ଶିକ୍ଷକଙ୍କ ବଦଳି ବାତିଲ ନେଇ ସ୍କୁଲରେ ତାଲା ମାରିଲେ ଅଭିଭାବକ, ଛାତ୍ରୀଛାତ୍ର

ଖଡ଼ିଆଳ,୫।୮.(ସୁଜିତ କୁମାର ପ୍ରଧାନ ): ନୂଆପଡା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ବାଦୀ ପଞ୍ଚାୟତର ଜୁନାନୀ ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ସ୍କୁଲରେ ଥିବା ଶିକ୍ଷକଙ୍କ ବଦଳି ବାତିଲ ନେଇ ସ୍କୁଲରେ ତାଲା ମାରିଲେ ଅଭିଭାବକ। ଏହି ବିଦ୍ୟାଳୟରେ ଶିଶୁ ବାଟିକାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଥିବାବେଳେ ୧୪୪ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଛଅ ଜଣ ଶିକ୍ଷକ ଶିକ୍ଷାଦାନ କରୁଛନ୍ତି। ବିଦ୍ୟାଳୟରେ ଥିବା ଛଅ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କ ମଧ୍ୟରୁ ଦୁଇଜଣ ଶିକ୍ଷୟତ୍ରୀ ସଂଯୁକ୍ତା ପଣ୍ଡା ଓ ସୌଭାଗ୍ୟ ମଞ୍ଜରୀ ପୁରୋହିତଙ୍କ ଅନ୍ୟତ୍ର ବଦଳି ହୋଇ ଯାଇଛି। ଅଭିଭାବକମାନଙ୍କ ଅଭିଯୋଗ ଅନୁଯାୟୀ ସ୍କୁଲରେ ଥିବା ଶିକ୍ଷୟିତ୍ରୀ ଶିକ୍ଷକମାନେ ଠିକ ଭାବରେ ସ୍କୁଲକୁ ଆସି ଠିକ ଭାବରେ ଶିକ୍ଷାଦାନ କରୁଛନ୍ତି। ତେଣୁ ଏହି ସ୍କୁଲରୁ ଅନ୍ୟତ୍ର ବଦଳି ହୋଇଥିବା ଶିକ୍ଷୟିତ୍ରୀମାନଙ୍କୁ ଜୁନାନୀ ସ୍କୁଲରେ ପୁନଃ ରଖାଯାଉ ବୋଲି ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ଓ ସଦସ୍ୟା ଓ ଗ୍ରାମବାସୀ, ଛାତ୍ରୀଛାତ୍ରମାନେ ବିଦ୍ୟାଳୟ ଗେଟରେ ତାଲା ମାରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସ୍କୁଲ ପରିଚାଳନା କମିଟିର ସଭାପତି ଲିଙ୍ଗରାଜ ପଟେଲ, ଅଭିଭାବକ ମୁକୁନ୍ଦ ନାଗ, ଶଙ୍କର ପଟେଲ, ମହାବୀର କୈବର୍ତ୍ତ, ହରିଶ୍ଚନ୍ଦ୍ର ସିଂ ଦେଓ, ମୁକୁନ୍ଦ ପ୍ରଧାନୀ, ରଞ୍ଜୁ ବାରିକ, ଉମା ବାଗ, ମାୟା ସିଂ, ଭାନୁମତି ବାରିକ ସମେତ ବହୁ ଗ୍ରାମବାସୀ ସାମିଲ ହୋଇଥିଲେ। ଏନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମମତା ପଟ୍ଟନାୟକଙ୍କୁ ପଚାରିବରୁ ବିଦ୍ୟାଳୟ ବନ୍ଦ ବାବଦରେ ଆମେ ଜାଣିନଥିଲୁ। ଆମେ ବିଦ୍ୟାଳୟରେ ପହଞ୍ଚିବା ପରେ ଦେଖିଲୁ ଗେଟରେ ତାଲା ପକାଇ ଛାତ୍ରୀଛାତ୍ର ଓ ଅଭିଭାବକ ବସିଛନ୍ତି। ଏନେଇ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରିଛୁ ବୋଲି ପ୍ରକାଶ କରିଥିଲେ। ଅନ୍ୟ ପକ୍ଷରେ ବଦଳି ବାତିଲ ନହେଲେ ଆନ୍ଦୋଳନ ଜାରି ରହିବ ବୋଲି ଅଭିଭାବକ ଓ ଗ୍ରାମବାସୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

ସମୟର ସଙ୍କେତ

ମଦର ଅଫ୍‌ ଡେମୋକ୍ରାସି ବା ଗଣତନ୍ତ୍ରର ଜନନୀ ହେଉଛି ଭାରତ। ଏହା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଏକ ଅସ୍ଥାୟୀ ନିର୍ବାଚିତ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛି।…

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri