ମାସକର ଝିଅକୁ ବିକିଦେଲେ ବାପା-ମା’: କାରଣ ଜାଣିଲେ ଉଡିଯିବ ହୋଶ୍‌

ଭଣ୍ଡାରିପୋଖରୀ,୧୪।୧(ରାଜେନ୍ଦ୍ର ଶତପଥୀ):ଋଣ ଶୁଝିବା ପାଇଁ ନିଜ ମାସକର ଝିଅକୁ ଅନ୍ୟକୁ ବିକ୍ରି କରିଦେଲେ। ଏଭଳି ଏକ ଲଜ୍ଜାଜନକ ଘଟଣା ଘଟିଛି ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବୟାବନାପୁର ଗ୍ରାମରେ। ଏ ସମ୍ପର୍କରେ ଶିଶୁକନ୍ୟାଙ୍କ ଜେଜେମା ମଙ୍ଗଳବାର ଥାନାରେ ଅଭିଯୋଗ କରିବା ପରେ ଘଟଣା ପଦାକୁ ଆସିଛି। ୩୫ହଜାର ଟଙ୍କାରେ ଝିଅକୁ ବିକ୍ରି କରିଥିବା ନେଇ ଦମ୍ପତି ମଧ୍ୟ ଗଣମାଧ୍ୟମ ଆଗରେ ସ୍ବୀକାର କରିଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ଶିଶୁକନ୍ୟାର ଜେଜେମା’ ସାବିତ୍ରୀ ଦାସ ଅଭିଯୋଗରେ
ଦର୍ଶାଇଛନ୍ତି ଯେ, ସୋମବାର ସକାଳ ସାଢ଼େ ୯ଟା ବେଳେ ତାଙ୍କ ପୁଅ ସିପୁ ଓ ବୋହୂ ରୀନା ମାସକର ଶିଶୁକନ୍ୟାକୁ ନେଇ ଘରୁ ବାହାରି ଯାଇଥିଲେ। ରାତି ୮ଟା ବେଳକୁ ପୁଅବୋହୂ ଘରକୁ ଫେରିଥିବା ବେଳେ ତାଙ୍କ ନାତୁଣୀ ସାଙ୍ଗରେ ନ ଥିଲା। ସେ ନାତୁଣୀ ସମ୍ପର୍କରେ ପୁଅବୋହୂଙ୍କୁ ପଚାରିବାରୁ ସେମାନେ ତାଙ୍କୁ ଗାଳିଗୁଲଜ କରିବା ସହ ମାଡ଼ ମାରିବାକୁ ଧମକ ଦେଇଥିଲେ। ତାଙ୍କ ଘରେ ବୋହୂ ରୀନାଙ୍କ ମା’(ସମୁଦୁଣୀ) ରହୁଛନ୍ତି। ପୁଅବୋହୂ ଓ ସମୁଦୁଣୀ ମିଳିତ ଭାବେ ଷଡ଼ଯନ୍ତ୍ର କରି ନାତୁଣୀକୁ ବିକ୍ରି କରିଛନ୍ତି କିମ୍ବା ମାରି ଦେଇଛନ୍ତି ବୋଲି ସନ୍ଦେହ କରି ସେ ଥାନାରେ ଅଭିଯୋଗ କରିଥିବା ସାବିତ୍ରୀ କହିଛନ୍ତି। ଏନେଇ ଏକ ମାମଲା(ନଂ.୧୭/୨୬) ରୁଜୁ କରାଯାଇ ଶିଶୁକନ୍ୟାକୁ ଉଦ୍ଧାର ପାଇଁ ପୋଲିସ ଉଦ୍ୟମ ଆରମ୍ଭ କରିଛି ବୋଲି ଥାନାଧିକାରିଣୀ ରାଜଲକ୍ଷ୍ମୀ ନାୟକ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅନିୟମିତତା ଅଭିଯୋଗ ପ୍ରମାଣିତ ହେଲେ ବନ୍ଦ ହେବ ଅଧିକାରୀଙ୍କ ଦରମା

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଏବଂ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାମାଜିକ…

ଜିଲାର ବିକାଶ ଉପରେ ମନ୍ତ୍ରୀଙ୍କ ଫୋକସ୍‌

ଛତ୍ରପୁର,୧୮ା୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସାମାଜିକ ଭିତିଭୂମିର ଉନ୍ନତି ପାଇଁ ସରକାରୀସ୍ତରରେ ବିଭିନ୍ନ ଯୋଜନାକୁ ତ୍ୱରାନ୍ବିତ କରାଯାଉଛି । ସ୍ବାସ୍ଥ୍ୟ ସେବା, ଶିକ୍ଷା ଏବଂ ପାନୀୟ ଜଳ…

ଶୁଖିଲା ପଡ଼ିଲାଣି ନଈ, ନାଳ: ଗୃହପାଳିତ ପ୍ରାଣୀଙ୍କ ପାଇଁ ଜଳକୁଣ୍ଡ ନିର୍ମାଣ କରାଯାଉ

କେସିଙ୍ଗା,୧୮ା୪(ତୁମେଶ୍ୱର ସାହୁ)- ଗ୍ରୀଷ୍ମତାତିକୁ ଦୃଷ୍ଟିରେ ରଖି କେସିଙ୍ଗା ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ଅନ୍ତର୍ଗତ ବିଭିନ୍ନ ପ୍ରାଣୀ ଚିକିତ୍ସାଳୟ ଓ ପ୍ରାଣୀସମ୍ପଦ ସହାୟକ କେନ୍ଦ୍ରରେ ଗୃହପାଳିତ…

ଏମିତି କାମ କଲେ ଦିବ୍ୟାଙ୍ଗ ଶିକ୍ଷକ, ଛୁଟୁଛି ପ୍ରଶଂସାର ସୁଅ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…

୪ ମାସ ତଳେ କରିଥିଲେ ପ୍ରେମ ବିବାହ: ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା, ଏଭଳି ଅଭିଯୋଗ ଆଣି…

ଥୁଆମୂଳ ରାମପୁର, ୧୮ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ କାଦୋବେଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୮ ବର୍ଷୀୟା…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି, କହିଲେ ବିରୋଧୀ ନାରୀଙ୍କ ଆତ୍ମସମ୍ମାନକୁ…

ନୂଆଦିଲ୍ଲୀ,୧୮ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରିଛନ୍ତି। ନାରୀଶକ୍ତିକୁ କିପରି ରୋକାଯାଉଛି ଦେଶବାସୀ ଦେଖିଲେ ବୋଲି ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି। ଏପରିକି…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri