ମନ୍ତ୍ରୀଙ୍କ ଘର ଆଗରେ ମା’ପୁଅଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ମାଟ୍ରିକ୍‌ ପରୀକ୍ଷା ପାଇଁ ଫର୍ମ ପୂରଣ ନ ହୋଇପାରିବାରୁ ମଙ୍ଗଳବାର କ୍ୟାପିଟାଲ ହାଇସ୍କୁଲ୍‌ ଗେଟ୍‌ ସାମ୍ନାରେ ଜଣେ ମା’ ଓ ତାଙ୍କ ପୁଅ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ବୁଧବାର ପୁଣି ସେମାନେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ବାସଭବନ ଆଗରେ ଆତ୍ମହତ୍ୟା ଉଦ୍ୟମ କରିବାକୁ ଯାଇଥିବାବେଳେ କ୍ୟାପିଟାଲ ଥାନା ପୋଲିସ କାବୁ କରିଛି। ସ୍କୁଲ୍‌ କର୍ତ୍ତୃପକ୍ଷ ତାଙ୍କ କଥା ଶୁଣୁ ନ ଥିବାରୁ ଗଣଶିକ୍ଷାମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ ପାଇଁ ଆସିଥିବା ସେମାନେ କହିଛନ୍ତି। ତେବେ ପରେ ପୋଲିସ ସେମାନଙ୍କୁ ବୁଝାଶୁଝା କରି ଘରେ ଛାଡିଥିବା ଜଣାପଡିଛି।
ଖାରବେଳ ନଗର ଥାନା ଭଗବତୀ ବସ୍ତିରେ ରହୁଥିବା ମା’ ଜସ୍ମିନଙ୍କ ଅଭିଯୋଗ ଅନୁଯାୟୀ, ତାଙ୍କ ପୁଅ ୟୁନିଟ୍‌-୩ କ୍ୟାପିଟାଲ ହାଇସ୍କୁଲରୁ ଚଳିତବର୍ଷ ମାଟ୍ରିକରେ ୨୭୨ ନମ୍ବର ରଖିଛନ୍ତି। ବିନା ପରୀକ୍ଷାରେ ପ୍ରକାଶ ପାଇଥିବା ଏହି ମାଟ୍ରିକ ଫଳକୁ ନେଇ ସେ ଅସନ୍ତୁଷ୍ଟ ଥିଲେ। ତେଣୁ ସେ ଫର୍ମ ପୂରଣ କରି ପୁନର୍ବାର ପରୀକ୍ଷା ଦେବାକୁ ଚାହିଁଥିଲେ। ମାତ୍ର ସ୍କୁଲ କର୍ତ୍ତୃପକ୍ଷ ତାଙ୍କ ପାଇଁ ଫର୍ମ ପୂରଣ କରିଦେବେ ବୋଲି କହିଥିଲେ। ଜୁଲାଇ ୧୦ରେ ଅବଧି ସରିଥିବାବେଳେ ପରୀକ୍ଷା ପାଇଁ ସେମାନେ ଆଡମିଟ୍‌ କାର୍ଡ ନେବାକୁ ସ୍କୁଲକୁ୍‌ ଆସିଥିଲେ। ତେବେ ତାଙ୍କର ଫର୍ମ ପୂରଣ ହୋଇ ନ ଥିବା ଜାଣିବା ପରେ ମଙ୍ଗଳବାର ସେ ତାଙ୍କ ପୁଅଙ୍କ ସହ ଆସି ସ୍କୁଲ ସାମ୍ନାରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଅନ୍ୟପକ୍ଷରେ, କ୍ୟାପିଟାଲ ହାଇସ୍କୁଲ ପ୍ରଧାନ ଶିକ୍ଷକ ଅମର କୁମାର ବେହେରା ତାଙ୍କ ଅଭିଯୋଗକୁ ଖଣ୍ଡନ କରି କହିଛନ୍ତି, ଛାତ୍ରଙ୍କ ଅଭିଭାବକ ଦୁଇଥର ଆସି ଯୋଗାଯୋଗ କରିଥିଲେ। କିନ୍ତୁ ଫର୍ମ ପୂରଣ ଶେଷଦିନ ପର୍ଯ୍ୟନ୍ତ କେହି ଆସି ନ ଥିଲେ। ଏବେ ଆଉ ଫର୍ମ ପୂରଣ ସମ୍ଭବ ନୁହେଁ। ତେବେ ଏଥିରେ ଆମ ପକ୍ଷରୁ କୌଣସି ଭୁଲ ନାହିଁ ବୋଲି ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ଖୁବ୍‌ଶୀଘ୍ର ନୋ ପାର୍କିଂ ଜୋନ୍‌ ଚିହ୍ନଟ କରିବ ବିଏମ୍‌ସି

ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି।...

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri