ଝିଅ ନ ମିଳିଲେ ଆତ୍ମହତ୍ୟା କରିବାକୁ ମା’ବାପାଙ୍କ ଚେତାବନୀ

ଆଳି,୯ା୧୧ (ଡି.ଏନ. ଏ. ): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଜଣେ ଯୁବକ ମାସେ ହେବ ଅପହରଣ କରି ନେଇଛନ୍ତି। ଏହି ଘଟଣାକୁ କେନ୍ଦ୍ରକରି ନାବାଳିକାଙ୍କ ପରିବାର ପକ୍ଷରୁ ଯୁବକଙ୍କ ଘର ଉପରେ ଅତର୍କିତ ଆକ୍ରମଣ କରିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଉଭୟ ପରିବାର ପକ୍ଷରୁ ପୃଥକ୍‌ ପୃଥକ୍‌ ମାମଲା ଥାନାରେ ରୁଜୁ ହୋଇ ତଦନ୍ତ ଚାଲିଛି। ଥାନାରେ ନାବାଳିକାଙ୍କ ମା’ ସେପ୍ଟେମ୍ବର ୩୦ରେ ଦେଇଥିବା ଅଭିଯୋଗ ଅନୁଯାୟୀ, ତାଙ୍କ ୧୪ ବର୍ଷର ଝିଅକୁ ଘରେ କେହି ନ ଥିବା ସୁଯୋଗ ନେଇ ଜଣେ ଯୁବକ ଅପହରଣ କରି ନେଇଛନ୍ତି। ଏ ନେଇ ଅଭିଯୋଗ ହେବା ପରେ ପୋଲିସ ନଂ. ୩୮୫/୨୨ରେ ମାମଲା ରୁଜୁ କରି ଅନୁସନ୍ଧାନ ଆରମ୍ଭ କରିଥିଲା। ଘଟଣାକୁ ମାସେ ବିତି ଯାଇଥିଲେ ମଧ୍ୟ ପୋଲିସ କାହାରି ସୁରାକ ପାଇ ନାହିଁ। ଫଳରେ ନାବାଳିକାଙ୍କ ମା’ବାପା ଝିଅ ନ ମିଳିଲେ ଆତ୍ମହତ୍ୟା କରିବାକୁ ଚେତାବନୀ ଦେଇଛନ୍ତି। ଅପରପକ୍ଷରେ ନଭେମ୍ବର ୪ ତାରିଖରେ ନାବାଳିକାଙ୍କ ମା’ବାପା, ଜେଜେ ମା’ ଯୁବକଙ୍କ ଘରେ ପଶି ତାଙ୍କ ଜେଜେ ମା’, ରୋଗରେ ପଡ଼ିଥିବା ସାନବାପା ଓ ବୁଢ଼ୀ ମା’କୁ ଆକ୍ରମଣ କରି ପିଟିବା ସହ ଘରର ସମସ୍ତ ଆସବାସପତ୍ର ଭଙ୍ଗାରୁଚା କରି ଗାଳିଗୁଲଜ କରିଥିଲେ। ଝିଅକୁ ଆଣି ନ ଦେଲେ ହତ୍ୟା ଧମକ ଦେଇଥିବା ଥାନାରେ ଅଭିଯୋଗ ହେଇଛି। ଅପରପକ୍ଷରେ ସେହିଦିନ ନାବାଳିକାଙ୍କ ମା’ ମଧ୍ୟ ତାଙ୍କୁ ଯୁବକଙ୍କ ଘର ଲୋକ ଆକ୍ରମଣ କରି କ୍ଷତାକ୍ତ କରିଥିବା ଥାନାରେ ଅଭିଯୋଗ କରିଥିଲେ। ଏହି ଘଟଣାକୁ ନେଇ ଉଭୟ ପରିବାର ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଏ ସମ୍ପର୍କରେ ଆଇଆଇସି ଦିଲୀପ ସାହୁଙ୍କୁ ପଚାରିବାରୁ ଉଭୟ ପରିବାରଙ୍କ ଅଭିଯୋଗକ୍ରମେ ନଂ. ୪୪୨/୨୨ ଓ ୪୪୩/୨୨ରେ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା

ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri