ପାତ୍ରପୁର,୯ା୧(ଡି.ଏନ୍.ଏ.): କରୋନା କଟକଣା ଯୋଗୁ ଦୀର୍ଘଦିନ ଧରି ବନ୍ଦ ଥିବା ସ୍କୁଲ ଶୁକ୍ରବାର ଖୋଲିଛି। ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସାମନ୍ତିଆପଲ୍ଲୀ ସ୍ଥିତ ପରାଙ୍କୁଶ ବିଦ୍ୟାପୀଠକୁ ୮୩ଜଣ ଦଶମ ଶ୍ରେଣୀ ଛାତ୍ରୀଛାତ୍ର ସକାଳ ୧୦ଟାରେ ଆସିଥିଲେ। ସେମାନଙ୍କ ସହ କେତେଜଣ ଅଭିଭାବକ ମଧ୍ୟ ଆସିଥିଲେ। ସ୍କୁଲ ପରିସର ସାନିଟାଇଜ୍ କରିବାକୁ ଅଭିଭାବକମାନେ ଜିଦ୍ ଧରିଥିଲେ। କରୋନାବେଳେ ରାଜ୍ୟ ବାହାରୁ ଆସିଥିବା ଶ୍ରମିକଙ୍କୁ ଏଠାରେ ରଖାଯାଇଥିବାରୁ ସାନିଟାଇଜ୍ ନହେଲେ ଆମ ପିଲାମାନଙ୍କୁ ଛାଡିବୁନାହିଁ ବୋଲି ଅଡି ବସିଥିଲେ। ଏନେଇ ସ୍କୁଲ ପ୍ରଶାସନ ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ପାଢ଼ୀ ଓ ବିଡ଼ିଓ ପ୍ରକାଶ ଚନ୍ଦ୍ର ଦାସଙ୍କୁ ଅବଗତ କରାଇଥିଲେ। ବିଡ଼ିଓ ଓ ବିଇଓ ପହଞ୍ଚତ୍ ଅଭିଭାବକଙ୍କୁ ବୁଝାଇଥିଲେ ମଧ୍ୟ ସେମାନେ ନ ମାନି ପିଲାଙ୍କୁ ନେଇ ଘରକୁ ଫେରିଯିବାକୁ ବାହାରିଥିଲେ। ପରେ ପାତ୍ରପୁର ଅଗ୍ନିଶମ ବାହୀନି ପହଞ୍ଚତ୍ ଶ୍ରେଣୀଗୃହ ସାନିଟାଇଜ୍ କରିଥିଲା। ମାତ୍ର ଡେସ୍କ, ବେଞ୍ଚରେ ବିଶୋଧିତ ପାଣି ପଡି ଓଦା ହୋଇଯିବାରୁ ଛାତ୍ରୀଛାତ୍ରମାନେ କ୍ଲାସ ନକରି ଘରକୁ ଫେରିଯାଇଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ View All
ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…
ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ
ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…
ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ
ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…
ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ
ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…
ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର
ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…
ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…
ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…
ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ
ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍ ସ୍କୁଲ,…
Archives

