ପରିକ୍ରମା ପ୍ରକଳ୍ପ ଦର୍ଶନ କରିବାକୁ ଯାଇ ଅଧାବାଟରେ ଚାଲିଗଲା ଶ୍ରଦ୍ଧାଳୁଙ୍କ ଜୀବନ: ମିଳିଲା ସହାୟତା

ବୌଦ୍ଧ,୯ା୨( ଅଜିତ କୁମାର ବାରିକ): ଶ୍ରୀକ୍ଷେତ୍ର ପୁରୀକୁ ପରିକ୍ରମା ପ୍ରକଳ୍ପ ପରିଦର୍ଶନ ପାଇଁ ଯିବା ବେଳେ ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ସରସରା ଗ୍ରାମର ପୂର୍ଣ୍ଣଚନ୍ଦ୍ର ବାରିକ (୫୫)। ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି । ରାଜ୍ୟ ସରକାର ପରିକ୍ରମା ପ୍ରକଳ୍ପ ଦର୍ଶନ ପାଇଁ ବିଭିନ୍ନ ଜିଲାରୁ ଲୋକଙ୍କୁ ପୁରୀ ନେବା ପାଇଁ ବ୍ୟବସ୍ଥା କରିଛନ୍ତି । ତଦନୁଯାୟୀ ବୌଦ୍ଧ ନିର୍ବାଚନମଣ୍ଡଳୀର ସମସ୍ତ ଗ୍ରାମ ପଞ୍ଚାୟତ ଓ ବିଜ୍ଞାପିତ ଅଞ୍ଚଳ ପରିଷଦର ଲୋକଙ୍କୁ ପରିକ୍ରମା ପ୍ରକଳ୍ପ ଦର୍ଶନ ପାଇଁ ବସ୍‌ରେ ନିଆଯାଇଥିଲା । ହରଭଙ୍ଗା ବ୍ଲକ ସରସରା ପଞ୍ଚାୟତରୁ ଏକ ବସ୍‌ରେ ୨୦ ଜଣ ଶ୍ରଦ୍ଧାଳୁ ପରିଦର୍ଶନ ପାଇଁ ଯାଉଥିଲେ। ବସ୍‌ରେ ଯିବା ସମୟରେ ଜଟଣୀ ନିକଟରେ ପୂର୍ଣ୍ଣଚନ୍ଦ୍ରଙ୍କ ଦେହ ହଠାତ୍‌ ଅସୁସ୍ଥ ହୋଇ ପଡିଥିଲା । ତାଙ୍କୁ ଖୋର୍ଦ୍ଧା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱରସ୍ଥ ଏମସ୍‌ ମେଡିକାଲୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଏସ୍‌ସ ମେଡିକାଲରେ ପହଞ୍ଚି ଘଟଣା ସମ୍ପର୍କରେ ପଚାରି ବୁଝିଛନ୍ତି। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଅନ୍ୟପକ୍ଷେ ପୂର୍ଣ୍ଣଚନ୍ଦ୍ରଙ୍କ ମୃତଦେହ ଗାଁକୁ ପହଞ୍ଚି ଯାଇଛି। ଏନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri