Posted inUncategorized

ଏମିତି ଦେଶ, ଯେଉଁଠି ସନ୍ତାନ ଜନ୍ମ ଦେଲେ ପିଲା ପିଛା ମିଳେ ୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା

ବିଶ୍ୱରେ ଏମିତି ଏକ ଦେଶ ରହିଛି, ଯେଉଁଠି ସନ୍ତାନ ଜନ୍ମ ଦେଲେ ମାତାପିତାଙ୍କୁ ପୁରସ୍କାର ସ୍ବରୂପ ମିଳିଥାଏ ଲକ୍ଷାଧିକ ଟଙ୍କା। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏପରି ଦେଶ ହେଉଛି ଫିନ୍‌ଲ୍ୟାଣ୍ଡ। ଏଠାକାର ଲେଷ୍ଟିଜାରଓ୍ବିରେ ସନ୍ତାନ ଜନ୍ମ ହେଲେ ପ୍ରତି ପିଲା ପିଛା ୧୦ ହଜାର ୟୁରୋ ଅର୍ଥାତ୍‌ ଭାରତୀୟ ମୁଦ୍ରାରେ ୭ ଲକ୍ଷ ୮୬ ହଜାର ଟଙ୍କା ମିଳିଥାଏ। ଏହି ଗାଁରେ ବର୍ଷକ ଭିତରେ ମାତ୍ର ଜଣେ ଶିଶୁ ଜନ୍ମ ନେଇଥିଲା। ତେଣୁ ଲେଷ୍ଟିଜାର୍‌ଓ୍ବିର ନଗରପାଳିକା ‘ବେବି ବୋନସ୍‌’ ନାମକ ଏକ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନା ଅନୁସାରେ ଶିଶୁଟିଏ ଜନ୍ମ ନେଲେ ଆଗାମୀ ୧୦ ବର୍ଷ ପର୍ଯ୍ୟନ୍ତ ଅର୍ଥ ପ୍ରଦାନ କରାଯିବାକୁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ୨୦୧୩ରୁ ଏହି ଯୋଜନା ଆରମ୍ଭ ହେବା ପରେ ଆଜି ପର୍ଯ୍ୟନ୍ତ ୬୦ ଶିଶୁ ଜନ୍ମ ହୋଇଛନ୍ତି। କିନ୍ତୁ ଏହାର ୭ ବର୍ଷ ପୂର୍ବରୁ ଏଠାରେ ମାତ୍ର ୩୮ ଜଣ ଶିଶୁ ଜନ୍ମ ନେଇଥିଲେ। ଯାହା ଚିନ୍ତାଜନକ ଥିଲା। ଏହି ଗାଁରେ ବର୍ତ୍ତମାନ ୮୦୦ ଲୋକ ବାସ କରୁଛନ୍ତି। ପ୍ରଶାସନ ପକ୍ଷରୁ ଏହି ଯୋଜନା କାର୍ଯ୍ୟକାରୀ ହେବା ପରଠାରୁ ଏହି ଜନସଂଖ୍ୟା ବୃଦ୍ଧି ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ନରମ ପଡ଼ିଲେ ଟ୍ରମ୍ପ: କହିଲେ, ମୁଁ ଆଉ ଚାହୁଁନାହିଁ…

ଓ୍ବାଶିଂଟନ୍‌,୧୯।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଟେନ୍‌ସନ୍‌ରେ ଅଛନ୍ତି। ସେ ଇରାନକୁ ଚେତାବନୀ ଦେଇ କହିଛନ୍ତି ଯେ, ଯଦି ତେହରାନ କତାରର ତରଳ ପ୍ରାକୃତିକ ଗ୍ୟାସ…

ପାକିସ୍ତାନ କରିବ ବଡ଼ ଆକ୍ରମଣ, ଡରିଲାଣି ଆମେରିକା!

ଓ଼୍ବାଶିଂଟନ,୧୯।୩: ଆମେରିକାର ଜାତୀୟ ଗୁପ୍ତଚର ନିର୍ଦ୍ଦେଶକ ତୁଲସୀ ଗାବାର୍ଡ ବୁଧବାର ପାକିସ୍ତାନକୁ ଆମେରିକା ସାମ୍ନା କରୁଥିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରମାଣୁ ବିପଦ ମଧ୍ୟରୁ ଗୋଟିଏ ଭାବରେ ଚିହ୍ନଟ…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri