ଶିକ୍ଷକଙ୍କ ଆନ୍ଦୋଳନକୁ ସମର୍ଥନ କରି ଅଭିଭାବକଙ୍କ ଧାରଣା

ବାଲିଗୁଡ଼ା,୧୮।୯(ସଞ୍ଜୟ କୁମାର ପାଣିଗ୍ରାହୀ): ଶିକ୍ଷକଙ୍କ ଆନ୍ଦୋଳନ ସୋମବାର ୧୦ ଦିନରେ ପହଞ୍ଚିଛି। ଆନ୍ଦୋଳନ ଯୋଗୁ କନ୍ଧମାଳ ଜିଲାରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି । ଇତି ମଧ୍ୟରେ ଶିକ୍ଷକଙ୍କ ଦାବି ପୂରଣ ନ ହେବା ଯାଏ ଆନ୍ଦୋଳନ ଜାରି ରହିବ ବୋଲି ଶିକ୍ଷକ ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଶିକ୍ଷକଙ୍କୁ ସମର୍ଥନ କରି ରାସ୍ତାକୁ ଓହ୍ଲାଇଛନ୍ତି ବାଲିଗୁଡ଼ା ବ୍ଲକର ଅଭିଭାବକ ସଂଘ। ୩ ଦଫା ଦାବି ପୂରଣ ନ ହେଲେ ଅଭିଭାବକ ଏବଂ ଶିକ୍ଷକ ମିଶି ଆନ୍ଦୋଳନକୁ ଆହୁରି ଜୋର୍‌ଦାର କରିବେ ବୋଲି ଚେତାବନୀ ଦିଆଯାଇଛି।

ଆନ୍ଦୋଳନରେ କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକରେ ୫ଶହରୁ ଊର୍ଦ୍ଧ୍ୱ ପ୍ରାଥମିକ ଶିକ୍ଷକ ସାମିଲ ହୋଇଛନ୍ତି। ଜିଲାରେ ୧ ହାଜର ୬ ଶହ ସ୍କୁଲରେ ତାଲା ପଡିଛି । ବିଦ୍ୟାଳୟର ଅଭିଭାବକ ସଂଘ ପକ୍ଷରୁ ଲତା ମଲ୍ଲିକ, ଧବଳେଶର ନାୟକ, ବିରାଜ ନାୟକ, ପ୍ରତିଭା ପ୍ରଧାନ, ନରସିଂହ ଦିଗାଲ, ଶିବ ଦିଗାଲ, ଅର୍ଜୁନ ମଲ୍ଲିକ, ମାଳତୀ ମଲ୍ଲିକ ସମେତ ୩୦ରୁ ଊର୍ଦ୍ଧ୍ୱ ଅଭିଭାବକ ପ୍ରାଥମିକ ସ୍କୁଲ ଆଗରେ ଧାରଣା ଦେଇଛନ୍ତି। ସରକାର ଆଲୋଚନା ନ କରି ସମାଧାନର ବାଟ ବାହାର ନ କଲେ ଆନ୍ଦୋଳନ ତୀବ୍ରତର କରିବାକୁ ମହାସଂଘ ପକ୍ଷରୁ ଚନ୍ଦ୍ରଭାନୁ ଭୋଇ, ସୁରେନ ଦାସ, ସନାତନ ପରିଚ୍ଛା, ପ୍ରକାଶ ମହାରଣା, ଦିବାକର ବେହେରା, ପୀତବାସ ନାୟକ, ସୁଦୀପ୍ତା ମହାପାତ୍ର, ଇପ୍ସିତା ସାମନ୍ତରାୟ, ମନୋଜ ନାୟକ, ସଞ୍ଜୀବ ପଟ୍ଟନାୟକ, କୀର୍ତ୍ତି କୁମାର ବରାଳ, ରଞ୍ଜନ ପାଣିଗ୍ରାହୀ, ସୁରେଶ କୁମାର ଦାସ, ପ୍ରମୁଖ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri