୍ଲୀ ପାଇଁ ସର୍ବାଧିକ ରନ ସ୍କୋରର ଥିଲେ।

ପ୍ରିୟାଂଶ ଆର୍ଯ୍ୟ ଥରେ କହିଥିଲେ, ଯଦି ସେ ଜଣେ କ୍ରିକେଟର ହୋଇ ନ ଥାନ୍ତେ, ତେବେ ସେ ତାଙ୍କ ମାତାପିତାଙ୍କ ପରି ଜଣେ ଶିକ୍ଷକ ହୋଇଥାନ୍ତେ। ଯେତେବେଳେ ସେ ତାଙ୍କ ପିତାମାତାଙ୍କୁ କହିଥିଲେ, ସେ ଜଣେ କ୍ରିକେଟର ହେବାକୁ ଚାହାଁନ୍ତି। ଏଥିପାଇଁତାଙ୍କ ମାତାପିତା ଏକ ସର୍ତ୍ତ ରଖିଥିଲେ, ତାଙ୍କୁ ଖେଳ ସହିତ ପାଠପଢ଼ାରେ ସମ୍ପୂର୍ଣ୍ଣ ଧ୍ୟାନ ଦେବାକୁ ପଡିବ, ତା’ପରେ ହିଁ ସେମାନେ ଅନୁମତି ଦେବେ।

ଦିଲ୍ଲୀ ପ୍ରିମିୟର ଲିଗର ପ୍ରଥମ ସଂସ୍କରଣରେ, ପ୍ରିୟାଂଶ ଆର୍ଯ୍ୟ ଦିଲ୍ଲୀ ସୁପରଷ୍ଟାର୍ସ ପାଇଁ ଖେଳି ୧୦ ଇନିଂସରେ ୬୦୮ ରନ କରିଥିଲେ। ସେ ଟୁର୍ନାମେଣ୍ଟରେ ୨ ଶତକ ଏବଂ ୪ ଅର୍ଦ୍ଧଶତକ ହାସଲ କରିଥିଲେ। ଗୋଟିଏ ମ୍ୟାଚ୍‌ରେ ସେ ଗୋଟିଏ ଓଭରରେ ୬ଟି ଛକା ମାରିଥିଲେ।

ପ୍ରିୟାଂଶ ଆର୍ଯ୍ୟ IPLରେ ଏପର୍ଯ୍ୟନ୍ତ ଖେଳାଯାଇଥିବା ୪ଟି ମ୍ୟାଚରେ ୧୫୮ ରନ କରିଛନ୍ତି। ସେ ତାଙ୍କର ଡେବ୍ୟୁ ମ୍ୟାଚରେ ୪୭ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri