Posted inଜାତୀୟ

‘ପରୀକ୍ଷା ପେ ଚର୍ଚ୍ଚା’: ଛାତ୍ରୀଛାତ୍ରଙ୍କୁ ଟିପ୍ସ ଦେଲେ ମୋଦି

ନୂଆଦିଲ୍ଲୀ,୬।୨: ‘ପରୀକ୍ଷା ପେ ଚର୍ଚ୍ଚା’ର ୯ମ ସଂସ୍କରଣ ଆରମ୍ଭ ହୋଇଛି। ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ଛାତ୍ରୀଛାତ୍ର, ଶିକ୍ଷକ ଏବଂ ଅଭିଭାବକଙ୍କ ସହ ସିଧାସଳଖ ଆଲୋଚନା କରଛନ୍ତି। ଏହି ଅବସରରେ ପିଲାମାନଙ୍କୁ ପ୍ରଧାନମନ୍ତ୍ରୀ କହିଛନ୍ତି, ସମସ୍ତଙ୍କ ଖାଦ୍ୟ ଯେମିତି ଅଲଗା, ପାଠପଢା ଶୈଳୀ ବି ଅଲଗା। ନିଜ ଶୈଳୀରେ ପାଠ ପଢ। ପ୍ରଥମେ ନିଜ ଅନୁଭବକୁ ସମ୍ମାନ ଦେଇ ଆଗକୁ ବଢିବାକୁ ଚେଷ୍ଟା କର। ନିଜ ରୁଚି ଅନୁସାରେ କାମ କରିବା ସହ ପାଠପଢାରେ ମନ ଦିଅ।

ସେହିପରି ଛାତ୍ରଛାତ୍ରୀଙ୍କୁ ଭଲ ଭାବେ ଗଢିବାକୁ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ। ଟାଇମ ମ୍ୟାନେଜମେଣ୍ଟ ଓ ବ୍ୟାୟାମ ଉପରେ ମୋଦି ଫୋକସ କରିଛନ୍ତି। ସେ କହିଛନ୍ତି, ନିଜ ଶୈଳୀରେ ପାଠ ପଢିବା ସହ ସର୍ବଦା ଉତ୍ତମ ଅଭ୍ୟାସ ରଖ। ପାଠ ପଢିବା ସହ ଆଉଟ ନଲେଜ ଆହୋରଣ କରିବା ଦରକାର। ଶିକ୍ଷା ଓ ସ୍କିଲ କ୍ୟାରିୟରକୁ ଅଣଦେଖା କର ନାହିଁ। ମନ ଓ ଶରୀରକୁ ସୁସ୍ଥ ରଖିବା ପାଇଁ ଯୋଗ ଓ ବ୍ୟାୟାମ ଜରୁରୀ।

ନିଦ ଓ ଯୋଗ ଉପରେ ସ୍ବତନ୍ତ୍ର ଧ୍ୟାନ ଦେବାକୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଶିକ୍ଷାକୁ ବୋଝ ବଦଳରେ ଉପଭୋଗ କରିବା ଦରକାର। ମାର୍କ ଓ ପରୀକ୍ଷାରେ ନିଜକୁ ସୀମିତ ନ ରହିବା ଉଚିତ୍‌। ବ୍ୟକ୍ତିଗତ ଦକ୍ଷତାକୁ ଚିହ୍ନି ପାଠ ପଢିଲେ ସଫଳତା ନିଶ୍ଚିତ ମିଳିବ। ପ୍ରତି ପିଲାଙ୍କ ସଫଳତା ହିଁ ଅଭିଭାବକଙ୍କ ସମ୍ମାନ ହୋଇଥାଏ। ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ଟିପ୍ସ ଦେଇଛନ୍ତି। ୪ କୋଟିରୁ ଅଧିକ ଛାତ୍ରୀଛାତ୍ର, ଅଭିଭାବକ, ଶିକ୍ଷକ ଓ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri