Posted inଜାତୀୟ

୧୦ ବର୍ଷ ଧରି ପ୍ରେମିକାଙ୍କୁ ରୁମ୍‌ରେ ଲୁଚାଇ ରଖିଥିଲେ ପ୍ରେମିକ, ଜାଣିପାରିଲେ ନାହିଁ ପରିବାର ଲୋକ

ପଲକ୍କଡ (କେରଳ), ୧୧।୬: କେରଳର ଜଣେ ଯୁବକ ନିଜ ପ୍ରେମିକାଙ୍କୁ ୧୦ ବର୍ଷ ଧରି ରୁମ୍‌ରେ ଲୁଚାଇ ରଖିଥିଲେ। ଆଉ ଏ ସମ୍ପର୍କରେ ଟେର ପାଇ ନ ଥିଲେ ଯୁବକଙ୍କ ପରିବାର ଲୋକେ। ନିଖୋଜ ହେବାର ୧୦ ବର୍ଷ ପରେ ମିଳିଛି ୨୯ ବର୍ଷୀୟା ମହିଳାଙ୍କ ପତ୍ତା। ଏଭଳି ଏକ ଘଟଣା ପଲକ୍କଡ ଜିଲାର ଆୟାଲୁର ଗ୍ରାମରେ ଘଟିଛି। ଯୁବକ ଜଣକ ନିଜ ଘରଠାରୁ ମାତ୍ର ୫୦୦ ମିଟର ଦୂରରେ ପ୍ରେମିକାଙ୍କୁ ରଖିଥିଲେ।

ସାଜିଥା ନାମ୍ନୀ ଯୁବତୀ ନିଖୋଜ ହୋଇଯାଇଥିଲା। ବହୁ ଖୋଜାଖୋଜି ପରେ ମଧ୍ୟ ଟେର ପାଇ ନ ଥିଲା ପୋଲିସ। ତେବେ ପ୍ରେମିକ ରେହମନଙ୍କ ଘରେ ଗୋପନରେ ରହୁଥିଲେ ସାଜିଥା। ଉକ୍ତ ଘରେ ରେହମନଙ୍କ ମା’ ବାପା, ଭଉଣୀ ଓ ପୁତୁରା ରହୁଥିଲେ ମଧ୍ୟ କେହି ଜାଣି ପାରି ନ ଥିଲେ।

ସାଜିଥାଙ୍କୁ ଏକ ଛୋଟ ରୁମ୍‌ରେ ରଖିଥିଲେ ରେହମାନ। ସେ ରାତିରେ ଝରକା ଦେଇ ବାହାରକୁ ଆସି ନୀତ୍ୟକର୍ମ କରନ୍ତି। ପ୍ରାୟ ୧୦ ବର୍ଷ ଧରି ଏଭଳି ଚାଲିଥିଲା। କିନ୍ତୁ ଗତ ମାର୍ଚ୍ଚରେ ନିଖୋଜ ହୋଇଯାଇଥିଲେ ରେହମନ। ତାଙ୍କ ପରିବାର ପକ୍ଷରୁ ଏନେଇ ପୋଲିସରେଏତଲା ଦିଆଯାଇଥିଲା। ଜୁନ୍‌ ୭ରେ ରେହମନଙ୍କୁ ତାଙ୍କ ଭାଇ ଖୋଜି ପାଇବା ପରେ ପୋଲିସକୁ ଜଣାଇଥିଲେ। ପୋଲିସ ତାଙ୍କୁ ନେଇ ପଚରାଉଚୁରା କରିବା ପରେ ସେ ସାଜିଥାଙ୍କୁ ନେଇ ଏକ ଭଡ଼ାଘରେ ରହିଥିବା କହିଥିଲେ। ଏଥିସହ ସାମ୍ନାକୁ ଆସିଥିଲା ସାଜିଥାଙ୍କ ନିଖୋଜ ହେବା ପଛର ରହସ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ମା’, ଝିଅଙ୍କୁ ହତ୍ୟା 

ଠାକୁରମୁଣ୍ଡା,୨୭।୬(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ମହୁଲଡିହା ଥାନା ଅଧୀନ ତରାମରା ପଞ୍ଚାୟତ ମୁକ୍ତାଝରୀ ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି।  ମା’, ଝିଅଙ୍କୁ…

ବର୍ଷାରେ ବେହାଲ କୋରାପୁଟ: ରାସ୍ତାରେ ଭାସିଲା ନର୍ଦ୍ଦମା ପାଣି

କୋରାପୁଟ, ୨୭।୬(ଅମିତାଭ ବେହେରା): କୋରାପୁଟ ସହରରେ ଶନିବାର ଅପରାହ୍ନ ୧ଟାରୁ ୨ଟା ଯାଏ ପ୍ରାୟ ଘଣ୍ଟାଏ ଧରି ପ୍ରବଳ ବର୍ଷା ହୋଇଛି। ବର୍ଷାରେ ସହରର ଜନଜୀବନ ବେହାଲ…

ତାମିଲନାଡୁ ଗ୍ୟାସ୍‌ ଲିକ୍‌: ଆଖି ବୁଜିଲେ ଆଉ ଜଣେ ଜୁଆଙ୍ଗ ଯୁବତୀ

ଭୁବନେଶ୍ୱର,୨୭।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ ଘଟଣାରେ ଶନିବାର ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ମନ୍ଦିରରୁ ଦର୍ଶନ ସାରି ଫେରିବାବେଳେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଇ ଅଟୋ…

ଦିଗପହଣ୍ଡି,୨୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଳାସପୁର ନିକଟ ନୂଆ ଜଲମରା ବ୍ରିଜ ନିକଟରେ ଶନିବାର ମଧ୍ୟାହ୍ନରେ ଏକ ସ୍କୁଟି (ନଂ. ଓଡ଼ି୩୨ ଏମ…

ଥରିଲା ଆଫଗାନିସ୍ତାନ: ଭାରତ, ପାକିସ୍ତାନରେ ଝଟ୍‌କା

କାବୁଲ/ନୂଆଦିଲ୍ଲୀ,୨୭ା୬: ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଶନିବାର ରାତିରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୬.୨ ଥିବା ନ୍ୟାଶନାଲ ସେଣ୍ଟର ଫର୍‌…

ଧାନକିଣାରେ ମନ୍ଥର, ଜୁନ ଶେଷ, ଉଠିନି ମେ’ ମାସର ଧାନ

ଭବାନୀପାଟଣା,୨୭ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ମେ ୨୦ରୁ ରବି ଧାନ ମଣ୍ଡି ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ଉକ୍ତ ମାସର ଧାନ ଉଠିପାରିନାହିଁ। ଫଳରେ ଗତ ମାସେ…

ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରି ଯୁବ କଂଗ୍ରେସ…

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଅସନ୍ତୋଷ, ଆନ୍ଦୋଳନ ଥମିବାର ନାଁ ନେଉ ନାହିଁ। ଏହି କ୍ରମରେ ଶନିବାର ବରଗଡ଼ ଜିଲା ଯୁବ କଂଗ୍ରେସ ପକ୍ଷରୁ…

ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ, ପାଚେରି ତଳେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ

ପୁରୁଷୋତ୍ତମପୁର,୨୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବ୍ଲକ ତଥା ହିଞ୍ଜିଳୀଥାନା ଅନ୍ତର୍ଗତ ଅନ୍ତରିଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ପାଶର୍‌ବଦେଇ ଯାଇଥିବା ଋଷିକୂଲ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri