ବିଇଓଙ୍କ ଦ୍ୱାରସ୍ଥ ହେଲେ ଅଭିଭାବକ

ସିନାପାଲି,୧୦।୨(ଡି.ଏନ.ଏ.): ନୂଆପଡା ଜିଲା ସିନାପାଲି ବ୍ଲକ ଅନ୍ତର୍ଗତ ବରଗାଁ ଲିମପଡା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଶିକ୍ଷୟିତ୍ରୀ ଅବହେଳା କରୁଥିବା ଅଭିଯୋଗ ହୋଇଛି। ଏ ନେଇ ସ୍ଥାନୀୟ ଅଭିଭାବକ ତଥା ପରିଚାଳନା କମିଟି ସିନାପାଲି ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ଦ୍ୱାରସ୍ଥ ହୋଇ ଲିଖିତ ଅଭିଯୋଗ କରିଛନ୍ତି। ଉକ୍ତ ବିଦ୍ୟାଳୟ ୨୦୦୭ରେ ପ୍ରତିଷ୍ଠିତ ହୋଇଥିବା ବେଳେ ବର୍ତ୍ତମାନ ବିଦ୍ୟାଳୟର ପାଞ୍ଚଟି ଶ୍ରେଣୀରେ ମୋଟ ୬୩ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ବେଳେ ୩ଜଣ ଶିକ୍ଷକ ନିଯୁକ୍ତ ଅଛନ୍ତି। ଅଭିଯୋଗପତ୍ରରେ ଶିକ୍ଷକମାନେ ବିଦ୍ୟାଳୟକୁ ବିଳମ୍ବରେ ଆସୁଥିବା ସହ ମଧ୍ୟାହ୍ନ ଭୋଜନ ବଣ୍ଟନ ସମୟରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ପାତରଅନ୍ତର କରୁଥିବା ଉଲ୍ଲେଖ କରାଯାଇଛି। ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ କୌଣସି ବିଶୃଙ୍ଖଳା ସୃଷ୍ଟି ହେଲେ ଶିକ୍ଷକମାନେ ସମାଧାନ କରୁନାହାନ୍ତି। ଏ ନେଇ ବାରମ୍ବାର ସ୍କୁଲ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଥିଲେ ବି କୌଣସି ସୁଫଳ ମିଳି ନ ଥିବା ପ୍ରକାଶ କରିଛନ୍ତି। ପ୍ରଧାନ ଶିକ୍ଷକ ଡୋଲାମଣି ମେହେର ନିଜ ଦାୟିତ୍ୱରେ ଅବହେଳା କରୁଥିବା ଅଭିଭାବକମାନେ ଅଭିଯୋଗ ପତ୍ରରେ ଉଲ୍ଲେଖ କରିଛନ୍ତି। ଅଭିଯୋଗ ପତ୍ରରେ ବିଦ୍ୟାଳୟର ପିତୃମଞ୍ଚ, ମାତୃମଞ୍ଚ ତଥା ପରିଚାଳନା କମିଟି ସଦସ୍ୟ ସଦସ୍ୟା ଯୁଧିଷ୍ଠିର ଜଗତ, ହସିତ ଜଗତ, ଜଗମୋହନ ସୁନାନୀ, ଜଳନ୍ଧର ସୁନାନୀ, ଗୁପ୍ତେଶର ସୁନାନୀ, ଦେବ ସୁନାନୀ, ରଶ୍ମିତା ସୁନାନୀ, ଅକାଳୁ ଲୁହାର, ବିଭିଶନ ବାଗ, କୈକେୟୀ ତାଣ୍ଡି, ଲକ୍ଷ୍ମୀ ତାଣ୍ଡି, ସଞ୍ଜୟ ସୁନାନୀ, ମହେନ୍ଦ୍ର ସୁନାନୀ, କୈବଲ ସୁନାନୀ, ସୁମିତା ବିଶି, ଗୋଲେକ ବିଶି ପ୍ରମୁଖ ସାକ୍ଷର କରିଛନ୍ତି। ଏ ନେଇ ପ୍ରଧାନ ଶିକ୍ଷକ ମେହେରଙ୍କୁ ପଚାରିବାରୁ ଘଟଣାକୁ ଖଣ୍ଡନ କରିଛନ୍ତି। ଛୋଟଛୋଟ ପିଲାଙ୍କ ଘଟଣା କହି କୌଣସି ପ୍ରକାରପାତର ଅନ୍ତର କିମ୍ବା ଦାୟିତ୍ୱରେ ଅବହେଳା କରୁ ନ ଥିବା କହିଛନ୍ତି। ଶୁକ୍ରବାର ଆମ ବିଦ୍ୟାଳୟ ପରିଚାଳନା କମିଟି ବୈଠକ ହେବାର ସ୍ଥିର କରାଯାଇଛି। ସେ ଉପରେ ଆଲୋଚନା କରି ସମାଧାନ କରାଯିବ ବୋଲି ପ୍ରକାଶ କରିଛନ୍ତି। ଏ ନେଇ ସିନାପାଲି ଭାରପ୍ରାପ୍ତ ବିଇଓ ରୁଦରେଶ୍ୱର ମେହେରଙ୍କୁ ଯୋଗାଯୋଗ ସମ୍ଭବ ନ ହେବାରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ। ଅପରପକ୍ଷରେ ସମସ୍ୟା ସମାଧାନ ନ ହେଲେ ଛାତ୍ରୀଛାତ୍ରମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ବାଧ୍ୟ ହେବୁ ବୋଲି ଅଭିଭାବକମାନେ ଚେତାବନୀ ଦେଇଛନ୍ତି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri