ପରିକ୍ରମା ପ୍ରକଳ୍ପ ଦର୍ଶନ କରିବାକୁ ଯାଇ ଅଧାବାଟରେ ଚାଲିଗଲା ଶ୍ରଦ୍ଧାଳୁଙ୍କ ଜୀବନ: ମିଳିଲା ସହାୟତା

ବୌଦ୍ଧ,୯ା୨( ଅଜିତ କୁମାର ବାରିକ): ଶ୍ରୀକ୍ଷେତ୍ର ପୁରୀକୁ ପରିକ୍ରମା ପ୍ରକଳ୍ପ ପରିଦର୍ଶନ ପାଇଁ ଯିବା ବେଳେ ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ସରସରା ଗ୍ରାମର ପୂର୍ଣ୍ଣଚନ୍ଦ୍ର ବାରିକ (୫୫)। ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି । ରାଜ୍ୟ ସରକାର ପରିକ୍ରମା ପ୍ରକଳ୍ପ ଦର୍ଶନ ପାଇଁ ବିଭିନ୍ନ ଜିଲାରୁ ଲୋକଙ୍କୁ ପୁରୀ ନେବା ପାଇଁ ବ୍ୟବସ୍ଥା କରିଛନ୍ତି । ତଦନୁଯାୟୀ ବୌଦ୍ଧ ନିର୍ବାଚନମଣ୍ଡଳୀର ସମସ୍ତ ଗ୍ରାମ ପଞ୍ଚାୟତ ଓ ବିଜ୍ଞାପିତ ଅଞ୍ଚଳ ପରିଷଦର ଲୋକଙ୍କୁ ପରିକ୍ରମା ପ୍ରକଳ୍ପ ଦର୍ଶନ ପାଇଁ ବସ୍‌ରେ ନିଆଯାଇଥିଲା । ହରଭଙ୍ଗା ବ୍ଲକ ସରସରା ପଞ୍ଚାୟତରୁ ଏକ ବସ୍‌ରେ ୨୦ ଜଣ ଶ୍ରଦ୍ଧାଳୁ ପରିଦର୍ଶନ ପାଇଁ ଯାଉଥିଲେ। ବସ୍‌ରେ ଯିବା ସମୟରେ ଜଟଣୀ ନିକଟରେ ପୂର୍ଣ୍ଣଚନ୍ଦ୍ରଙ୍କ ଦେହ ହଠାତ୍‌ ଅସୁସ୍ଥ ହୋଇ ପଡିଥିଲା । ତାଙ୍କୁ ଖୋର୍ଦ୍ଧା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱରସ୍ଥ ଏମସ୍‌ ମେଡିକାଲୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଏସ୍‌ସ ମେଡିକାଲରେ ପହଞ୍ଚି ଘଟଣା ସମ୍ପର୍କରେ ପଚାରି ବୁଝିଛନ୍ତି। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଅନ୍ୟପକ୍ଷେ ପୂର୍ଣ୍ଣଚନ୍ଦ୍ରଙ୍କ ମୃତଦେହ ଗାଁକୁ ପହଞ୍ଚି ଯାଇଛି। ଏନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା

ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି…

ଭୟଙ୍କର ଦୁର୍ଘଟଣା :ବସ୍ ସହ ଲୁହାପଥର ବୋଝେଇ ଟ୍ରେଲର ଧକ୍କା

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଯୋଡା ଥାନା ଅନ୍ତର୍ଗତ ଏନ୍‌ଏଚ୍–୫୨୦ର ଲହଣ୍ଡା ନିକଟସ୍ଥ ରେଳୱେ ଅଣ୍ଡରପାସ୍‌ରେ ଏକ ଟ୍ରେଲର ଓ ଯାତ୍ରୀବାହୀ ବସ୍‌ ମଧ୍ୟରେ ଧକ୍କା…

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହଁନ୍ତି; ଏହି ଖେଳାଳି ବି ପ୍ରଥମ ଥର ପାଇଁ ଭାରତର ଟି-୨୦ ଦଳରେ ସ୍ଥାନ ପାଇଛନ୍ତି

ନୂଆଦିଲ୍ଲୀ,୬।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଚୟନ କରାଯାଇଛି। ଶନିବାର ବିସିସିଆଇ ଏହି ଦୁଇଟି ସିରିଜ ଏବଂ ଏସୀୟ କ୍ରୀଡା…

୭୯ ଥର ରକ୍ତଦାନ କରି ସୃଷ୍ଟି କଲେ ରେକର୍ଡ: ଜନ୍ମଦିନରେ ବଞ୍ଚାଇଲେ ଶିଶୁର ଜୀବନ

ଭଞ୍ଜନଗର, ୬।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ଜଣାଶୁଣା ରକ୍ତଦାତା ତଥା ସାମାଜିକ କର୍ମୀ ଜୟକୃଷ୍ଣ ପଟ୍ଟନାୟକ ୭୯ ଥର ରକ୍ତଦାନ କରି ଭଞ୍ଜନଗର…

SBI ପକ୍ଷରୁ ଟଙ୍କା ବଦଳ ମେଳା, ଚିରାଫଟା ନୋଟ୍‌ ଦେଇ ନେଇପାରିବେ ଏତିକି ଟଙ୍କା…

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଷ୍ଟେଟ୍‌ବ୍ୟାଙ୍କ ଅଫ ଇଣ୍ଡିଆ ପକ୍ଷରୁ ଶନିବାର ବ୍ୟାଙ୍କ ସମ୍ମୁଖରେ କଏନ୍‌ ଏବଂ କାଗଜ ଟଙ୍କା ବଦଳ ମେଳା ଅନୁଷ୍ଠିତ ହୋଇଛି।…

ଭାଙ୍ଗିଲା ତେନ୍ଦୁଲକରଙ୍କ ୩୭ ବର୍ଷର ରେକର୍ଡ, ସ୍କୁଲ ଯିବା ବୟସରେ ଟିମ ଇଣ୍ଡିଆରେ ଡେବ୍ୟୁକଲେ ବୈଭବ!

ନୂଆଦିଲ୍ଲୀ,୬।୬: ଆଜି ଅର୍ଥାତ୍‌ ଜୁନ ୬ ଶନିବାର ଭାରତୀୟ କ୍ରିକେଟ ଇତିହାସରେ ଏକ ନୂତନ ଅଧ୍ୟାୟ ଲେଖାଯାଇଛି। ମାତ୍ର ୧୫ ବର୍ଷ ବୟସର ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri