ଜାନୁୟାରୀ ୧୭ରେ ‘ପରିକ୍ରମା’ ଲୋକାର୍ପଣ

ପୁରୀ, ୪ା୧୧(ଅଜିତ୍‌ ମହାନ୍ତି): ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ର ପୁରୀକୁ ବିଶ୍ୱସ୍ତରୀୟ ସହରରେ ପରିଣତ କରିବା ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଅନେକ ପ୍ରକଳ୍ପ କାର୍ଯ୍ୟ ଜାରି ରହିଥିବାବେଳେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଶ୍ରୀସେତୁ କାର୍ଯ୍ୟ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଗଜପତି ମହାରାଜା ଦିବ୍ୟସିଂହ ଦେବ ଶ୍ରୀମନ୍ଦିର ଚାରିପାଖ ବୁଲି ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଦେଖିବା ସହ ସମୀକ୍ଷା କରିଛନ୍ତି। ସେହିପରି ଶ୍ରୀସେତୁ ଏବଂ ଶ୍ରୀଜଗନ୍ନାଥ ବଲ୍ଲଭ ଯାଇ ତୀର୍ଥଯାତ୍ରୀ କେନ୍ଦ୍ର ଓ ପାର୍କିଂ ବ୍ୟବସ୍ଥା କାର୍ଯ୍ୟର ମଧ୍ୟ ସମୀକ୍ଷା କରିଛନ୍ତି। ଆସନ୍ତା ଜାନୁୟାରୀ ୧୭ରେ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ଓ ଲୋକାର୍ପଣ ଉତ୍ସବ ହେବ ବୋଲିି ଗଜପତି ମହାରାଜା ସୂଚନା ଦେଇଛନ୍ତି। ଏହି ଅବସରରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ, ଜିଲାପାଳ ସମର୍ଥ ବର୍ମା, ଉପଜିଲାପାଳ ଭବତାରଣ ସାହୁ, ଟାଟା ଏବଂ ଓବିସିସିି ଅଧିକାରୀ ଉପସ୍ଥିତ ଥିଲେ।
ଗଜପତି ମହାରାଜା ପ୍ରଥମେ ଶ୍ରୀଜଗନ୍ନାଥ ବଲ୍ଲଭ ପରିସରକୁ ଯାଇ ସେଠାରେ ନିର୍ମାଣାଧୀନ ତୀର୍ଥଯାତ୍ରୀ କେନ୍ଦ୍ରର ନିର୍ମାଣ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ।
ଜାନୁୟାରୀ ୧୭ରେ ‘ପରିକ୍ରମା’ …
୨୩୦ କୋଟି ୬୨ ଲକ୍ଷ ୫୦ ହଜାର ଟଙ୍କାରେ ଏହି ବିଶାଳ ୫ ମହଲା ବିଶିଷ୍ଟ ତୀର୍ଥଯାତ୍ରୀ କେନ୍ଦ୍ର ନିର୍ମାଣ ହେଉଛି। ଏହାପରେ ଗଜପତି ମହାରାଜା ଶ୍ରୀସେତୁ ପ୍ରକଳ୍ପ କାମ ବୁଲି ଦେଖିଥିଲେ। ପରେ ସେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଅନୁଧ୍ୟାନ କରିଥିଲେ। ଶେଷରେ ଗଜପତି ମହାରାଜା ସୂଚନା ଦେଇ କହିଥିଲେ ଯେ, ମହାପ୍ରଭୁଙ୍କ କୃପାରୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ପୂର୍ଣ୍ଣାଙ୍ଗ ହେବାକୁ ଯାଉଛି। ଜାନୁୟାରୀ ୧୭ରେ ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଓ ଲୋକାର୍ପଣ କରାଯିବ। ଏଥିଲାଗି ୧୨ତାରିଖରୁ ହୋମଯଜ୍ଞ, ପୂଜାର୍ଚ୍ଚନା ଆରମ୍ଭ ହୋଇ ୫ଦିନ ଚାଲିବ। ଏ ସଂକ୍ରାନ୍ତରେ ପ୍ରସ୍ତାବ ଦିଆଯାଇଛି। ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏନେଇ ଆଲୋଚନା କରାଯାଇ ପୂର୍ଣ୍ଣାଙ୍ଗ ନିଷ୍ପତ୍ତି ନିଆଯିବ। ପରିକ୍ରମା ପ୍ରକଳ୍ପ ଶୀଘ୍ର ଶେଷ ହେଲେ ଭକ୍ତ ଉପକୃତ ହେବେ ଓ ପୁରୀରୁ ସୁଖଦ ଅନୁଭୁତି ନେଇ ଫେରିବେ। ପୁରୀକୁ ଆସୁଥିବା ଭକ୍ତ ସିଧାସଳଖ ଶ୍ରୀସେତୁ ଦେଇ ଆସି ଶ୍ରୀଜଗନ୍ନାଥବଲ୍ଲଭ ପରିସରରେ ନିର୍ମାଣ ହେଉଥିବା ତୀର୍ଥଯାତ୍ରୀ କେନ୍ଦ୍ରରେ ପହଞ୍ଚତ୍ବେ। ସେଠାରେ କାର୍‌, ଦୁଇଚକିଆ ଯାନ ପାର୍କିଂ ପାଇଁ ବ୍ୟବସ୍ଥା ହେଉଛି। ଏପରିକି ଭକ୍ତମାନେ ଗାଡ଼ି ରଖି କିଛି ସମୟ ବସିବା ଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଉଛି। ସେହିପରି ମହାପ୍ରଭୁଙ୍କ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ଲାଗି ଅଡିଟୋରିୟମ୍‌ ନିର୍ମାଣ ଚାଲିଛି। ଉକ୍ତ ଅଡିଟୋରିୟମ କେବଳ ପୁରୀବାସୀଙ୍କ ପାଇଁ ନୁହେଁ, ରାଜ୍ୟବାସୀ ତଥା ବିଶ୍ୱବାସୀଙ୍କ ଧାର୍ମିକ, ସାଂସ୍କୃତିକ କାର୍ଯ୍ୟ ପାଇଁ ଉଦ୍ଦିଷ୍ଟ ରହିବ। ଭକ୍ତଙ୍କ ସୁବିଧା ପାଇଁ ଫୁଡ୍‌ କୋର୍ଟ ଏବଂ ମାର୍କେଟ କମ୍ପ୍ଲେକ୍ସ ମଧ୍ୟ ରହିବ। ଭକ୍ତମାନେ ଶ୍ରୀମନ୍ଦିରଠାରୁ ଅତି କମ୍‌ ଦୂରରେ ସେମାନଙ୍କ ଗାଡ଼ି ରଖି ଶ୍ରୀମନ୍ଦିରକୁ ଯାଇପାରିବେ। ସେହିପରି ଶ୍ରୀମନ୍ଦିରକୁ ଯିବା ପାଇଁ ମିନିବସ୍‌ ସମେତ ବିଭିନ୍ନ ଗାଡ଼ି ବ୍ୟବସ୍ଥା କରାଯିବ। ଭକ୍ତଙ୍କ ନିମନ୍ତେ ଏପରି ଉତ୍ତମ ବ୍ୟବସ୍ଥା କରାଯାଉଛି। ଏସବୁ କାର୍ଯ୍ୟ ଡିସେମ୍ବରରେ ସମ୍ପୂର୍ଣ୍ଣ କରାଯିବ। ସେହିପରି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ କହିଛନ୍ତି, ନିର୍ମାଣ କାର୍ଯ୍ୟ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ପୁରୀକୁ ଆସୁଥିବା ଭକ୍ତ ଏକ ନୂତନ ଅନୁଭୂତି ନେଇ ଫେରିବେ। ଆଧ୍ୟାତ୍ମିକ ଭାବନା ଜାଗ୍ରତ ହେବ। ରାଜ୍ୟ ସରକାରଙ୍କ ପରାମର୍ଶ କ୍ରମେ ଜାନୁୟାରୀ ୧୭ରେ ଲୋକାର୍ପଣ କରାଯିବ। ଶ୍ରୀମନ୍ଦିର ପ୍ରଶାସନ ଏବଂ ଜିଲା ପ୍ରଶାସନର ସହଯୋଗରେ ଏହି ଭବ୍ୟ ଉତ୍ସବ ଆୟୋଜନ କରାଯିବ। ଏହି ପ୍ରକଳ୍ପ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ଭକ୍ତଙ୍କୁ ଆକର୍ଷିତ କରିବ। ତେବେ ଶ୍ରୀମନ୍ଦିର ପରିକ୍ରମା କାର୍ଯ୍ୟ ପୂର୍ବରୁ ଶ୍ରୀସେତୁ କାର୍ଯ୍ୟ ସରିବ। ପାର୍କିଂ କାର୍ଯ୍ୟ ସରିବାକୁ ବିଳମ୍ବ ହୋଇପାରେ। ତଥାପି ଫେବୃୟାରୀ ଆଡ଼କୁ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ଦାସ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri