Categories: ରାଜ୍ୟ

ପରୀ ହତ୍ୟା ମାମଲା: ରାଜ୍ୟ ସରକାରଙ୍କୁ ଏନ୍‌ପିସିଆରଙ୍କ ଜବାବ ତଲବ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ)-ନୟାଗଡ଼ ପରୀ ହତ୍ୟା ମାମଲାରେ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଜାତୀୟ ଶିଶୁ ଅଧିକାର ସୁରକ୍ଷା କମିଶନ (NCPCR) ରିପୋର୍ଟ ତଲବ କରିଛନ୍ତି। ନିଜ ଆଡୁ ମାମଲା ରୁଜୁ କରି NCPCR ନୋଟିସ କରିଛନ୍ତି। ତଦନ୍ତର ଅଗ୍ରଗତି ସହ କିଛି ଦସ୍ତାବିଜ ୧୦ ଦିନ ମଧ୍ୟରେ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ପୀଡ଼ିତାଙ୍କ ବୟସ ପ୍ରମାଣପତ୍ର, ଏତଲା କପି, ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅଭିଯୁକ୍ତଙ୍କ ପ୍ରତି କି କାର୍ଯ୍ୟାନୁଷ୍ଠାନ ନିଆଯାଇଛି ତାହା ଜଣାଇବାକୁ ମଧ୍ୟ NCPCR ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ମାମଲାର ସ୍ଥିତି ଏବଂ ଅନ୍ୟାନ୍ୟ କାଗଜାତ ଦାଖଲ କରିବାକୁ ନିର୍ଦ୍ଦେଶରେ କୁହାଯାଇଛି।