ପୁଣିଥରେ ୟୁକ୍ରେନ ରାଡାରରେ କ୍ରିମିୟା ବ୍ରିଜ, ଆକ୍ରମଣରେ ମାତା-ପିତା ମୃତ, ଝିଅ ଗୁରୁତର

କ୍ୱିଭ,୧୭।୭: ରୁଷିଆ କବଜାରେ ଥିବା କ୍ରିମିୟା ବ୍ରିଜ ଉପରେ ପୁଣିଥରେ ୟୁକ୍ରେନ ଆକ୍ରମଣ କରିଛି। ମିଳିଥିବା ସୂଚନା ଅନୁଯାୟୀ, ସୋମବାର ଭୋର ସମୟରେ ଏହି ବ୍ରିଜ ଉପରେ ହୋଇଥିବା ଆକ୍ରମଣରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଶିଶୁ ଆହତ ହୋଇଛନ୍ତି। ଦକ୍ଷିଣ ରୁଷିଆର କ୍ରାସ୍ନୋଡାର ଅଞ୍ଚଳରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି କି ଆକ୍ରମଣର ଶିକାର ହୋଇଥିବା ଲୋକେ ଗୋଟିଏ ପରିବାରର(ମାତା, ପିତା ଓ ତାଙ୍କର ଝିଅ)। ଏଥିରେ ମାତାପିତାଙ୍କ ମୃତ୍ୟୁ ହୋଇଥିବା ବେଳେ ଝିଅଟି ଆହତ ହୋଇଛି।

ଏହି ଘଟଣାକୁ ଦୃଷ୍ଟିରେ ରଖି ବ୍ରିଜର ଟ୍ରାଫିକ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। ଫଳରେ ଯାନବାହାନର ଲମ୍ବା ଲାଇନ ଲାଗି ଯାଇଛି ବୋଲି କୁହାଯାଉଛି। କ୍ରିମିଆର ଗଭର୍ନର ସର୍ଗୋଇ ଅକସୋନୋଭ କହିଛନ୍ତି ଯେ ରୁଷିଆର କ୍ରାସନୋଦର ସହ ସଂଯୋଗ କରୁଥିବା ସେତୁର ୧୪୫ ତମ ସ୍ତମ୍ଭରେ ଏହି ଘଟଣା ଘଟିବା ପରେ କ୍ରିମିଆ ବ୍ରିଜ ଉପରେ ଯାତାୟାତ ବନ୍ଦ ରହିଛି। ସେ କହିଛନ୍ତି ଯେ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ସମସ୍ତେ ବ୍ୟସ୍ତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri