ବର୍ଷା ପାଣିରେ ପିଲା ଭିଜିବାରୁ ଅଭିଭାବକଙ୍କ ଉତ୍ତେଜନା

ସିଂହପୁର,୧୯।୯(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସିଂହପୁର ନୋଡାଲ ବିଦ୍ୟାଳୟର ଶ୍ରେଣୀଗୃହରେ ବର୍ଷା ପାଣି ପଶିବାରୁ ଅଭିଭାବକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରକାଶ ଯେ, ସିଂହପୁର ନୋଡାଲ ଉଚ୍ଚ ବିଦ୍ୟାଳୟରେ ଆବଶ୍ୟକ ସଂଖ୍ୟକ ଶ୍ରେଣୀଗୃହ ନାହିଁ। ଆଠଟି ଶ୍ରେଣୀକୁ ତିନୋଟି କୋଠାଗୃହ ଓ ଦୁଇଟି ଆଜବେଷ୍ଟସ ଗୃହରେ ପାଠପଢା ଚାଲିଛି। ସୋମବାର ସକାଳ ସମୟରେ ପ୍ରବଳ ବର୍ଷା ଯୋଗୁ ଆଜବେଷ୍ଟସ ଗୃହରେ ପାଣି ପଶିଯାଇଥିଲା। ଫଳରେ ପିଲାମାନେ ଭିଜିବା ସହ ବହିପତ୍ର ଭିଜିଯାଇଥିଲା। ପିଲାମାନଙ୍କୁ ଅନ୍ୟ ଶ୍ରେଣୀକୁ ସ୍ଥାନାନ୍ତର ସମୟରେ କିଛି ପିଲା ଘରକୁ ଚାଲିଯାଇଥିଲେ। ଯାହାଦ୍ୱାରା ଘରକୁ ଯାଇଥିବା ପିଲା ସମ୍ପୂର୍ଣ୍ଣ ଭିଜିଯାଇଥିଲେ। ଏପରି ଅବସ୍ଥା ଦେଖି ପିଲାଙ୍କ ଅଭିଭାବକମାନେ ଉତ୍ତେଜିତ ହୋଇ ବିଦ୍ୟାଳୟରେ ପାଟିତୁଣ୍ଡ କରିବା ସହ ପ୍ରଧାନ ଶିକ୍ଷକ ଗଣେଶ ଚନ୍ଦ୍ର ସାହୁଙ୍କୁ ଦୋଷାରୋପ କରିଥିଲେ। ପରିସ୍ଥିତ ଉତ୍ତେଜନା ହେବାରୁ ସିଂହପୁର ସରପଞ୍ଚ ଓ ସ୍ଥାନୀୟ ଲୋକେ ବିଦ୍ୟାଳୟରେ ପହଞ୍ଚି ଆପୋଷ ବୁଝାମଣା କରାଇଥିଲେ। ଏ ସମ୍ପର୍କରେ ଏକ ବୈଠକ କରାଯାଇ ନିଷ୍ପତ୍ତି ନିଆଯିବ ବୋଲି ସ୍ଥିର କରାଯାଇଛି। ତେବେ ବିଦ୍ୟାଳୟରେ ଆବଶ୍ୟକ ସଂଖ୍ୟକ ଶ୍ରେଣୀ ଗୃହ ନିର୍ମାଣ କରିବାକୁ ଅଭିଭାବକମାନେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଓ ଜିଲାପାଳଙ୍କ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

POCSO ମାମଲାରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଗିରଫ, ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ନୂଆଦିଲ୍ଲୀ,୧୭।୫: କେନ୍ଦ୍ରମନ୍ତ୍ରୀ ବନ୍ଦୀ ସଞ୍ଜୟ କୁମାରଙ୍କ ପୁଅ ବନ୍ଦୀ ଭଗୀରଥ ସାଇକୁ ତେଲେଙ୍ଗାନା ପୋଲିସ ଶନିବାର ଗିରଫ କରିଛି। ତେବେ କେନ୍ଦ୍ରମନ୍ତ୍ରୀ ପୁଅକୁ ସରେଣ୍ଡର କରାଇଥିବାର ଦାବି…

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ

ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’…

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌…

ନିର୍ବାଚନ ପ୍ରକ୍ରିୟାରେ ଭୋଟର

”ଆଜିକାଲି ଜଣେ ଗୃହହୀନ ବ୍ୟକ୍ତିଙ୍କ ବାସସ୍ଥାନର ଆବଶ୍ୟକତା ପୂରଣ କରିବାକୁ ହେଲେ ବିଏଲ୍‌ଓ (ବୁଥ ସ୍ତରୀୟ ଅଧିକାରୀ) ରାତିରେ ଯାଇ ସେହି ବ୍ୟକ୍ତି ପ୍ରକୃତରେ ତାଙ୍କ ପ୍ରଦତ୍ତ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri