ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ

ଭଞ୍ଜନଗର,୨୯।୯(ଡି.ଏନ୍‌.ଏ): ଭଞ୍ଜନଗର ବ୍ଲକ ଭାଲିଆଖାଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ଲାଗି ରହିଛି। ମଧ୍ୟାହ୍ନ ଭୋଜନ ଓ ଅନ୍ୟାନ୍ୟ ସୁବିଧା ଠିକ୍‌ ଭାବେ ମିଳିପାରୁ ନାହିଁ। ଏହାକୁ ନେଇ ଅଭିଭାବକମାନେ ଅସନ୍ତୋଷ ପ୍ରକାଶ କରି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ପୂର୍ବରୁ ଏକାଧିକ ଥର ଜଣାଇଛନ୍ତି। ତଥାପି ସମସ୍ୟା ନ ସୁଧୁରିବାରୁ ଛାତ୍ରୀଛାତ୍ରଙ୍କ ସହ ଅଭିଭାବକମାନେ ଗୁରୁବାର ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଥିଲେ। ଏବିଇଓ ସୂର୍ଯ୍ୟ ନାୟକ ଏହା ଜାଣିବା ପରେ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିବା ପରେ ମୁଖ୍ୟ ଫାଟକ ଖୋଲିଥିଲା । ତେବେ ବିଦ୍ୟାଳୟ ଭିତରେ ଅଭିଭାବକମାନେ ପୁଣି ହୋହାଲ୍ଲା କରିଥିବା ଦେଖାଯାଇଥିଲା।
ଅଭିଭାବକ ତଥା ଗ୍ରାମବାସୀଙ୍କ ଅଭିଯୋଗ ଯେ, ବିଦ୍ୟାଳୟରେ ପିଲାଙ୍କୁ ଠିକ୍‌ ଭାବେ ମଧ୍ୟାହ୍ନ ଭୋଜନ ମିଳୁନାହିଁ । ପରୀକ୍ଷା ହେଲେ କାଗଜ କିଣି ଆଣିବା ପାଇଁ କୁହାଯାଉଛି। ଗୋଟିଏ ଶ୍ରେଣୀକୁ ଗୋଟିଏ ପ୍ରଶ୍ନପତ୍ର ଦିଆଯାଉଛି । ଏହାଦ୍ୱାରା ସମୟ ଅପଚୟ ସହ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି । ତେଣୁ ଏଠାରେ ଦାୟିତ୍ୱରେ ଥିବା ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ତୁରନ୍ତ ବଦଳି କରିବାକୁ ଅଭିଭାବକମାନେ ଦାବି କରିଥିଲେ। ନଚେତ ଆଗାମୀ ଦିନରେ ପୁଣି ଆନ୍ଦୋଳନ କରାଯିବ ବୋଲି ବିଦ୍ୟାଳୟ ପରିଚାଳନା କମିଟି ସଭ୍ୟ ଗୌରାଙ୍ଗ ଚରଣ ବେହେରା କହିଛନ୍ତି। ଏବିଇଓ ଶୁକ୍ରବାର ପୁଣି ଆସି ସମସ୍ୟାର ସମାଧାନ କରିବେ ବୋଲି ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଇ ଅପରାହ୍ନରେ ଫେରିଛନ୍ତି। ଏନେଇ ଏବିଇଓଙ୍କ ମତାମତ ନେବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ ସେ ଫୋନ ନ ଉଠାଇବାରୁ ସମ୍ଭବ ହୋଇପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri