ଜାନୁୟାରୀ ୧୭ରେ ‘ପରିକ୍ରମା’ ଲୋକାର୍ପଣ

ପୁରୀ, ୪ା୧୧(ଅଜିତ୍‌ ମହାନ୍ତି): ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ର ପୁରୀକୁ ବିଶ୍ୱସ୍ତରୀୟ ସହରରେ ପରିଣତ କରିବା ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଅନେକ ପ୍ରକଳ୍ପ କାର୍ଯ୍ୟ ଜାରି ରହିଥିବାବେଳେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଶ୍ରୀସେତୁ କାର୍ଯ୍ୟ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଗଜପତି ମହାରାଜା ଦିବ୍ୟସିଂହ ଦେବ ଶ୍ରୀମନ୍ଦିର ଚାରିପାଖ ବୁଲି ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଦେଖିବା ସହ ସମୀକ୍ଷା କରିଛନ୍ତି। ସେହିପରି ଶ୍ରୀସେତୁ ଏବଂ ଶ୍ରୀଜଗନ୍ନାଥ ବଲ୍ଲଭ ଯାଇ ତୀର୍ଥଯାତ୍ରୀ କେନ୍ଦ୍ର ଓ ପାର୍କିଂ ବ୍ୟବସ୍ଥା କାର୍ଯ୍ୟର ମଧ୍ୟ ସମୀକ୍ଷା କରିଛନ୍ତି। ଆସନ୍ତା ଜାନୁୟାରୀ ୧୭ରେ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ଓ ଲୋକାର୍ପଣ ଉତ୍ସବ ହେବ ବୋଲିି ଗଜପତି ମହାରାଜା ସୂଚନା ଦେଇଛନ୍ତି। ଏହି ଅବସରରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ, ଜିଲାପାଳ ସମର୍ଥ ବର୍ମା, ଉପଜିଲାପାଳ ଭବତାରଣ ସାହୁ, ଟାଟା ଏବଂ ଓବିସିସିି ଅଧିକାରୀ ଉପସ୍ଥିତ ଥିଲେ।
ଗଜପତି ମହାରାଜା ପ୍ରଥମେ ଶ୍ରୀଜଗନ୍ନାଥ ବଲ୍ଲଭ ପରିସରକୁ ଯାଇ ସେଠାରେ ନିର୍ମାଣାଧୀନ ତୀର୍ଥଯାତ୍ରୀ କେନ୍ଦ୍ରର ନିର୍ମାଣ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ।
ଜାନୁୟାରୀ ୧୭ରେ ‘ପରିକ୍ରମା’ …
୨୩୦ କୋଟି ୬୨ ଲକ୍ଷ ୫୦ ହଜାର ଟଙ୍କାରେ ଏହି ବିଶାଳ ୫ ମହଲା ବିଶିଷ୍ଟ ତୀର୍ଥଯାତ୍ରୀ କେନ୍ଦ୍ର ନିର୍ମାଣ ହେଉଛି। ଏହାପରେ ଗଜପତି ମହାରାଜା ଶ୍ରୀସେତୁ ପ୍ରକଳ୍ପ କାମ ବୁଲି ଦେଖିଥିଲେ। ପରେ ସେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଅନୁଧ୍ୟାନ କରିଥିଲେ। ଶେଷରେ ଗଜପତି ମହାରାଜା ସୂଚନା ଦେଇ କହିଥିଲେ ଯେ, ମହାପ୍ରଭୁଙ୍କ କୃପାରୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ପୂର୍ଣ୍ଣାଙ୍ଗ ହେବାକୁ ଯାଉଛି। ଜାନୁୟାରୀ ୧୭ରେ ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଓ ଲୋକାର୍ପଣ କରାଯିବ। ଏଥିଲାଗି ୧୨ତାରିଖରୁ ହୋମଯଜ୍ଞ, ପୂଜାର୍ଚ୍ଚନା ଆରମ୍ଭ ହୋଇ ୫ଦିନ ଚାଲିବ। ଏ ସଂକ୍ରାନ୍ତରେ ପ୍ରସ୍ତାବ ଦିଆଯାଇଛି। ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏନେଇ ଆଲୋଚନା କରାଯାଇ ପୂର୍ଣ୍ଣାଙ୍ଗ ନିଷ୍ପତ୍ତି ନିଆଯିବ। ପରିକ୍ରମା ପ୍ରକଳ୍ପ ଶୀଘ୍ର ଶେଷ ହେଲେ ଭକ୍ତ ଉପକୃତ ହେବେ ଓ ପୁରୀରୁ ସୁଖଦ ଅନୁଭୁତି ନେଇ ଫେରିବେ। ପୁରୀକୁ ଆସୁଥିବା ଭକ୍ତ ସିଧାସଳଖ ଶ୍ରୀସେତୁ ଦେଇ ଆସି ଶ୍ରୀଜଗନ୍ନାଥବଲ୍ଲଭ ପରିସରରେ ନିର୍ମାଣ ହେଉଥିବା ତୀର୍ଥଯାତ୍ରୀ କେନ୍ଦ୍ରରେ ପହଞ୍ଚତ୍ବେ। ସେଠାରେ କାର୍‌, ଦୁଇଚକିଆ ଯାନ ପାର୍କିଂ ପାଇଁ ବ୍ୟବସ୍ଥା ହେଉଛି। ଏପରିକି ଭକ୍ତମାନେ ଗାଡ଼ି ରଖି କିଛି ସମୟ ବସିବା ଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଉଛି। ସେହିପରି ମହାପ୍ରଭୁଙ୍କ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ଲାଗି ଅଡିଟୋରିୟମ୍‌ ନିର୍ମାଣ ଚାଲିଛି। ଉକ୍ତ ଅଡିଟୋରିୟମ କେବଳ ପୁରୀବାସୀଙ୍କ ପାଇଁ ନୁହେଁ, ରାଜ୍ୟବାସୀ ତଥା ବିଶ୍ୱବାସୀଙ୍କ ଧାର୍ମିକ, ସାଂସ୍କୃତିକ କାର୍ଯ୍ୟ ପାଇଁ ଉଦ୍ଦିଷ୍ଟ ରହିବ। ଭକ୍ତଙ୍କ ସୁବିଧା ପାଇଁ ଫୁଡ୍‌ କୋର୍ଟ ଏବଂ ମାର୍କେଟ କମ୍ପ୍ଲେକ୍ସ ମଧ୍ୟ ରହିବ। ଭକ୍ତମାନେ ଶ୍ରୀମନ୍ଦିରଠାରୁ ଅତି କମ୍‌ ଦୂରରେ ସେମାନଙ୍କ ଗାଡ଼ି ରଖି ଶ୍ରୀମନ୍ଦିରକୁ ଯାଇପାରିବେ। ସେହିପରି ଶ୍ରୀମନ୍ଦିରକୁ ଯିବା ପାଇଁ ମିନିବସ୍‌ ସମେତ ବିଭିନ୍ନ ଗାଡ଼ି ବ୍ୟବସ୍ଥା କରାଯିବ। ଭକ୍ତଙ୍କ ନିମନ୍ତେ ଏପରି ଉତ୍ତମ ବ୍ୟବସ୍ଥା କରାଯାଉଛି। ଏସବୁ କାର୍ଯ୍ୟ ଡିସେମ୍ବରରେ ସମ୍ପୂର୍ଣ୍ଣ କରାଯିବ। ସେହିପରି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ କହିଛନ୍ତି, ନିର୍ମାଣ କାର୍ଯ୍ୟ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ପୁରୀକୁ ଆସୁଥିବା ଭକ୍ତ ଏକ ନୂତନ ଅନୁଭୂତି ନେଇ ଫେରିବେ। ଆଧ୍ୟାତ୍ମିକ ଭାବନା ଜାଗ୍ରତ ହେବ। ରାଜ୍ୟ ସରକାରଙ୍କ ପରାମର୍ଶ କ୍ରମେ ଜାନୁୟାରୀ ୧୭ରେ ଲୋକାର୍ପଣ କରାଯିବ। ଶ୍ରୀମନ୍ଦିର ପ୍ରଶାସନ ଏବଂ ଜିଲା ପ୍ରଶାସନର ସହଯୋଗରେ ଏହି ଭବ୍ୟ ଉତ୍ସବ ଆୟୋଜନ କରାଯିବ। ଏହି ପ୍ରକଳ୍ପ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ଭକ୍ତଙ୍କୁ ଆକର୍ଷିତ କରିବ। ତେବେ ଶ୍ରୀମନ୍ଦିର ପରିକ୍ରମା କାର୍ଯ୍ୟ ପୂର୍ବରୁ ଶ୍ରୀସେତୁ କାର୍ଯ୍ୟ ସରିବ। ପାର୍କିଂ କାର୍ଯ୍ୟ ସରିବାକୁ ବିଳମ୍ବ ହୋଇପାରେ। ତଥାପି ଫେବୃୟାରୀ ଆଡ଼କୁ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ଦାସ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri