ଶିଶୁଭବନରେ କରୋନା ଆକ୍ରାନ୍ତ ମୃତଦେହ ନେଇ ମା’-ବାପା ଫେରାର

କଟକ ଅଫିସ,୧।୮: କରୋନା ଆକ୍ରାନ୍ତ ଶିଶୁର ହସ୍ପିଟାଲରେ ମୃତ୍ୟୁ ହେବା ପରେ ତାକୁ ଧରି ମା’ ବାପା ସେଠାରୁ ଫେରାର ହୋଇଯାଇଛନ୍ତି। କଟକସ୍ଥିତ ଶିଶୁଭବନରେ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆଣ୍ଟିଜେନ୍‌ ଟେଷ୍ଟ ରିପୋର୍ଟରେ ଉଭୟ ମା’-ଶିଶୁ ପଜିଟିଭ ଥିବା ଜଣାପଡ଼ିଛି।ସୂଚନା ଅନୁଯାୟୀ, ଶୁକ୍ରବାର ଦିନ ପ୍ରାୟ ୧୨ଟା ବେଳେ ଖୋର୍ଦ୍ଧା ଜିଲା ଧଉଳି ଥାନା ଅଞ୍ଚଳର ଜଣେ ଦମ୍ପତି ମାସକର ଶିଶୁକୁ ସଙ୍କଟାପନ୍ନ ଅବସ୍ଥାରେ ଶିଶୁଭବନକୁ ଆଣିଥିଲେ। ଶିଶୁଟି ସେପ୍ଟିସେମିଆ ଓ ବାତରୋଗରେ ଆକ୍ରାନ୍ତ ଥିବା ବେଳେ ତାକୁ ଆଇସୋଲେଶନରେ ରଖି ଚିକିତ୍ସା ଆରମ୍ଭ ହୋଇଥିଲା। ସେତେବେଳେ ଶିଶୁର ତାପମାତ୍ରା କମ୍‌ ଥିବା ସହ ଶ୍ୱାସକ୍ରିୟାରେ ସମସ୍ୟା ଥିବାରୁ ଡାକ୍ତର କୃତ୍ରିମ ଶ୍ୱାସକ୍ରିୟା ବା ସିପିଆର୍‌ (କାର୍ଡିଓ ପଲମୋନାରୀ ରିସସିଟୈଶନ) କରାଇଥିଲେ। ଅନ୍ୟ ସମସ୍ତ ଜରୁରୀ ଚିକିତ୍ସା ସତ୍ତ୍ୱେ ଶିଶୁଟିର ଜୀବନ ରକ୍ଷା କରାଯାଇ ପାରି ନ ଥିଲା। ଏହା ପୂର୍ବରୁ ଉଭୟ ଶିଶୁ ଓ ତାର ମାତା ପିତାଙ୍କ ଆଣ୍ଟିଜେନ ଟେଷ୍ଟ କରାଯାଇଥିଲା। ରିପୋର୍ଟରେ ମା’ ଓ ଶିଶୁ ପଜିଟିଭ ରହିଥିଲେ। ଏହାପରେ ମୃତ ଶିଶୁର କୋଭିଡ ନିୟମ ମୁତାବକ କାଗଜ ପ୍ରସ୍ତୁତି ସହ ଆକ୍ରାନ୍ତ ମା’ଙ୍କୁ କୋଭିଡ ହସ୍ପିଟାଲ ପଠାଇବା ପାଇଁ ଶିଶୁଭବନ ପକ୍ଷରୁ ବ୍ୟବସ୍ଥା ହେଉଥିଲା। କିନ୍ତୁ ଏତିକିବେଳେ ମୃତ ଶିଶୁକୁ ଧରି ତାର ମା’-ବାପା ସେଠାରୁ ଫେରାର ହୋଇଯାଇଥିଲେ। ଏନେଇ ହସ୍ପିଟାଲ କର୍ତ୍ତୃପକ୍ଷ ଲାଲବାଗ ଥାନାରେ ଏତଲା ଦେବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri