ପରୀ ମୃତ୍ୟୁ ମାମଲା: ରାଜ୍ୟ ସରକାରଙ୍କୁ ରିପୋର୍ଟ ତଲବ କଲେ ଏନ୍‌ସିପିସିଆର୍‌

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ନୟାଗଡ଼ ଜିଲା ପରୀ ମୃତ୍ୟୁ ଘଟଣାରେ ଜାତୀୟ ଶିଶୁ ସୁରକ୍ଷା ଅଧିକାର କମିଶନ(ଏନ୍‌ସିପିସିଆର୍‌) ସୋମବାର ନିଜଆଡୁ ମାମଲାକୁ ଗ୍ରହଣକରି ଆସନ୍ତା ୧୦ ଦିନ ମଧ୍ୟରେ ସମ୍ପୂର୍ଣ୍ଣ ରିପୋର୍ଟ ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୃତକଙ୍କ ଜନ୍ମ ସାର୍ଟିଫିକେଟ ଏବଂ ଶବ ବ୍ୟବଚ୍ଛେଦ ରିପୋର୍ଟ ଦେବାକୁ କମିଶନ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଛଡ଼ା ଏଫ୍‌ଆଇଆର୍‌ କପି, ତଦନ୍ତର ଷ୍ଟାଟସ ରିପୋର୍ଟ ଏବଂ ଅଭିଯୁକ୍ତଙ୍କ ବିରୋଧରେ ପୋଲିସ ଗ୍ରହଣ କରିଥିବା ରିପୋର୍ଟ ମଧ୍ୟ କମିଶନ ତଲବ କରିଛନ୍ତି। ଭାଜପା ଜାତୀୟ ମୁଖପାତ୍ର ସମ୍ବିତ ପାତ୍ର ପରୀ ମୃତ୍ୟୁ ନେଇ କମିଶନଙ୍କୁ ସ୍ମାରକପତ୍ର ଦେଇଥିଲେ। କମିଶନ ଏହି ନିର୍ଦ୍ଦେଶ ଦେଇଛନ୍ତି। ପରୀ ମୃତ୍ୟୁକୁ ନେଇ ବିରୋଧୀ କଂଗ୍ରେସ ଓ ଭାଜପା ବିଧାନସଭାରେ ଓ ବାହାରେ ହଙ୍ଗାମା କରିଥିଲେ। ରାଜ୍ୟ ସରକାର ଏହି ଘଟଣାର ପ୍ରଥମେ କ୍ରାଇମବ୍ରାଞ୍ଚ ଦ୍ୱାରା ତଦନ୍ତ କରାଇବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ନଭେମ୍ବର ୨୮ରେ ଏଥିପାଇଁ ୫ଜଣିଆ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଗଠନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri