ଶିଶୁକନ୍ୟାକୁ ନୀଳ ବାସ୍କେଟ୍‌ରେ ପୂରାଇ ରାସ୍ତା ଉପରେ ଛାଡ଼ି ଦେଇଗଲେ ମା’-ବାପା, ଲେଖିଦେଇ ଗଲେ‘Sorry’

ମୁମ୍ବାଇ,୩୦ା୬: ମହାରାଷ୍ଟ୍ରର ନଭି ମୁମ୍ବାଇରେ ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି। ୩ ଦିନର ଏକ ଶିଶୁକନ୍ୟାକୁ ଟୋକେଇରେ ପୂରାଇ ରାସ୍ତାକଡ଼ରେ କେହି ନିଷ୍ଠୁର ମାଆ-ବାପା ଛାଡ଼ି ଚାଲିଯାଇଛନ୍ତି। ଏହା ସହିତ ଏକ କାଗଜରେ ‘Sorry’ ଲେଖିବା ସହ ଛାଡ଼ିବାର କାରଣ ମଧ୍ୟ ଲେଖିଦେଇଯାଇଛନ୍ତି। ଯାହା ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି।

ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶିଶୁକନ୍ୟାଟିକୁ ନିଜ ଦାୟିତ୍ୱରେ ରଖିଛି। ଏହା ସହିତ ପୋଲିସ ଶିଶୁକନ୍ୟାର ମାଆବାପାଙ୍କୁ ଖୋଜିବା ଆରମ୍ଭ କରିଛି। ସ୍ଥାନୀୟ ଲୋକଙ୍କ ସୂଚନା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଇଂରାଜୀରେ ଲେଖାଯାଇଥିବା ଏହି ନୋଟ୍‌ଟିକୁ ଦେଖିଥିଲା।

ଏଥିରେ ଶିଶୁକନ୍ୟାର ମାଆବାପା ଲେଖିଛନ୍ତି ଯେ, ସେମାନେ ବହୁତ ଗରିବ। ତେଣୁ ସେମାନେ ଝିଅଟିକୁ ପାଳନ କରିବାକୁ ସକ୍ଷମ ନୁହନ୍ତି। ଏହି କାରଣରୁ ସେମାନଙ୍କୁ ଏପରି ପଦକ୍ଷେପ ନେବାକୁ ପଡ଼ିଛି। ଏହା ସହିତ ସେମାନେ ଚିଠିର ଶେଷରେ ‘Sorry’ ଲେଖି କ୍ଷମା ପ୍ରାର୍ଥନା ମଧ୍ୟ କରିଛନ୍ତି। ପୋଲିସ ଝିଅଟିକୁ ନିଜ ସୁରକ୍ଷାରେ ନେଇ ତୁରନ୍ତ ଶିଶୁରୋଗ ବିଶେଷଜ୍ଞଙ୍କୁ ଦେଖାଇଛି। ଝିଅଟିର ଅବସ୍ଥା ସ୍ଥିର ଅଛି। ପୋଲିସ ଏହି ମାମଲାରେ ଅଜଣା ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି

ମାମଲାର ତଦନ୍ତ ପାଇଁ ପାଖରେ ଥିବା ସିସିଟିଭି ଫୁଟେଜକୁ ପୋଲିସ ମଧ୍ୟ ଯାଞ୍ଚ କରୁଛି। ସ୍ଥାନୀୟ ଲୋକମାନେ ଅଭିଯୁକ୍ତ ମାଆବାପାଙ୍କ ବିରୋଧରେ ପୋଲିସଠାରୁ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରୁଛନ୍ତି। ଏହି ଘଟଣା ସମସ୍ତଙ୍କୁ ଚକିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri