ମନ୍ତ୍ରୀଙ୍କ ଘର ଆଗରେ ମା’ପୁଅଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ମାଟ୍ରିକ୍‌ ପରୀକ୍ଷା ପାଇଁ ଫର୍ମ ପୂରଣ ନ ହୋଇପାରିବାରୁ ମଙ୍ଗଳବାର କ୍ୟାପିଟାଲ ହାଇସ୍କୁଲ୍‌ ଗେଟ୍‌ ସାମ୍ନାରେ ଜଣେ ମା’ ଓ ତାଙ୍କ ପୁଅ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ବୁଧବାର ପୁଣି ସେମାନେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ବାସଭବନ ଆଗରେ ଆତ୍ମହତ୍ୟା ଉଦ୍ୟମ କରିବାକୁ ଯାଇଥିବାବେଳେ କ୍ୟାପିଟାଲ ଥାନା ପୋଲିସ କାବୁ କରିଛି। ସ୍କୁଲ୍‌ କର୍ତ୍ତୃପକ୍ଷ ତାଙ୍କ କଥା ଶୁଣୁ ନ ଥିବାରୁ ଗଣଶିକ୍ଷାମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ ପାଇଁ ଆସିଥିବା ସେମାନେ କହିଛନ୍ତି। ତେବେ ପରେ ପୋଲିସ ସେମାନଙ୍କୁ ବୁଝାଶୁଝା କରି ଘରେ ଛାଡିଥିବା ଜଣାପଡିଛି।
ଖାରବେଳ ନଗର ଥାନା ଭଗବତୀ ବସ୍ତିରେ ରହୁଥିବା ମା’ ଜସ୍ମିନଙ୍କ ଅଭିଯୋଗ ଅନୁଯାୟୀ, ତାଙ୍କ ପୁଅ ୟୁନିଟ୍‌-୩ କ୍ୟାପିଟାଲ ହାଇସ୍କୁଲରୁ ଚଳିତବର୍ଷ ମାଟ୍ରିକରେ ୨୭୨ ନମ୍ବର ରଖିଛନ୍ତି। ବିନା ପରୀକ୍ଷାରେ ପ୍ରକାଶ ପାଇଥିବା ଏହି ମାଟ୍ରିକ ଫଳକୁ ନେଇ ସେ ଅସନ୍ତୁଷ୍ଟ ଥିଲେ। ତେଣୁ ସେ ଫର୍ମ ପୂରଣ କରି ପୁନର୍ବାର ପରୀକ୍ଷା ଦେବାକୁ ଚାହିଁଥିଲେ। ମାତ୍ର ସ୍କୁଲ କର୍ତ୍ତୃପକ୍ଷ ତାଙ୍କ ପାଇଁ ଫର୍ମ ପୂରଣ କରିଦେବେ ବୋଲି କହିଥିଲେ। ଜୁଲାଇ ୧୦ରେ ଅବଧି ସରିଥିବାବେଳେ ପରୀକ୍ଷା ପାଇଁ ସେମାନେ ଆଡମିଟ୍‌ କାର୍ଡ ନେବାକୁ ସ୍କୁଲକୁ୍‌ ଆସିଥିଲେ। ତେବେ ତାଙ୍କର ଫର୍ମ ପୂରଣ ହୋଇ ନ ଥିବା ଜାଣିବା ପରେ ମଙ୍ଗଳବାର ସେ ତାଙ୍କ ପୁଅଙ୍କ ସହ ଆସି ସ୍କୁଲ ସାମ୍ନାରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଅନ୍ୟପକ୍ଷରେ, କ୍ୟାପିଟାଲ ହାଇସ୍କୁଲ ପ୍ରଧାନ ଶିକ୍ଷକ ଅମର କୁମାର ବେହେରା ତାଙ୍କ ଅଭିଯୋଗକୁ ଖଣ୍ଡନ କରି କହିଛନ୍ତି, ଛାତ୍ରଙ୍କ ଅଭିଭାବକ ଦୁଇଥର ଆସି ଯୋଗାଯୋଗ କରିଥିଲେ। କିନ୍ତୁ ଫର୍ମ ପୂରଣ ଶେଷଦିନ ପର୍ଯ୍ୟନ୍ତ କେହି ଆସି ନ ଥିଲେ। ଏବେ ଆଉ ଫର୍ମ ପୂରଣ ସମ୍ଭବ ନୁହେଁ। ତେବେ ଏଥିରେ ଆମ ପକ୍ଷରୁ କୌଣସି ଭୁଲ ନାହିଁ ବୋଲି ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଗଠନ ହେଲା ୩ ବଡ଼ ରାଜଯୋଗ: କେବଳ ଏହି ୩ ରାଶିଙ୍କର ଫାଇଦା ହିଁ ଫାଇଦା, ଭାଗ୍ୟରେ ଲାଗିଲା ଲଟେରୀ

ଅକ୍ଟୋବର ମାସ ଆରମ୍ଭ ହେବା ସହିତ ଗ୍ରହ-ନକ୍ଷତ୍ରଙ୍କ ଚଳନରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ଗ୍ରହ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ରାଶି…

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?